Posted inଜାତୀୟ

୬ଥର ବିଧାୟକ ଥିବା ନେତାଙ୍କୁ ମିଳିଲାନି ଟିକେଟ: ସମର୍ଥକ ଚାହିଁଲେ ସ୍ବାଧୀନ ଭାବେ ଲଢ଼ିବେ

ଗାନ୍ଧୀନଗର,୧୩।୧୧: ଗୁଜରାଟ ବିଧାନସଭାର ୧୮୨ଟି ଆସନ ପାଇଁ ୨ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଡିସେମ୍ବର ୧ରେ ପ୍ରଥମ ପର୍ଯ୍ୟାୟ ଏବଂ ଡିସେମ୍ବର ୫ରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାଜପା ୧୬୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପ୍ରାର୍ଥୀ ଘୋଷଣା ପରେ ଜଣେ ବିଧାୟକଙ୍କ ସମେତ ୪ଜଣ ପୂର୍ବତନ ବିଧାୟକ ଟିକେଟ ନ ପାଇ ବିଦ୍ରୋହ ଆରମ୍ଭ କରିଦେଇଛନ୍ତି। ଟିକେଟ ନ ମିଳିବା ପରେ ଭାଜପା ନେତାମାନେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢେଇ କରିବେ ବୋଲି ଖୋଲାଖୋଲି ଭାବେ ଧମକ ଦେଇଛନ୍ତି।

ଏହା ସହ ଟିକେଟ ପାଇ ନ ଥିବା ନେତାଙ୍କ ମଧ୍ୟରୁ କେତେଜଣ ବିଦ୍ରୋହୀ ନେତା କହିଛନ୍ତି, ସମର୍ଥକଙ୍କ ପରାମର୍ଶ ପରେ ପରବର୍ତ୍ତୀ ପଦକ୍ଷେପ ନେବେ । ଭଦୋଦରା ଜିଲାରେ ଜଣେ ବିଧାୟକଙ୍କ ସହ ଦୁଇଜଣ ପୂର୍ବତନ ଭାଜପା ବିଧାୟକଙ୍କୁ ଟିକେଟ ନ ମିଳିବାରୁ ସେମାନେ ଅସନ୍ତୋଷ ଜାରି କରିଛନ୍ତି। ୱାଘୋଡିଆରୁ ୬ଥର ବିଧାୟକ ଥିବା ମଧୁ ଶ୍ରୀବାସ୍ତବଙ୍କୁ ଦଳ ଟିକେଟ ନ ଦେଇ ତାଙ୍କ ସ୍ଥାନରେ ଅଶ୍ୱିନ ପଟେଲଙ୍କୁ ପ୍ରାର୍ଥୀ କରିଛି। ଏଥିରେ ରାଗି ଯାଇ ସେ ଦଳରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ମଧୁ କହିଛନ୍ତି, ଯଦି ତାଙ୍କ ସମର୍ଥକ ଚାହିଁବେ ତେବେ ସେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକମାତ୍ର ନଦୀ, ଯାହାର ବାଲିରୁ ମିଳେ ସୁନା! ଓଡ଼ିଶାରେ ବି ବୋହୁଛି…

ନୂଆଦିଲ୍‌ଲୀ,୨୬।୯: ଭାରତରେ ନଦୀଗୁଡ଼ିକୁ କେବଳ ଜଳର ଉତ୍ସ ଭାବେ ଗ୍ରହଣ କରାଯାଏ ନାହିଁ, ବରଂ ଦେଶର ଅର୍ଥନୀତି ଏବଂ ଲୋକଙ୍କ ଦୈନନ୍ଦିନ ଜୀବନରେ ମଧ୍ୟ ଏଗୁଡ଼ିକର ଏକ…

ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ, ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କାର ସହାୟତା, ଘୋଷଣା କରି…

କୁଆଁରମୁଣ୍ଡା,୨୬ା୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ବନ ରେଞ୍ଜ ଅନ୍ତର୍ଗତ ଝୁନମୁର ଗ୍ରାମର ବିଶ୍ରାଟୋଲିରେ ଶନିବାର ସକାଳେ ଏକ ବଣୁଆ ଦନ୍ତା ହାତୀ ଆକ୍ରମଣରେ ଜଣେ…

‘ତାଙ୍କୁ PM କର’, ଜ୍ଞାନେଶ କୁମାରଙ୍କୁ ପଦ୍ମ ଭୂଷଣ ଦେବା ବୟାନରେ କଟାକ୍ଷ କଲେ ପୱନ ଖେରା

ନୂଆଦିଲ୍ଲୀ,୨୬।୯: ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ରାଜନୈତିକ ବିତର୍କ ମଧ୍ୟରେ, କଂଗ୍ରେସ ନେତା ପୱନ ଖେରା ପଶ୍ଚିମବଙ୍ଗ ଭାଜପା ସଭାପତି ସମିକ ଭଟ୍ଟାଚାର୍ଯ୍ୟଙ୍କ ଏକ ମନ୍ତବ୍ୟକୁ ନେଇ…

ଗିଲଙ୍କ କ୍ୟାପଟେନ୍ସି ଉପରେ କୋହଲିଙ୍କ ବଡ଼ କଥା, ଭବିଷ୍ୟତକୁ ନେଇ କହିଲେ…

ନୂଆଦିଲ୍ଲୀ,୨୬।୯: ରୋହିତ ଶର୍ମାଙ୍କ ପରେ ଶୁଭମନ ଗିଲଙ୍କୁ ଭାରତର ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ କରାଯାଇଛି। ତାଙ୍କ ଅଧିନାୟକତ୍ୱରେ ଟିମ୍ ଇଣ୍ଡିଆ ଆସନ୍ତା ୨୭ ସେପ୍ଟେମ୍ବର…

ମଦ୍ୟପାନ ନିଷେଧ ରାଜ୍ୟ ନାଗାଲାଣ୍ଡରେ ହଇଚଇ: ବିଷାକ୍ତ ମଦ ପିଇ ୧୯ ଜଣଙ୍କ ମୃତ୍ୟୁ

କୋହିମା,୨୬।୯: ମଦ ନିଷେଧାଦେଶ ଲାଗୁ ଥିବା ରାଜ୍ୟ ନାଗାଲାଣ୍ଡରେ ମଦ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରାଜ୍ୟର ମୋକୋକଚୁଙ୍ଗ (Mokokchung) ଏବଂ ଟୁଏନସାଙ୍ଗ (Tuensang) ଜିଲାରେ ଭେଜାଲ…

ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’

ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ…

ତେଲ-ଉତେଇ ନଦୀରେ ବନ୍ୟା: ଶତାଧିକ ଚାଷଜମି ଜଳମଗ୍ନ

କର୍ଲାମୁଣ୍ଡା,୨୬।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ସୁବର୍ଣ୍ଣରେଖାରେ ୪ର୍ଥ ବନ୍ୟା: ୪ ବ୍ଲକ୍‌ରେ ଲକ୍ଷାଧିକ ଲୋକ ଜଳବନ୍ଦୀ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଝାଡ଼ଖଣ୍ଡ ମାଳାଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗାଲୁଡ଼ିହି ଜଳାଧାରରୁ ୧ ୩ଟି ଗେଟ୍‌ ଖୋଲାଯାଇ ଉଦ୍‌ବୃତ୍ତ ବର୍ଷାଜଳ ସୁବର୍ଣ୍ଣରେଖାକୁ ନିଷ୍କାସନ ହେବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?