Posted inଜାତୀୟ

୬ଥର ବିଧାୟକ ଥିବା ନେତାଙ୍କୁ ମିଳିଲାନି ଟିକେଟ: ସମର୍ଥକ ଚାହିଁଲେ ସ୍ବାଧୀନ ଭାବେ ଲଢ଼ିବେ

ଗାନ୍ଧୀନଗର,୧୩।୧୧: ଗୁଜରାଟ ବିଧାନସଭାର ୧୮୨ଟି ଆସନ ପାଇଁ ୨ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଡିସେମ୍ବର ୧ରେ ପ୍ରଥମ ପର୍ଯ୍ୟାୟ ଏବଂ ଡିସେମ୍ବର ୫ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାଜପା ୧୬୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପ୍ରାର୍ଥୀ ଘୋଷଣା ପରେ ଜଣେ ବିଧାୟକଙ୍କ ସମେତ ୪ଜଣ ପୂର୍ବତନ ବିଧାୟକ ଟିକେଟ ନ ପାଇ ବିଦ୍ରୋହ ଆରମ୍ଭ କରିଦେଇଛନ୍ତି। ଟିକେଟ ନ ମିଳିବା ପରେ ଭାଜପା ନେତାମାନେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢେଇ କରିବେ ବୋଲି ଖୋଲାଖୋଲି ଭାବେ ଧମକ ଦେଇଛନ୍ତି।

ଏହା ସହ ଟିକେଟ ପାଇ ନ ଥିବା ନେତାଙ୍କ ମଧ୍ୟରୁ କେତେଜଣ ବିଦ୍ରୋହୀ ନେତା କହିଛନ୍ତି, ସମର୍ଥକଙ୍କ ପରାମର୍ଶ ପରେ ପରବର୍ତ୍ତୀ ପଦକ୍ଷେପ ନେବେ । ଭଦୋଦରା ଜିଲାରେ ଜଣେ ବିଧାୟକଙ୍କ ସହ ଦୁଇଜଣ ପୂର୍ବତନ ଭାଜପା ବିଧାୟକଙ୍କୁ ଟିକେଟ ନ ମିଳିବାରୁ ସେମାନେ ଅସନ୍ତୋଷ ଜାରି କରିଛନ୍ତି। ୱାଘୋଡିଆରୁ ୬ଥର ବିଧାୟକ ଥିବା ମଧୁ ଶ୍ରୀବାସ୍ତବଙ୍କୁ ଦଳ ଟିକେଟ ନ ଦେଇ ତାଙ୍କ ସ୍ଥାନରେ ଅଶ୍ୱିନ ପଟେଲଙ୍କୁ ପ୍ରାର୍ଥୀ କରିଛି। ଏଥିରେ ରାଗି ଯାଇ ସେ ଦଳରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ମଧୁ କହିଛନ୍ତି, ଯଦି ତାଙ୍କ ସମର୍ଥକ ଚାହିଁବେ ତେବେ ସେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri