ବାଙ୍ଗିରିପୋଷି,୮ା୮(ଡି.ଏନ.ଏ.): ବାଙ୍ଗିରିପୋଷି ବ୍ଲକ ନାଫ୍ରି ପଞ୍ଚାୟତ ଅନ୍ତର୍ଗତ ଝିଙ୍କପାହାଡ଼ି ସରକାରୀ ପ୍ରାଥମିକ ବିଦ୍ୟାଳୟର ୬ ଛାତ୍ରୀ ସୋମବାର ହାଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ଚିକିତ୍ସାପାଇଁ ସେମାନଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ସେମାନେ ସୁସ୍ଥ ହୋଇ ଫେରି ଆସିଥିବା ସୂଚନା ମିଳଛି।
ସୂଚନା ଅନୁଯାୟୀ, ଅସୁସ୍ଥ ଛାତ୍ରୀମାନେ ନେତ୍ରାପଟ ଆବାସିକ ବିଦ୍ୟାଳୟ ହଷ୍ଟେଲରେ ରୁହନ୍ତି। ସେଠାରୁ ୯ଟା ବେଳେ ଭାତ ଓ ସୋୟାବିନ ତରକାରୀ ଭୋଜନ କରି ଝିଙ୍କପାହାଡ଼ି ପ୍ରାଥମିକ ବିଦ୍ୟାଳୟକୁ ଅଧ୍ୟୟନ ପାଇଁ ଆସିଥିଲେ। ମଧ୍ୟାହ୍ନ ସମୟରେ ୬ଜଣ ଛାତ୍ରୀ ବାନ୍ତି କରିବା ସହ ଅସୁସ୍ଥ ହୋଇ ପଡ଼ିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୁଳଦା ବେହେରା ଓ ସହକାରୀ ଶିକ୍ଷୟିତ୍ରୀ ସରସ୍ବତୀ ସୋରେନ ଅଧ୍ୟୟନରତ ମୋଟ ୬୬ଜଣ ଛାତ୍ରୀଛାତ୍ରଙ୍କୁ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ୩ଟି ଗାଡ଼ିରେ ନେଇ ଆସିଥିଲେ। ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଅନୁଭବ କରିବାରୁ ଡାକ୍ତର ସେମାନଙ୍କୁ ବିପଦମୁକ୍ତ ବୋଲି କହି ଡାକ୍ତରଖାନାରୁ ଛାଡ଼ି ଦେଇଥିଲେ। ତେବେ କେଉଁ କାରଣରୁ ଛାତ୍ରୀମାନେ ଅସୁସ୍ଥ ହୋଇପଡ଼ିଲେ ତାହା ସ୍ପଷ୍ଟ ହୋଇନି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…
ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…
୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ
ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…
ହଠାତ୍ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍: ଘଟଣାସ୍ଥଳରେ…
ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…
ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…
ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…
ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…
ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…
ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା
କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…
ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…
Archives

