ବାଲେଶ୍ୱରରୁ ୬ଜଣ କରିବେ ପ୍ଲାଜମା ଦାନ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୮।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରୁ କରୋନା ଆକ୍ରାନ୍ତରୁ ସୁସ୍ଥ ହୋଇଥିବା ୬ଜଣ ବ୍ୟକ୍ତି ପ୍ଲାଜମା ଦାନ ପାଇଁ ଶୁକ୍ରବାର କଟକରେ ପାନ୍ଥନିବାସରେ ପହଞ୍ଚତ୍ଛନ୍ତି। ସେଠାରେ ତାଙ୍କୁ ପର୍ଯ୍ୟଟନ ଓ ସାଂସ୍କୃତିକ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସେମାନଙ୍କୁ ସ୍ବାଗତ କରିବା ସହ ସମ୍ବର୍ଦ୍ଧନା ଜଣାଇ ଉକ୍ତ ୬ଜଣଙ୍କୁ ଆଣ୍ଟିବଡ଼ି ଟେଷ୍ଟ ପାଇଁ କଟକ ଏସ୍‌ସିବି ମେଡ଼ିକାଲକୁ ପଠାଇଛନ୍ତି। ଶନିବାର ସେମାନଙ୍କଠାରୁ ପ୍ଲାଜମା ସଂଗ୍ରହ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
କରୋନା ମହାମାରୀ ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ଏହାର ନିରାକରଣ ଲାଗି କୌଣସି ଔଷଧ ବା ଭ୍ୟାକ୍‌ସିନ ବାହାରିନାହଁି। ଏହାର ଚିକିତ୍ସା କେବଳ ପ୍ଲାଜମା ଥେରାପି ମାଧ୍ୟମରେ ସଫଳ ହେଉଛି ା ଫଳରେ ପ୍ଲାଜମା ଦାନ ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ପରେ ବାଲେଶ୍ୱର ଜିଲା ଦାୟିତ୍ୱରେ ଥିବା ମନ୍ତ୍ରୀ ପାଣିଗ୍ରାହୀଙ୍କ ଅନୁରୋଧକ୍ରମେ ଶୁକ୍ରବାର ଜିଲାର ନୀଳଗିର, ବାଲିଆପାଳ, ଭୋଗରାଇ ବ୍ଲକରୁ ଜଣେ ଲେଖାଏଁ ଏବଂ ଜଳେଶ୍ୱର ବ୍ଲକରୁ ୩ଜଣ ପ୍ଲାଜମା ଦାନ ପାଇଁ ବାଲେଶ୍ୱର ସର୍କିଟ ହାଉସ୍‌ରେ ଏକତ୍ରିତ ହୋଇ କଟକ ଅଭିମୁଖେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ଭୁବନେଶ୍ୱରରେ କାମ ବନ୍ଦ ଘୋଷଣା କଲେ ସଫେଇ କର୍ମଚାରୀ

ଭୁବନେଶ୍ୱର,୨୦।୪: କାମ ବନ୍ଦ କଲେ ସଫେଇ କର୍ମଚାରୀ । ରାଜଧାନୀରେ ଆଉ ସଫେଇ କାମ କରିବେନି ବୋଲି ଘୋଷଣା କରିଛନ୍ତି କର୍ମଚାରୀ। ଭୁବନେଶ୍ୱର ୬୪ ନମ୍ବର...

ଅସହ୍ୟ ହେଲାଣି ପାଓ୍ବାର କଟ୍‌, ବିଦ୍ୟୁତ ବିତରଣ କମ୍ପାନୀକୁ କଡା ନିର୍ଦ୍ଦେଶ ଦେଲେ ସରକାର

ଭୁବନେଶ୍ୱର,୨୦।୪: ଅସହ୍ୟ ଗ୍ରୀଷ୍ମ ସହ ଗୁଳୁଗୁଳି ଭିତରେ ପାୱାର୍‌ କଟ୍‌ ସମସ୍ୟା ପରେ ତତ୍ପର ହୋଇଛନ୍ତି ରାଜ୍ୟ ସରକାର। ଏନେଇ ତୁରନ୍ତ ଦୃଷ୍ଟି ଦେବାକୁ ବିଦ୍ୟୁତ...

ଏବେଠାରୁ କୋହଲା ପାଗ, ଏହିସବୁ ଜିଲାକୁ କାଳବୈଶାଖୀ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୦।୪: ଆଜି ତାତିରୁ ମିଳିପାରେ ଆଶ୍ୱସ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ବିଶେଷ କରି ବାଲେଶ୍ବର,...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri