୭ ନଦୀ,୨୭ ନାଳବନ୍ଧ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୨୧ା୪: ଗତ ସପ୍ତାହରେ ଜଳସମ୍ପଦ ବିଭାଗ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀବନ୍ଧର ସର୍ବେକ୍ଷଣ ହୋଇଛି । ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କ ସହିତ ଜିଲା ଅଧିକାରୀ ମିଳିତ ଅନୁଧ୍ୟାନ କରି ଦୁର୍ବଳ ସ୍ଥାନ ଚିହ୍ନଟ କରିଛନ୍ତି । ଲୁଣା ତଟବନ୍ଧର ବିଭିନ୍ନ ସ୍ଥାନରୁ ପଥର ପ୍ୟାକିଂ ଖସିଯାଇଛି । ସେହିପରି ଜିଲାରେ ଥିବା ୭ ନଦୀ ଓ ୨୭ ଶାଖା ନାଳ ବନ୍ଧ ଏବେ ସୁରକ୍ଷିତ ନୁହେଁ । ବର୍ଷା ପୂର୍ବରୁ ସେହି ବନ୍ଧଗୁଡ଼ିକର ମରାମତି ପାଇଁ ଦାବି ହୋଇଛି ।

ଏସମ୍ପର୍କରେ କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡ଼ା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି । ବାଳକାଟି, କୋଳଢ଼ିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି ଚାଲିଛି । ଚୂନବନ୍ଧଠାରୁ ସାନଆଙ୍କୋ, ପତ୍ରପୁରଠାରୁ ଗୋପାଳପୁର, ଟୁଙ୍ଗାଠାରୁ ବଉଳଯୋଡ଼ି ନଦୀବନ୍ଧ ପଥରପ୍ୟାକିଂ ହୋଇଥିଲେ ମଧ୍ୟ ଶୋଚନୀୟ ଅବସ୍ଥାରେ ଅଛି। କେବଳ ଆଳି ବ୍ଲକ ଅଞ୍ଚଳରେ ଏହି ନଦୀବନ୍ଧ ସମସ୍ୟା ଦେଖାଯାଇନାହିଁ । ଜିଲାର ସମସ୍ତ କେନାଲ ବନ୍ଧର ଦୁରବସ୍ଥା ସ୍ଥାନୀୟ ଗ୍ରାମବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଚାଷ ନଷ୍ଟ କରୁଛି । ନଦୀଗୁଡ଼ିକରେ ପ୍ରତିବର୍ଷ ବନ୍ୟା ଆସି ଜିଲାର ଉପାନ୍ତ ଅଞ୍ଚଳରେ ଥିବା ୫୫ ପଞ୍ଚାୟତବାସୀଙ୍କ ଜୀବନଯାତ୍ରାରେ ବାଧା ସୃଷ୍ଟି କରୁଛି। ଲୁଣାତଟବନ୍ଧରେ ପଥର ପ୍ୟାକିଂ ଖସିଯାଉଥିବାରୁ ସମୁଦ୍ର ମାଡ଼ି ଆସିବା ଭୟ ସେମାନଙ୍କୁ ଆତଙ୍କିତ କରୁଛି। ମେ’ମାସ ସୁଦ୍ଧା ସମସ୍ତ ନଦୀ ଓ କେନାଲ ବନ୍ଧ ମରାମତି କାର୍ଯ୍ୟ ସାରିବାକୁ ସେ ଦାବି କରିଛନ୍ତି । ବୁଦ୍ଧିଜୀବୀ ପ୍ରଶାନ୍ତ କୁମାର ନାୟକ କୁହନ୍ତି, କେନ୍ଦ୍ରାପଡ଼ା ଜିଲାରେ ଜଳ ସମ୍ପଦ ବିଭାଗର ଦୁଇ ଡିଭିଜନ ସହିତ ଆଳି ତଟ ବନ୍ଧ କାର୍ଯ୍ୟାଳୟ ଅଛି । ଏହି କାର୍ଯ୍ୟାଳୟ ମାଧ୍ୟମରେ ଜିଲାରେ ଥିବା ନଦୀ ଓ କେନାଲର ପରିଚାଳନା ହେଉଛି। ସେହିପରି ଜିଲାର ଶେଷ ମୁଣ୍ଡରେ ଥିବା ୪୮ କିଲୋମିଟର ଲମ୍ବର ସମୁଦ୍ର ତଟର ସୁରକ୍ଷା ଦାୟିତ୍ୱ ନେଇଛନ୍ତି । ଏହାସତ୍ତ୍ୱେ କ୍ଷେତ ପାଇଁ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି ା ସେହିପରି ପ୍ରତିବର୍ଷ ବନ୍ୟା ଭୟରେ ୫୫ ପଞ୍ଚାୟତବାସୀ ଆତଙ୍କିତ ହେଉଛନ୍ତି। ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ବର୍ଷାଦିନକୁ ଛାଡି ଅନ୍ୟ ଋତୁରେ କାର୍ଯ୍ୟ ହୋଇପାରନ୍ତା । ତେବେ ବିଭାଗୀୟ ଅଧିକାରୀ ବର୍ଷାଦିନ ଆରମ୍ଭରେ ଦୁର୍ବଳ ଚିହ୍ନିତ ନଦୀବନ୍ଧରେ ମାଟି ଓ ବାଲି ପକାଇ ଅର୍ଥ ଲୁଟୁଛନ୍ତି । ଯୋଜନାର ଅର୍ଥ ଖର୍ଚ୍ଚ ସତ୍ତ୍ୱେ ସମସ୍ୟାର ସମାଧାନ ହେଉନାହିଁ। ବୁଦ୍ଧିଜୀବୀ ରାଧାକାନ୍ତ ମହାନ୍ତି କୁହନ୍ତି, ନଦୀ ଜଳ ପରିଚାଳନା ଜିଲାର ବଡ଼ ସମସ୍ୟା ହୋଇଛି ା ସମୁଦ୍ର ମୁହାଣ ପୋତି ହେଉଛି ା ଏହାକୁ ଡ୍ରେଜିଂ କରା ନ ଯିବାରୁ ବନ୍ୟା ସମୟରେ ଉଦ୍‌ବୃତ୍ତ ଜଳ ନିଷ୍କାସନ ହୋଇପାରୁ ନାହିଁ ା ଏହା ବ୍ୟତୀତ ଜାନୁୟାରୀ ମାସରୁ ନଦୀଗୁଡିକ ଶୁଖିବା ଆରମ୍ଭ ହେଉଛି ା ଫଳରେ ସ୍ଥାନୀୟ ଚାଷ ସହିତ ହେନ୍ତାଳବଣ ନଷ୍ଟ ହେଉଛି। ହେନ୍ତାଳବଣ ନଷ୍ଟ ଫଳରେ ତଟକ୍ଷୟ ଏକ ବଡ଼ ସମସ୍ୟା ହୋଇଛି । ନିକଟରେ ସାତଭାୟାବାସୀ ୧୫ କିଲୋମିଟର ଦୂର ବଗପାଟିଆକୁ ସ୍ଥାନାନ୍ତର ହୋଇଛନ୍ତି। ଜିଓ ସିନ୍ଥେଟିକ ଟ୍ୟୁବୱାଲ ଜୁଆର ମାଡ଼କୁ ସହି ପାରୁନାହିଁ। ନଦୀ ଓ ନାଳରେ ବ୍ୟାରେଜ ଓ କ୍ରିକ୍‌ ବନ୍ଧ ପାଇଁ ସେ ମତ ରଖିଛନ୍ତି । ଏସମ୍ପର୍କରେ ଜିଲା ଜଳ ସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରବୋଧ କୁମାର ରାଉତ କୁହନ୍ତି, ଚଳିତ ବର୍ଷ ପାଇଁ ଦୁର୍ବଳ ନଦୀବନ୍ଧର ସ୍ଥାନ ଚିହ୍ନଟ ହୋଇଛି ା ଖରାଦିନ ମଧ୍ୟରେ ଏହାର ମରାମତି ହୋଇଯିବ ା


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?