ଗଣଶିକ୍ଷା ବିଭାଗ ପରିଦର୍ଶନ କଲେ ୬ ଟ୍ରେନି ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୫ା୭ (ଅନୁରାଧା ମହାରଣା): ଓଡ଼ିଶା କ୍ୟାଡରର ୬ଜଣ ଟ୍ର୍ରେନି ଆଇଏଏସ୍‌ ଅଧିକାରୀ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତି ା ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡମିନିଷ୍ଟ୍ରେଶନରେ ତାଲିମ ନେଉଥିବା ଏହି ପ୍ରଶାସନିିକ ଅଧିକାରୀ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) କାର୍ଯ୍ୟାଳୟକୁ ଯାଇ ବିଦ୍ୟାଳୟ ସ୍ତରରେ ରୂପାୟନ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟଶୈଳୀ ଅନୁଧ୍ୟାନ କରିଥିଲେ। ବିଭାଗ ଅଧୀନରେ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମ ଓ ଶିକ୍ଷା ସମ୍ବନ୍ଧରେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ‘ମୋ ସ୍କୁଲ’ର ମୁଖ୍ୟ କାର୍ଯ୍ୟନିିର୍ବାହୀ ଅଧିକାରୀ ଅମରଜିତ ଜେନା ଓ ଅନ୍ୟ ବରିଷ୍ଠ କର୍ମକର୍ତ୍ତା ସେମାନଙ୍କୁ ଅବଗତ କରାଇଥିଲେ। ଏହାସହ ପ୍ରଶାସନିକ ଶାସନ ବ୍ୟବସ୍ଥା ବିଷୟରେ ଅନୁପମ ସାହା ପରାମର୍ଶ ଦେଇଥିଲେ। ଟ୍ରେନି ଆଇଏଏସ୍‌ ଅଧିକାରୀମାନେ ଚନ୍ଦ୍ରଶେଖରପୁରଠାରେ ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ପରିଦର୍ଶନ କର ପିଲାଙ୍କ ସହ ଆଲୋଚନା କରିଥିଲେ। ୫-ଟି ଅଧୀନରେ ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ମୋ ସ୍କୁଲ ଅଧୀନରେ ପୁରାତନ ଛାତ୍ରୀଛାତ୍ରଙ୍କ ଅବଦାନ, ସମଗ୍ର ଶିକ୍ଷା, ମଧ୍ୟାହ୍ନଭୋଜନ ଆଦି କାର୍ଯ୍ୟକ୍ରମର ବିସ୍ତୃତ ଧାରଣା ସେମାନଙ୍କୁ ପ୍ରଦାନ କରାଯାଇଥିଲା। ଚଳିତ ଶିକ୍ଷାବର୍ଷରୁ ପ୍ରଚଳିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ବିଭିନ୍ନ ବର୍ଗ ଓ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣର ସଫଳ ରୂପାୟନ ସମ୍ପର୍କରେ ଅବଗତ କରାଯାଇଥିଲା। ଏହାସହ ପ୍ରି-ସ୍କୁଲିଂ, ଏଫ୍‌ଏଲ୍‌ଏନ୍‌ ଓ ଭିଏସିକେ(ବିଦ୍ୟା ସମୀକ୍ଷା କେନ୍ଦ୍ର)ସମ୍ବନ୍ଧରେ ମଧ୍ୟ ପ୍ରାଥମିକ ଧାରଣା ପ୍ରଦାନ କରାଯାଇଥିଲା। ଓଡିଶା କ୍ୟାଡର ୨୦୨୧ ବ୍ୟାଚ୍‌ର ଏହି ଟ୍ରେନି ଆଇଏଏସ୍‌ ଅଧିକାରୀ ହେଲେ ଧିନା ଦସ୍ତାଗିର୍‌, ଧିମନ୍‌ ଚକ୍ମା, କିରନ୍‌ ଦୀପ୍‌ କାଉର୍‌ ସାହୋତା, ପ୍ରଥମେଶ୍‌ ଅରବିନ୍ଦ୍‌ ରାଜେଶିର୍କେ, ରେହାନ୍‌ ଖତ୍ରି ଓ ରିନା ପ୍ରଧାନ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri