୬ଜଣଙ୍କୁ ମିଳିବ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’

ଭୁବନେଶ୍ୱର, ୨୯।୨ (ବନ୍ଦନା ସେଠୀ)କେନ୍ଦ୍ର ସଙ୍ଗୀତ ନାଟକ ଅକାଦେମୀ ପକ୍ଷରୁ ‘ସଙ୍ଗୀତ ନାଟକ ଅକାଦେମୀ ଫେଲୋଶିପ୍‌’ (ଅକାଦେମୀ ରତ୍ନ) ସହ ଅକାଦେମୀ ପୁରସ୍କାର ଏବଂ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର ଘୋଷଣା କରାଯାଇଛି। କଳା କ୍ଷେତ୍ରରେ ଉତ୍କର୍ଷତା ପାଇଁ ୬ଜଣ ବ୍ୟକ୍ତି ବିଶେଷଙ୍କୁ ଅକାଦେମୀ ରତ୍ନ ପ୍ରଦାନ କରାଯିବ। ସେମାନେ ହେଉଛନ୍ତି ବିନାୟକ ଖେଡ଼େକର୍‌, ଆର୍‌. ବିଶ୍ୱେଶ୍ୱରାନ୍‌, ସୁନୟନା ହଜାରିଲାଲ୍‌, ରାଜା ଆଣ୍ଡ୍‌ ରାଧା ରେଡ୍ଡୀ, ଦୁଲାଲ୍‌ ରଏ ଓ ଡି.ପି. ସିହ୍ନା। ପୁରସ୍କାର ବାବଦରେ ପ୍ରତ୍ୟକଙ୍କୁ ୩ଲକ୍ଷ ଟଙ୍କାର ଅର୍ଥରାଶି, ତାମ୍ରପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ଦିଲ୍ଲୀଠାରେ ଫେବୃଆରୀ ୨୧ ଓ ୨୨ରେ ଅନୁଷ୍ଠିତ ଅକାଦେମୀର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ଦିଆଯାଇଛି। ସେହିପରି ୨୦୨୨-୨୩ ବର୍ଷ ପାଇଁ ସଙ୍ଗୀତ, ନୃତ୍ୟ, ଥିଏଟର ତଥା ପାରମ୍ପରିକ/ଫୋକ୍‌/ଟ୍ରାଇବାଲ ମ୍ୟୁଜିକ୍‌/ନୃତ୍ୟ/ଥିଏଟର/ପପର୍ଟି ଆଦି କ୍ଷେତ୍ରରେ ୯୨ଜଣଙ୍କୁ ‘ସଙ୍ଗୀତ ନାଟକ ଅକାଦେମୀ ଆଓ୍ବାର୍ଡ’ (ଅକାଦେମୀ ପୁରସ୍କାର) ଏବଂ ୮୦ଜଣ ଯୁବ କଳାକାରଙ୍କୁ ‘ସଙ୍ଗୀତ ନାଟକ ଅକାଦେମୀ ଉସ୍ତାଦ ବିସ୍‌ମିଲ୍ଲା ଖାନ୍‌ ଯୁବ ପୁରସ୍କାର’ ପ୍ରଦାନ କରାଯିବା ନେଇ ନିଷ୍ପତ୍ତି ହୋଇଛି। ଅକାଦେମୀ ପୁରସ୍କାର ବାବଦରେ ୧ଲକ୍ଷ ଟଙ୍କା ଅର୍ଥରାଶି, ତାମ୍ରପତ୍ର ଓ ଅଙ୍ଗବସ୍ତ୍ର ଏବଂ ଯୁବ ପୁରସ୍କାର ବାବଦରେ ୨୫ହଜାର ଟଙ୍କା ଅର୍ଥରାଶି, ତାମ୍ରପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ। ତେବେ ଅକାଦେମୀ ଫେଲୋଶିପ୍‌ ଏବଂ ଅକାଦେମୀ ପୁରସ୍କାରକୁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ଯୁବ ପୁରସ୍କାରକୁ ଅକାଦେମୀର ଚେୟାରମ୍ୟାନ୍‌ ସ୍ବତନ୍ତ୍ର ଉତ୍ସବରେ ପ୍ରଦାନ କରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ବାଲ୍ୟ ବିବାହ ରୋକିଲା ପ୍ରଶାସନ, ସୂଚନା ଦେଇଥିବା ଲୋକଙ୍କ ଘର ଆଗରେ ହଟ୍ଟଗୋଳ

ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ପଞ୍ଚାୟତ ତାଳପଡା ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ ବିବାହ ହେଉଥିବା ନେଇ ସୂଚନା ପାଇ ପ୍ରଶାସନ…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri