୭ ନଦୀ,୨୭ ନାଳବନ୍ଧ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୨୧ା୪: ଗତ ସପ୍ତାହରେ ଜଳସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀବନ୍ଧର ସର୍ବେକ୍ଷଣ ହୋଇଛି । ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ସହିତ ଜିଲା ଅଧିକାରୀ ମିଳିତ ଅନୁଧ୍ୟାନ କରି ଦୁର୍ବଳ ସ୍ଥାନ ଚିହ୍ନଟ କରିଛନ୍ତି । ଲୁଣା ତଟବନ୍ଧର ବିଭିନ୍ନ ସ୍ଥାନରୁ ପଥର ପ୍ୟାକିଂ ଖସିଯାଇଛି । ସେହିପରି ଜିଲାରେ ଥିବା ୭ ନଦୀ ଓ ୨୭ ଶାଖା ନାଳ ବନ୍ଧ ଏବେ ସୁରକ୍ଷିତ ନୁହେଁ । ବର୍ଷା ପୂର୍ବରୁ ସେହି ବନ୍ଧଗୁଡ଼ିକର ମରାମତି ପାଇଁ ଦାବି ହୋଇଛି ।

ଏସମ୍ପର୍କରେ କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡ଼ା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି । ବାଳକାଟି, କୋଳଢ଼ିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି ଚାଲିଛି । ଚୂନବନ୍ଧଠାରୁ ସାନଆଙ୍କୋ, ପତ୍ରପୁରଠାରୁ ଗୋପାଳପୁର, ଟୁଙ୍ଗାଠାରୁ ବଉଳଯୋଡ଼ି ନଦୀବନ୍ଧ ପଥରପ୍ୟାକିଂ ହୋଇଥିଲେ ମଧ୍ୟ ଶୋଚନୀୟ ଅବସ୍ଥାରେ ଅଛି। କେବଳ ଆଳି ବ୍ଲକ ଅଞ୍ଚଳରେ ଏହି ନଦୀବନ୍ଧ ସମସ୍ୟା ଦେଖାଯାଇନାହିଁ । ଜିଲାର ସମସ୍ତ କେନାଲ ବନ୍ଧର ଦୁରବସ୍ଥା ସ୍ଥାନୀୟ ଗ୍ରାମବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଚାଷ ନଷ୍ଟ କରୁଛି । ନଦୀଗୁଡ଼ିକରେ ପ୍ରତିବର୍ଷ ବନ୍ୟା ଆସି ଜିଲାର ଉପାନ୍ତ ଅଞ୍ଚଳରେ ଥିବା ୫୫ ପଞ୍ଚାୟତବାସୀଙ୍କ ଜୀବନଯାତ୍ରାରେ ବାଧା ସୃଷ୍ଟି କରୁଛି। ଲୁଣାତଟବନ୍ଧରେ ପଥର ପ୍ୟାକିଂ ଖସିଯାଉଥିବାରୁ ସମୁଦ୍ର ମାଡ଼ି ଆସିବା ଭୟ ସେମାନଙ୍କୁ ଆତଙ୍କିତ କରୁଛି। ମେ’ମାସ ସୁଦ୍ଧା ସମସ୍ତ ନଦୀ ଓ କେନାଲ ବନ୍ଧ ମରାମତି କାର୍ଯ୍ୟ ସାରିବାକୁ ସେ ଦାବି କରିଛନ୍ତି । ବୁଦ୍ଧିଜୀବୀ ପ୍ରଶାନ୍ତ କୁମାର ନାୟକ କୁହନ୍ତି, କେନ୍ଦ୍ରାପଡ଼ା ଜିଲାରେ ଜଳ ସମ୍ପଦ ବିଭାଗର ଦୁଇ ଡିଭିଜନ ସହିତ ଆଳି ତଟ ବନ୍ଧ କାର୍ଯ୍ୟାଳୟ ଅଛି । ଏହି କାର୍ଯ୍ୟାଳୟ ମାଧ୍ୟମରେ ଜିଲାରେ ଥିବା ନଦୀ ଓ କେନାଲର ପରିଚାଳନା ହେଉଛି। ସେହିପରି ଜିଲାର ଶେଷ ମୁଣ୍ଡରେ ଥିବା ୪୮ କିଲୋମିଟର ଲମ୍ବର ସମୁଦ୍ର ତଟର ସୁରକ୍ଷା ଦାୟିତ୍ୱ ନେଇଛନ୍ତି । ଏହାସତ୍ତ୍ୱେ କ୍ଷେତ ପାଇଁ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି ା ସେହିପରି ପ୍ରତିବର୍ଷ ବନ୍ୟା ଭୟରେ ୫୫ ପଞ୍ଚାୟତବାସୀ ଆତଙ୍କିତ ହେଉଛନ୍ତି। ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ବର୍ଷାଦିନକୁ ଛାଡି ଅନ୍ୟ ଋତୁରେ କାର୍ଯ୍ୟ ହୋଇପାରନ୍ତା । ତେବେ ବିଭାଗୀୟ ଅଧିକାରୀ ବର୍ଷାଦିନ ଆରମ୍ଭରେ ଦୁର୍ବଳ ଚିହ୍ନିତ ନଦୀବନ୍ଧରେ ମାଟି ଓ ବାଲି ପକାଇ ଅର୍ଥ ଲୁଟୁଛନ୍ତି । ଯୋଜନାର ଅର୍ଥ ଖର୍ଚ୍ଚ ସତ୍ତ୍ୱେ ସମସ୍ୟାର ସମାଧାନ ହେଉନାହିଁ। ବୁଦ୍ଧିଜୀବୀ ରାଧାକାନ୍ତ ମହାନ୍ତି କୁହନ୍ତି, ନଦୀ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି ା ସମୁଦ୍ର ମୁହାଣ ପୋତି ହେଉଛି ା ଏହାକୁ ଡ୍ରେଜିଂ କରା ନ ଯିବାରୁ ବନ୍ୟା ସମୟରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହୋଇପାରୁ ନାହିଁ ା ଏହା ବ୍ୟତୀତ ଜାନୁୟାରୀ ମାସରୁ ନଦୀଗୁଡିକ ଶୁଖିବା ଆରମ୍ଭ ହେଉଛି ା ଫଳରେ ସ୍ଥାନୀୟ ଚାଷ ସହିତ ହେନ୍ତାଳବଣ ନଷ୍ଟ ହେଉଛି। ହେନ୍ତାଳବଣ ନଷ୍ଟ ଫଳରେ ତଟକ୍ଷୟ ଏକ ବଡ଼ ସମସ୍ୟା ହୋଇଛି । ନିକଟରେ ସାତଭାୟାବାସୀ ୧୫ କିଲୋମିଟର ଦୂର ବଗପାଟିଆକୁ ସ୍ଥାନାନ୍ତର ହୋଇଛନ୍ତି। ଜିଓ ସିନ୍ଥେଟିକ ଟ୍ୟୁବୱାଲ ଜୁଆର ମାଡ଼କୁ ସହି ପାରୁନାହିଁ। ନଦୀ ଓ ନାଳରେ ବ୍ୟାରେଜ ଓ କ୍ରିକ୍‌ ବନ୍ଧ ପାଇଁ ସେ ମତ ରଖିଛନ୍ତି । ଏସମ୍ପର୍କରେ ଜିଲା ଜଳ ସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତ କୁହନ୍ତି, ଚଳିତ ବର୍ଷ ପାଇଁ ଦୁର୍ବଳ ନଦୀବନ୍ଧର ସ୍ଥାନ ଚିହ୍ନଟ ହୋଇଛି ା ଖରାଦିନ ମଧ୍ୟରେ ଏହାର ମରାମତି ହୋଇଯିବ ା


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ରାଜ୍ୟରେ ଡାକ୍ତର ମରୁଡ଼ି : ୫୨୪୮ ପଦବୀ ପୂରଣ ପାଇଁ…

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ଡାକ୍ତର ମରୁଡ଼ି ପଡ଼ିଛି। ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଛି। ଏ ନେଇ ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri