ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ ସୁଧୀର କୁମାର ଦାଶଙ୍କ ଆକାଉଣ୍ଟରୁ ୬ଲକ୍ଷ ଟଙ୍କା ନେଇଯାଇଥିବାବେଳେ ଏୟାରଫିଲ୍ଡ ଥାନା ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ଶିକ୍ଷକ ସୁରେନ୍ଦ୍ର କୁମାର ଶତପଥୀଙ୍କ ଆକାଉଣ୍ଟରୁ ୫୦ ହଜାର ଟଙ୍କା ନେଇଯାଇଛନ୍ତି। ଏହା ଜାଣିବା ପରେ ଉଭୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ଅନୁଯାୟୀ, ପ୍ରିନ୍ସିପାଲ ସୁଧୀରଙ୍କ ଘର କଟକରେ। ସେ ଗତ ୨୦ ତାରିଖରେ ୭ ହଜାର ଟଙ୍କା ଉଠାଇବା ପାଇଁ ଏକ ଏଟିଏମ୍‌କୁ ଯାଇଥିଲେ। ମିନି ଷ୍ଟେଟ୍‌ମେଣ୍ଟ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତାଙ୍କ ଆକାଉଣ୍ଟରେ ପୂର୍ବରୁ ୭ଲକ୍ଷ ୨୧ ହଜାର ଟଙ୍କା ରହିଥିବାବେଳେ ତାହା ନ ଥିବା ଦେଖି ସମ୍ପୃକ୍ତ ବ୍ୟାଙ୍କ୍‌କୁ ଏକ ମେଲ୍‌ କରିଥିଲେ। ବ୍ୟାଙ୍କ୍‌ କର୍ତ୍ତୃପକ୍ଷ ସୁଧୀରଙ୍କ ମେଲ୍‌ ପାଇବା ପରେ ପେଟିଏମ୍‌ ଓ ଗୁଗଲ ପେ’ ମାଧ୍ୟମରେ ଅନ୍ୟ ଆକାଉଣ୍ଟକୁ ୪୧ଥରରେ ୬ଲକ୍ଷ ଟଙ୍କା ଟ୍ରାଞ୍ଜାକ୍ସନ ହୋଇଥିବା ଜଣାଇଛନ୍ତି। ସେହିପରି ଗଞ୍ଜାମର ସୁରେନ୍ଦ୍ର ଶିକ୍ଷକ ଚାକିରିରୁ ଅବସର ପରେ ଏୟାରଫିଲ୍ଡ ଥାନା ବୋତଣ୍ଡାରେ ପରିବାର ସହ ରହୁଛନ୍ତି। ଗଞ୍ଜାମସ୍ଥିତ ଏସ୍‌ବିଆଇ ଶାଖାର ତାଙ୍କର ଏକ ଆକାଉଣ୍ଟ ରହିଛି। ସେଥିରେ ପ୍ରତି ମାସରେ ୪ହଜାର ୫୦ଟଙ୍କା ପେନ୍‌ସନ ଆସିଥାଏ। ଦୁଇଦିନ ତଳେ ସୁରେନ୍ଦ୍ର ପେନ୍‌ସନ ଟଙ୍କା ଉଠାଇବାକୁ ଭୁବନେଶ୍ୱରର ଏକ ଏଟିଏମ୍‌କୁ ଯାଇଥିଲେ। ତେବେ ୨ଟି ଫେଜରେ ତାଙ୍କ ଆକାଉଣ୍ଟରୁ ୮ହଜାର କଟିଯାଇଥିବା ମିନି ଷ୍ଟେଟ୍‌ମେଣ୍ଟରୁ ଜାଣିବାବାକୁ ପାଇଲେ। ଏହାପରେ ଯାଞ୍ଚ କରିବାରୁ ୨୦୧୮ ଡିସେମ୍ବରରୁ ତାଙ୍କ ଆକାଉଣ୍ଟକୁ ଆସୁଥିବା ପେନ୍‌ଶନ୍‌ ଟଙ୍କାରୁ ୫୦ ହଜାର ଟଙ୍କା ପେଟିଏମ୍‌ ଓ ଗୁଗଲପେ’ ମାଧ୍ୟମରେ ଲୁଟ୍‌ ହୋଇଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri