୬ ହଜାର ହେକ୍ଟର ହେବ ଜଳସେଚିତ

ଅନୁଗୋଳ ଅଫିସ, ୨୪ା୯: ରାଜ୍ୟ ସରକାରଙ୍କ ପାର୍ବତୀଗିରି ବୃହତ୍‌ ଉଠା ଜଳସେଚନ ଯୋଜନାରେ ଉପକୃତ ହେବ ଅନୁଗୋଳ। ଏହି ଯୋଜନାରେ ଅନୁଗୋଳ ଜିଲାରେ ୩ଟି ଜଳସେଚନ ପ୍ରକଳ୍ପ ନିର୍ମାଣ ହେବ। ଏଥିପାଇଁ ୨୩୯ କୋଟି ୨୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁମୋଦନ କରିଛନ୍ତି। କଣିହାଁ ବ୍ଲକର ବଜ୍ରକୋଟ, ଦେନାଲି ଓ ରଞ୍ଜନାରେ ହେବାକୁ ଥିବା ଏହି ପ୍ରକଳ୍ପ ଦ୍ୱାରା ଜିଲାର ୬ ହଜାର ହେକ୍ଟର ଜମି ଜଳସେଚିତ ହୋଇପାରିବ। ଏଥିପାଇଁ ବ୍ରାହ୍ମଣୀ ନଦୀରୁ ଜଳ ଆସିବାକୁ ଥିବାବେଳେ ୩୬ ମାସରେ ନିର୍ମାଣ କାର୍ଯ୍ୟ ଶେଷ ହେବ। ପ୍ରକଳ୍ପଗୁଡ଼ିକରେ ବିଦ୍ୟୁତ୍‌ ସଂଯୋଗୀକରଣ ଓ ୧୫ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ ଦାୟିତ୍ୱ ପାଇଁ ପ୍ରସ୍ତାବ ରହିଛି। ଜିଲାର ଏହି ୩ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବାରୁ ଏଥିପାଇଁ ଅନୁଗୋଳ ଜିଲା ବିଜେଡି ଓ ଢେଙ୍କାନାଳ ଏମ୍‌ପି ଏବଂ ଜିଲାର ବିଧାୟକମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଯାଇଛି।
ସହର ଉପକଣ୍ଠସ୍ଥିତ ଏକ ହୋଟେଲରେ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଥିଲା। ଏହି ଖବରଦାତା ସମ୍ମିଳନୀରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଲଲହଡ଼ା ବିଧାୟକ ମୁକେଶ ପାଳ, କଣିହାଁ ବ୍ଲକ ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନ, ଅନୁଗୋଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ ଓ ଅନୁଗୋଳ ବିଧାୟକଙ୍କ ପ୍ରତିନିଧି ଅରୁଣାଭ ସିଂହ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ଅନୁଗୋଳ ଜିଲାକୁ ଏହି ପ୍ରକଳ୍ପ ଅନୁମୋଦନ କରାଯାଇଥିବାରୁ ୬ ହଜାର ହେକ୍ଟର ଜମିରେ ବିଭିନ୍ନ ଫସଲ ହୋଇପାରିବ ବୋଲି କହିଥିଲେ। ଜିଲାର କଣିହାଁ ଅଞ୍ଚଳରେ ଅନେକ ସମୟରେ ସ୍ବଳ୍ପ ବୃଷ୍ଟିପାତ ହେଉଥିବାରୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥାଏ। ତେଣୁ ଏଠାରେ ୩ଟି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏହା ଚାଷୀମାନଙ୍କ ପାଇଁ ଲାଭଦାୟକ ହୋଇପାରିବ ବୋଲି ଉପସ୍ଥିତ ବିଜେଡି ନେତା, ଏମ୍‌ପି, ବିଧାୟକ କହିଥିଲେ। ଏଥିସହ ଅନୁଗୋଳରେ ବାକି ଥିବା ଅବଶିଷ୍ଟ ଜଳସେଚନ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ଅନୁମୋଦନ ପ୍ରଦାନ କରାଯିବ ବୋଲି ବିଜେଡି ନେତାମାନେ ଏହି ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri