OISFରେ ସୃଷ୍ଟି କରାଯିବ ୬ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

କଟକ,୧୬।୧୨: ପୋଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ସୋମବାର ଓଡ଼ିଶା ହାବିଲଦାର କନଷ୍ଟେବଲ୍ ସିପାହୀ ମହସଂଘ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଯେଉଁଥିରେ ଶିଳ୍ପ ସୁରକ୍ଷା ପାଇଁ ଖୁବ୍‌ଶୀଘ୍ର ୬ଟି OISF ବାଟାଲିୟନ୍ ପ୍ରତିଷ୍ଠା ହେବ। ଫଳରେ OISFରେ ୬ ହଜାର ନିଯୁକ୍ତି ସୃଷ୍ଟି କରାଯିବ।

ଏଥିସହିତ ମୁଖ୍ୟମନ୍ତ୍ରୀ କହିଥିଲେ ପୋଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୋଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ବୋଲି ମଧ୍ୟ ସେ କହିଥିଲେ ।

ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଭୁବନେଶ୍ୱର ଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।
ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ଵପୂର୍ଣ୍ଣ ଭୂମିକା ରାଜ୍ୟର ପୋଲିସ ବଳ ତୁଲାଇଥାନ୍ତି। ଏହି ପୋଲିସ ବିଭାଗରେ କନଷ୍ଟେବଳ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ଵ ତୁଲାଉଛନ୍ତି ।  ତୃଣମୂଳ ସ୍ତରରେ ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ଗୁଇନ୍ଦା ପାଇଁ ଖବର ସଂଗ୍ରହ କରିବା ପରି ଦାୟିତ୍ଵ ତୁଲାଉଛନ୍ତି। କନଷ୍ଟେବଳ ଏବଂ  ସିପାହୀମାନେ ପୋଲିସ ବିଭାଗର  ମେରୁଦଣ୍ଡ ସଦୃଶ ବୋଲି  ମହାସଂଘର  ବାର୍ଷିକ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମତବ୍ୟକ୍ତ କରିଛନ୍ତି ।
ଖରା, ବର୍ଷା, ଶୀତ କାକରକୁ ଭୃକ୍ଷେପ ନକରି କନଷ୍ଟେବଳ ଓ ସିପାହୀମାନେ ନିଜର ଦାୟିତ୍ଵ ସମ୍ପାଦନ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ପ୍ରତି ଆମ ସରକାରଙ୍କର ଯଥେଷ୍ଟ ସଂବେଦନଶୀଳତା ଓ ଦାୟିତ୍ୱବୋଧ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ପୋଲିସ ସେବାକୁ ଆହୁରି ପ୍ରଭାବୀ କରିବା ପାଇଁ ଭିତ୍ତିଭୂମି ଏବଂ ମାନବ ସମ୍ବଳ ଯୋଗାଇ ଦେବାକୁ ଆମ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପୋଲିସ ବଳ ହେଉଛି ଅତ୍ୟନ୍ତ ଶୃଙ୍ଖଳିତ। ବିଶୃଙ୍ଖଳାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ। କିନ୍ତୁ ବିଶୃଙ୍ଖଳିତ କିମ୍ବା ଦୁର୍ନୀତିଗ୍ରସ୍ତଙ୍କୁ କୌଣସି ପ୍ରକାରେ କ୍ଷମା କରାଯିବ ନାହିଁ ବୋଲି ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡିଶା ପୋଲିସର ମୂଳ ମନ୍ତ୍ର ହେଉଛି, ‘ସେବା ଓ ସୁରକ୍ଷା’। ପ୍ରତ୍ୟେକ କାର୍ଯ୍ୟରେ ଦାୟିତ୍ୱବୋଧ ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ  ସଂଘର କର୍ମକର୍ତ୍ତା ଏବଂ ଅନ୍ୟ ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଏକକାଳୀନ ଲୋକସଭା ଓ ବିଧାନସଭା ସାଧାରଣ ନିର୍ବାଚନ ସମୟରେ  ରାଜ୍ୟ ପୋଲିସର ଭୂମିକାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ କନଷ୍ଟେବଳ ମାନଙ୍କ ସହଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଥିଲେ।
ଏହାସହ ଖୁବଶୀଘ୍ର ରାଜ୍ୟର ପ୍ରତି ଥାନାକୁ ମୋଟର ସାଇକେଲ ଯୋଗାଇ ଦେବାସହ ଏହି ବାବଦରେ ଅତିରିକ୍ତ ବଜେଟରେ ୩୫ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ।
ସେହିପରି ରାଜ୍ୟରେ ଅତିରିକ୍ତ CAPF ପ୍ରତିଷ୍ଠା ପାଇଁ ୨୯୯ କୋଟି ଟଙ୍କା ଏବଂ ପୋଲିସର ତ୍ଵରିତ ଗମନାଗମନ ପାଇଁ ୧୬ କୋଟି ଟଙ୍କା ପ୍ରବଧାନ କରାଯାଇଛି, ଯେଉଁଥିରେ ୬୪୯ ଗୋଟି ଉତ୍କୃଷ୍ଟ ଯାନ ପୋଲିସକୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ବିଧାୟକ ପ୍ରକାଶ ସେଠୀ ଯୋଗ ଦେଇ ପୋଲିସର ଉତ୍ସର୍ଗୀକୃତ ମନୋଭାବ, ଲୋକଙ୍କ ପ୍ରତି ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତାକୁ ସାଲୁଟ କରୁଛି ବୋଲି ମତବ୍ୟକ୍ତ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?