୪୯୩.୬୨ କୋଟିର ୬ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ଲକ୍ଷ୍ୟରେ ୪୯୩.୬୨ କୋଟି ଟଙ୍କାର ୬ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍‌ ୱିଣ୍ଡୋ କମିଟି ବୈଠକରେ ଏହାକୁ ଅନୁମୋଦନ ମିଳିଛି। ଏହିସବୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୧,୩୧୭ ଜଣଙ୍କୁ ନିଯୁକ୍ତ ସୁଯୋଗ ମିଳିପାରିବ। ଏଥିସହିତ ଚିଲିକା ମାଷ୍ଟରପ୍ଲାନ୍‌ ପ୍ରସ୍ତୁତି ପାଇଁ ମୁଖ୍ୟ ଶାସନ ସଚିବ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନାନୁଯାୟୀ ଜଟିଆ ଷ୍ଟିଲ ଲିମିଟେଡ୍‌ କଳିଙ୍ଗ ନଗରସ୍ଥିତ ଷ୍ଟିଲ୍‌ ଡାଉନ୍‌ଷ୍ଟ୍ରିମ ଏବଂ ଏମ୍‌ଟି ଓୟାର ରଡ୍‌ ମିଲ୍‌ ପାଇଁ ୧୨୫କୋଟି ଟଙ୍କା ପୁଞ୍ଜି ନିବେଶ କରିବ। ଏଥିରେ ୧୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ସରଙ୍ଗୀ ମେଟାଲ ୱାର୍କସ୍‌ ଇଣ୍ଟରନ୍ୟାଶନାଲ୍‌ କଳିଙ୍ଗନଗରଠାରେ ୬୫.୩୭ କୋଟି ପୁଞ୍ଜିନିବେଶରେ ଷ୍ଟିଲ ଡାଉନ୍‌ଷ୍ଟ୍ରିମ, ୟୁନିଟ୍‌ଡ୍ରାଇଭ୍‌ ଲାଇନ୍‌ ଟର୍କ୍ୟୁ ଟ୍ୟୁବ୍‌ ଏବଂ ହଟ୍‌ ଡିପ୍‌ ଗାଲ୍ଭାନାଇଜ୍ଡ୍‌ ଷ୍ଟିଲ୍‌ ପଦାର୍ଥ ନିର୍ମାଣ କରିବ। ଏଥିରେ ୫୬୮ଜଣଙ୍କୁ ନିଯୁକ୍ତି ମିଳିବ, ଜେ.ଆର୍‌.ଏସ୍‌. ଭେଞ୍ଚର ୧୨୧ କୋଟି ଟଙ୍କା ବ୍ୟୟରେ ସୋନପୁର ଜିଲାରେ ଇଥାନଲ୍‌ ପ୍ଲାଣ୍ଟ ଏବଂ କୋ-ଜେନେରେଶନ୍‌ ପାୱାର୍‌ ୟୁନିଟ୍‌ ସ୍ଥାପନ କରିବ। ଏଥିରେ ୧୪୪ ଜଣଙ୍କୁ ନିଯୁକ୍ତି ମିଳିପାରିବ। ଏସ୍‌ଏନ୍‌ଏମ୍‌ ହୋଟେଲ ଏବଂ ରିସର୍ଟସ୍‌ ପ୍ରାଇଭେଟ ଲିମିଟେଡ ଗଞ୍ଜାମ ଜିଲାରେ ୮୦.୨୫ କୋଟି ପୁଞ୍ଜି ନିବେଶରେ ହୋଟେଲ ଏବଂ ରିସର୍ଟ ନିର୍ମାଣ କରିବ। ଏଥିରେ ୧୮୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସେହିପରି ଡାନିଏଲ୍‌ କୋରସ୍‌ ରିଫ୍ରାକ୍ଟୋରି ସଲ୍ୟୁଶନ୍ସ ଖୋର୍ଦ୍ଧା ଜିଲାରେ ୫୧ କୋଟି ଟଙ୍କା ପୁଞ୍ଜିନିବେଶ କରି କାର୍ବନ ଗ୍ରାଫାଇଟ୍‌ ବ୍ଲକ୍‌ କଟିଂ ମେଶିନ ପ୍ରକଳ୍ପ କରିବ। ଏଥିରେ ୧୫୦ଜଣଙ୍କୁ, ଆଶୀର୍ବାଦ ପାଇପସ୍‌ ପ୍ରା.ଲିଃ କଟକ ଜିଲାରେ ୫୧ କୋଟି ପୁଞ୍ଜିନିବେଶରେ ଏଚ୍‌ଡିପିଇ ଏବଂ ପିଭିସି ମାନୁଫ୍ୟାକ୍ଚରିଂ ୟୁନିଟ ସ୍ଥାପନ କରିବ। ଯେଉଁଠି ୧୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ।
ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପଗୁଡ଼ିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସମ୍ପର୍କିତ ବିଷୟ ଉପସ୍ଥାପନ କରିଥିଲେ। ପ୍ରକଳ୍ପଗୁଡ଼ିକ ମୁଖ୍ୟତଃ ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଷ୍ଟିଲ୍‌ ଡାଉନ୍‌ଷ୍ଟ୍ରିମ୍‌ ଏବଂ ମାନୁଫ୍ୟାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ। ପ୍ରକଳ୍ପଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡ଼ିକର ତ୍ୱରିତ କାର୍ଯ୍ୟାନ୍ବୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଏଥି ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ସେ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶ୍ୱ ପ୍ରସିଦ୍ଧ ଚିଲିକା ହ୍ରଦରେ ପର୍ଯ୍ୟଟନ ବିକାଶ ନିମନ୍ତେ ଏକ ମାଷ୍ଟର-ପ୍ଲାନ୍‌ ପ୍ରସ୍ତୁତ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ପର୍ଯ୍ୟଟନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଅନୁମୋଦିତ ପ୍ରକଳ୍ପଗୁଡ଼ିକର ଉତ୍ପାଦନ ଆରମ୍ଭ ଉପରେ ଗୁରୁତ୍ୱ ଆରୋପ କରି ଏହା ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲକୁ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶାରୁ ଅଧିକ ଯୁବତୀମାନଙ୍କ ନିଯୁକ୍ତି ଉପରେ ବୈଠକରେ ଗୁରତ୍ୱାରୋପ କରାଯାଇଛି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା, ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?