Posted inଫୁରସତ

ଏକାଠି ହୋଇ ବୁଲିଲେ ୬ ବାଘ, ଭାଇରାଲ ହେଉଛି ଭିଡିଓ

ଗୋଟିଏ କି ଦୁଇଟି ନୁହେଁ, ଏକାସାଙ୍ଗରେ ୬ଟି ବାଘ ଏକାଠି ହୋଇ ବୁଲିବାର ବିରଳ ଦୃଶ୍ୟ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଆଜି ସକାଳେ ଅଭିନେତା ରଣଦୀପ ହୁଡା ତାଙ୍କ ଟୁଇଟର ପେଜ୍‌ରେ ଏହି ଭିଡିଓଟି ଶେୟାର କରିଛନ୍ତି।

ଭିଡିଓରେ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ଏକ ରାସ୍ତାରେ ଏହି ବାଘମାନେ ଏକାଠି ବୁଲୁଥିବାର ନଜର ଆସିଛନ୍ତି। ମହାରାଷ୍ଟ୍ରର ନାଗପୁର ନିକଟସ୍ଥ ଉମ୍ରେଦ-କାରଖଣ୍ଡଲା ବନ୍ୟପ୍ରାଣୀ ଅଭୟାରଣ୍ୟରେ ଭିଡିଓଟି ଶୁଟିଂ ହୋଇଥିବା ଜଣାଯାଇଛି।

ଭିଡିଓରେ ଅଫ୍‌ କ୍ୟାମେରାରେ ଥିବା ଦୁଇ ଜଣ ବ୍ୟକ୍ତିଙ୍କ କଥା ଶୁଣିବାକୁ ମିଳିଛି। ବାଘଗୁଡ଼ିକ ତାଙ୍କ ଆଡକୁ ଆସୁଥିବା କହୁଛନ୍ତି। କିଛି ସମୟର ଏହି ଭିଡିଓରେ ଏକ ଗାଡ଼ି ପଛରୁ ବଡ଼ ବିଲେଇଟି ତାଙ୍କ ନିକଟକୁ ଆସୁଛି। ଗାଡ଼ିଟିକୁ ଦେଖିବା ପରେ ଗୋଟିଏ ବାଘ ଜଙ୍ଗଲରେ ଅଦୃଶ୍ୟ ହୋଇଥିବାବେଳେ ଅନ୍ୟମାନେ ଚାଲି ଯାଉଛନ୍ତି।

ଭିଡିଓ ଶେୟାର କରି ଅଭିନେତା ରଣଦୀପ ଏଥିରେ କ୍ୟାପଶନ ଲେଖିଛନ୍ତି: ‘ଛପର ଫାଡ୍‌ କେ’। ଭିଡିଓଟି ଖୁବ୍‌ ଭାଇରାଲ ହେଉଛି। ଏହା ଉପରେ ୟୁଜରମାନେ ନାନା ପ୍ରତିକ୍ରିୟା ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ବାସ୍ତବରେ କୌତୂହଳପ୍ରଦ। ସେହିପରି ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ଅବିଶ୍ୱସନୀୟ। ସେହିପରି ଆଉ କିଛି ୟୁଜରଙ୍କୁ ଭିଡିଓଟି ଏତେ ପସନ୍ଦ ଆସିଛି ଯେ, ସେମାନେ ନିଜ ନିଜ ସୋସିଆଲ ମିଡିଆ ପେଜ୍‌ରେ ଶେୟାର କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri