୬ ହଜାର ହେକ୍ଟର ହେବ ଜଳସେଚିତ

ଅନୁଗୋଳ ଅଫିସ, ୨୪ା୯: ରାଜ୍ୟ ସରକାରଙ୍କ ପାର୍ବତୀଗିରି ବୃହତ୍‌ ଉଠା ଜଳସେଚନ ଯୋଜନାରେ ଉପକୃତ ହେବ ଅନୁଗୋଳ। ଏହି ଯୋଜନାରେ ଅନୁଗୋଳ ଜିଲାରେ ୩ଟି ଜଳସେଚନ ପ୍ରକଳ୍ପ ନିର୍ମାଣ ହେବ। ଏଥିପାଇଁ ୨୩୯ କୋଟି ୨୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁମୋଦନ କରିଛନ୍ତି। କଣିହାଁ ବ୍ଲକର ବଜ୍ରକୋଟ, ଦେନାଲି ଓ ରଞ୍ଜନାରେ ହେବାକୁ ଥିବା ଏହି ପ୍ରକଳ୍ପ ଦ୍ୱାରା ଜିଲାର ୬ ହଜାର ହେକ୍ଟର ଜମି ଜଳସେଚିତ ହୋଇପାରିବ। ଏଥିପାଇଁ ବ୍ରାହ୍ମଣୀ ନଦୀରୁ ଜଳ ଆସିବାକୁ ଥିବାବେଳେ ୩୬ ମାସରେ ନିର୍ମାଣ କାର୍ଯ୍ୟ ଶେଷ ହେବ। ପ୍ରକଳ୍ପଗୁଡ଼ିକରେ ବିଦ୍ୟୁତ୍‌ ସଂଯୋଗୀକରଣ ଓ ୧୫ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ ଦାୟିତ୍ୱ ପାଇଁ ପ୍ରସ୍ତାବ ରହିଛି। ଜିଲାର ଏହି ୩ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବାରୁ ଏଥିପାଇଁ ଅନୁଗୋଳ ଜିଲା ବିଜେଡି ଓ ଢେଙ୍କାନାଳ ଏମ୍‌ପି ଏବଂ ଜିଲାର ବିଧାୟକମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଯାଇଛି।
ସହର ଉପକଣ୍ଠସ୍ଥିତ ଏକ ହୋଟେଲରେ ଜିଲା ବିଜେଡି ସଭାପତି ମହେନ୍ଦ୍ର ବସ୍ତିଆଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଆୟୋଜିତ ହୋଇଥିଲା। ଏହି ଖବରଦାତା ସମ୍ମିଳନୀରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ପାଲଲହଡ଼ା ବିଧାୟକ ମୁକେଶ ପାଳ, କଣିହାଁ ବ୍ଲକ ଅଧ୍ୟକ୍ଷ ରାମକୃଷ୍ଣ ପ୍ରଧାନ, ଅନୁଗୋଳ ପୌରାଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ ଓ ଅନୁଗୋଳ ବିଧାୟକଙ୍କ ପ୍ରତିନିଧି ଅରୁଣାଭ ସିଂହ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହ ଅନୁଗୋଳ ଜିଲାକୁ ଏହି ପ୍ରକଳ୍ପ ଅନୁମୋଦନ କରାଯାଇଥିବାରୁ ୬ ହଜାର ହେକ୍ଟର ଜମିରେ ବିଭିନ୍ନ ଫସଲ ହୋଇପାରିବ ବୋଲି କହିଥିଲେ। ଜିଲାର କଣିହାଁ ଅଞ୍ଚଳରେ ଅନେକ ସମୟରେ ସ୍ବଳ୍ପ ବୃଷ୍ଟିପାତ ହେଉଥିବାରୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥାଏ। ତେଣୁ ଏଠାରେ ୩ଟି ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ଏହା ଚାଷୀମାନଙ୍କ ପାଇଁ ଲାଭଦାୟକ ହୋଇପାରିବ ବୋଲି ଉପସ୍ଥିତ ବିଜେଡି ନେତା, ଏମ୍‌ପି, ବିଧାୟକ କହିଥିଲେ। ଏଥିସହ ଅନୁଗୋଳରେ ବାକି ଥିବା ଅବଶିଷ୍ଟ ଜଳସେଚନ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ଅନୁମୋଦନ ପ୍ରଦାନ କରାଯିବ ବୋଲି ବିଜେଡି ନେତାମାନେ ଏହି ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?