ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ ସ୍ଲୁଇସ୍‌ ଗେଟ୍‌ ବନ୍ଦ

ସମ୍ବଲପୁର,୧୩ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌କୁ ରବିବାର ବନ୍ଦ କରାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ରବିବାର ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ପୂର୍ବାହ୍ନ ୧୧ଟାରେ ଆଉ ୪ଟି ମିଶି ମୋଟ୍‌ ୬ଟି ସ୍ଲୁଇସ୍‌ ଗେଟ୍‌କୁ ବନ୍ଦ କରାଯାଇଛି। ଫଳରେ ବର୍ତ୍ତମାନ ମୋଟ୍‌ ୮ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

ମଧ୍ୟାହ୍ନ ସାଢ଼େ ୧୨ଟାର ସୂଚନା ଅନୁସାରେ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ୬୦୬. ୫୬ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୧ ଲକ୍ଷ ୫୪ ହାଜର ୧୨୬ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ସମାନ ପରିମାଣର ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ସେଥିମଧ୍ୟରେ ବାମପାଶର୍‌ବସ୍ଥ ୫ଟି ଓ ଦକ୍ଷିଣ ପାର୍ଶସ୍ଥ ୩ଟି ମିଶି ମାଟ ୮ଟି ସ୍ଲୁଇସ୍‌ ଗେଟରେ ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୧୬ ହଜାର ୬୪୦ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାୱାର ଚ୍ୟାନେଲରେ ୩୪,୨୨୯ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୩୪ ଘନଫୁଟ ଏବଂ ବଂ ଜଳ ସେଚନ ପାଇଁ ବରଗଡ଼ କେନାଲରେ ୨୭୫୫, ଶାସ ଶାସନ କେନାଲରେ ୨୦୦ ଓ ସମ୍ବଲପୁର କେନାଲରେ ୬୮ ଘନଫୁଟ ଜଳ ମିଶି ମୋଟ୍‌ ୩୦୨୩ ଘନଫୁଟ ଫୁଟ ଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୦୧.୦୪ ମିଲିମିଟର ଓ ତଳମୁଣ୍ଡରେ ୦୩.୯୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri