୪୯୩.୬୨ କୋଟିର ୬ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର୍ଯ୍ୟକଳାପ ବୃଦ୍ଧି ଲକ୍ଷ୍ୟରେ ୪୯୩.୬୨ କୋଟି ଟଙ୍କାର ୬ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗିଲ୍‌ ୱିଣ୍ଡୋ କମିଟି ବୈଠକରେ ଏହାକୁ ଅନୁମୋଦନ ମିଳିଛି। ଏହିସବୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୧,୩୧୭ ଜଣଙ୍କୁ ନିଯୁକ୍ତ ସୁଯୋଗ ମିଳିପାରିବ। ଏଥିସହିତ ଚିଲିକା ମାଷ୍ଟରପ୍ଲାନ୍‌ ପ୍ରସ୍ତୁତି ପାଇଁ ମୁଖ୍ୟ ଶାସନ ସଚିବ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନାନୁଯାୟୀ ଜଟିଆ ଷ୍ଟିଲ ଲିମିଟେଡ୍‌ କଳିଙ୍ଗ ନଗରସ୍ଥିତ ଷ୍ଟିଲ୍‌ ଡାଉନ୍‌ଷ୍ଟ୍ରିମ ଏବଂ ଏମ୍‌ଟି ଓୟାର ରଡ୍‌ ମିଲ୍‌ ପାଇଁ ୧୨୫କୋଟି ଟଙ୍କା ପୁଞ୍ଜି ନିବେଶ କରିବ। ଏଥିରେ ୧୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ସରଙ୍ଗୀ ମେଟାଲ ୱାର୍କସ୍‌ ଇଣ୍ଟରନ୍ୟାଶନାଲ୍‌ କଳିଙ୍ଗନଗରଠାରେ ୬୫.୩୭ କୋଟି ପୁଞ୍ଜିନିବେଶରେ ଷ୍ଟିଲ ଡାଉନ୍‌ଷ୍ଟ୍ରିମ, ୟୁନିଟ୍‌ଡ୍ରାଇଭ୍‌ ଲାଇନ୍‌ ଟର୍କ୍ୟୁ ଟ୍ୟୁବ୍‌ ଏବଂ ହଟ୍‌ ଡିପ୍‌ ଗାଲ୍ଭାନାଇଜ୍ଡ୍‌ ଷ୍ଟିଲ୍‌ ପଦାର୍ଥ ନିର୍ମାଣ କରିବ। ଏଥିରେ ୫୬୮ଜଣଙ୍କୁ ନିଯୁକ୍ତି ମିଳିବ, ଜେ.ଆର୍‌.ଏସ୍‌. ଭେଞ୍ଚର ୧୨୧ କୋଟି ଟଙ୍କା ବ୍ୟୟରେ ସୋନପୁର ଜିଲାରେ ଇଥାନଲ୍‌ ପ୍ଲାଣ୍ଟ ଏବଂ କୋ-ଜେନେରେଶନ୍‌ ପାୱାର୍‌ ୟୁନିଟ୍‌ ସ୍ଥାପନ କରିବ। ଏଥିରେ ୧୪୪ ଜଣଙ୍କୁ ନିଯୁକ୍ତି ମିଳିପାରିବ। ଏସ୍‌ଏନ୍‌ଏମ୍‌ ହୋଟେଲ ଏବଂ ରିସର୍ଟସ୍‌ ପ୍ରାଇଭେଟ ଲିମିଟେଡ ଗଞ୍ଜାମ ଜିଲାରେ ୮୦.୨୫ କୋଟି ପୁଞ୍ଜି ନିବେଶରେ ହୋଟେଲ ଏବଂ ରିସର୍ଟ ନିର୍ମାଣ କରିବ। ଏଥିରେ ୧୮୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ସେହିପରି ଡାନିଏଲ୍‌ କୋରସ୍‌ ରିଫ୍ରାକ୍ଟୋରି ସଲ୍ୟୁଶନ୍ସ ଖୋର୍ଦ୍ଧା ଜିଲାରେ ୫୧ କୋଟି ଟଙ୍କା ପୁଞ୍ଜିନିବେଶ କରି କାର୍ବନ ଗ୍ରାଫାଇଟ୍‌ ବ୍ଲକ୍‌ କଟିଂ ମେଶିନ ପ୍ରକଳ୍ପ କରିବ। ଏଥିରେ ୧୫୦ଜଣଙ୍କୁ, ଆଶୀର୍ବାଦ ପାଇପସ୍‌ ପ୍ରା.ଲିଃ କଟକ ଜିଲାରେ ୫୧ କୋଟି ପୁଞ୍ଜିନିବେଶରେ ଏଚ୍‌ଡିପିଇ ଏବଂ ପିଭିସି ମାନୁଫ୍ୟାକ୍ଚରିଂ ୟୁନିଟ ସ୍ଥାପନ କରିବ। ଯେଉଁଠି ୧୫୦ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ।
ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପଗୁଡ଼ିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସମ୍ପର୍କିତ ବିଷୟ ଉପସ୍ଥାପନ କରିଥିଲେ। ପ୍ରକଳ୍ପଗୁଡ଼ିକ ମୁଖ୍ୟତଃ ପର୍ଯ୍ୟଟନ, ଖାଦ୍ୟ ପ୍ରକ୍ରିୟାକରଣ, ଷ୍ଟିଲ୍‌ ଡାଉନ୍‌ଷ୍ଟ୍ରିମ୍‌ ଏବଂ ମାନୁଫ୍ୟାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ। ପ୍ରକଳ୍ପଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡ଼ିକର ତ୍ୱରିତ କାର୍ଯ୍ୟାନ୍ବୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଏଥି ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ସେ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଶ୍ୱ ପ୍ରସିଦ୍ଧ ଚିଲିକା ହ୍ରଦରେ ପର୍ଯ୍ୟଟନ ବିକାଶ ନିମନ୍ତେ ଏକ ମାଷ୍ଟର-ପ୍ଲାନ୍‌ ପ୍ରସ୍ତୁତ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ପର୍ଯ୍ୟଟନ ବିଭାଗଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଅନୁମୋଦିତ ପ୍ରକଳ୍ପଗୁଡ଼ିକର ଉତ୍ପାଦନ ଆରମ୍ଭ ଉପରେ ଗୁରୁତ୍ୱ ଆରୋପ କରି ଏହା ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲକୁ ନିର୍ଦ୍ଦେଶ ଦେଇଛନ୍ତି। ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶାରୁ ଅଧିକ ଯୁବତୀମାନଙ୍କ ନିଯୁକ୍ତି ଉପରେ ବୈଠକରେ ଗୁରତ୍ୱାରୋପ କରାଯାଇଛି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପର୍ଯ୍ୟଟନ ବିଭାଗ ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା, ଇପିକଲ୍‌ ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri