୬ ପୋଲିସ ସମ୍ବର୍ଦ୍ଧିତ

ଢେଙ୍କାନାଳ ଅଫିସ,୨।୧: କଟକ ଜିଲା ଆଠଗଡ଼ ଷ୍ଟେଟ ବ୍ୟାଙ୍କ ଇଣ୍ଡିଆର କ୍ୟାଶ ଭ୍ୟାନ୍‌ରୁ ୨୦୨୧ ଅକ୍ଟୋବର ୧୧ରେ ୧ କୋଟି ୬ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଘଟଣାର ୪୫ ମିନିଟ୍‌ ମଧ୍ୟରେ ଢେଙ୍କାନାଳ ସଦର ଥାନା ଭୋଜଦେଇପୁର ଗ୍ରାମରୁ ଉକ୍ତ ଲୁଟ୍‌ ଟଙ୍କାକୁ ଜବତ କରିଥିଲା ଢେଙ୍କାନାଳ ସଦର ଥାନା ପୋଲିସ। ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଲୁଟ୍‌ରେ ସମ୍ପୃକ୍ତ କାର୍‌ ମଧ୍ୟ ଜବତ କରାଯାଇଥିଲା। ସଦର ଥାନାଧିକାରୀ ଅଭିନବ ଡାଳୁଆଙ୍କ ସମେତ ୬ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟଙ୍କା ଉଦ୍ଧାର କରାଯାଇପାରିଥିଲା। ଶୁକ୍ରବାର ପୂର୍ବାହ୍ନରେ କଟକଠାରେ ଦାୟିତ୍ୱ ହସ୍ତାନ୍ତର ପୂର୍ବରୁ ପୋଲିସ ଜିଡି ଅଭୟ ସମ୍ପୃକ୍ତ ୬ଜଣଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ସେମାନେ ହେଲେ ଥାନାଧିକାରୀ ଅଭିନବ ଡାଳୁଆ, ଏସ୍‌ଆଇ ପ୍ରଦୀପ ରଞ୍ଜନ ପାତ୍ର, କର୍ମଚାରୀ ଗଗନ ସିଂ, ସୁବାସ ଚନ୍ଦ୍ର ଭୋଇ, ବିଷ୍ଣୁ ଦେହୁରୀ ଏବଂ ସନ୍ତୋଷ ସାହୁ। ଘଟଣା ଦିନ ଆଠଗଡ଼ ପୋଲିସଠାରୁ ସୂଚନା ପାଇବା ପରେ ସଦର ଥାନା ପକ୍ଷରୁ ୫୫ନଂ. ଜାତୀୟ ରାଜପଥରେ ନାକାବନ୍ଦୀ କରାଯାଇଥିଲା। ଲୁଟେରାମାନେ ଫେରାର୍‌ ହୋଇଯିବାକୁ ଉଦ୍ୟମ କରୁଥିବାବେଳେ ପୋଲିସ କର୍ମଚାରୀମାନେ ସେମାନଙ୍କୁ ପିଛା କରି ଧରିଥିଲେ। କାର ମଧ୍ୟରୁ ୧କୋଟି ୬ଲକ୍ଷ ଟଙ୍କା ଉଦ୍ଧାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri