ଗଣଶିକ୍ଷା ବିଭାଗ ପରିଦର୍ଶନ କଲେ ୬ ଟ୍ରେନି ଆଇଏଏସ୍‌ ଅଧିକାରୀ

ଭୁବନେଶ୍ୱର,୧୫ା୭ (ଅନୁରାଧା ମହାରଣା): ଓଡ଼ିଶା କ୍ୟାଡରର ୬ଜଣ ଟ୍ର୍ରେନି ଆଇଏଏସ୍‌ ଅଧିକାରୀ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପରିଦର୍ଶନ କରିଛନ୍ତି ା ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡମିନିଷ୍ଟ୍ରେଶନରେ ତାଲିମ ନେଉଥିବା ଏହି ପ୍ରଶାସନିିକ ଅଧିକାରୀ ଓଡିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) କାର୍ଯ୍ୟାଳୟକୁ ଯାଇ ବିଦ୍ୟାଳୟ ସ୍ତରରେ ରୂପାୟନ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମର କାର୍ଯ୍ୟଶୈଳୀ ଅନୁଧ୍ୟାନ କରିଥିଲେ। ବିଭାଗ ଅଧୀନରେ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମ ଓ ଶିକ୍ଷା ସମ୍ବନ୍ଧରେ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା, ‘ମୋ ସ୍କୁଲ’ର ମୁଖ୍ୟ କାର୍ଯ୍ୟନିିର୍ବାହୀ ଅଧିକାରୀ ଅମରଜିତ ଜେନା ଓ ଅନ୍ୟ ବରିଷ୍ଠ କର୍ମକର୍ତ୍ତା ସେମାନଙ୍କୁ ଅବଗତ କରାଇଥିଲେ। ଏହାସହ ପ୍ରଶାସନିକ ଶାସନ ବ୍ୟବସ୍ଥା ବିଷୟରେ ଅନୁପମ ସାହା ପରାମର୍ଶ ଦେଇଥିଲେ। ଟ୍ରେନି ଆଇଏଏସ୍‌ ଅଧିକାରୀମାନେ ଚନ୍ଦ୍ରଶେଖରପୁରଠାରେ ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟ (ଓଏଭି) ପରିଦର୍ଶନ କର ପିଲାଙ୍କ ସହ ଆଲୋଚନା କରିଥିଲେ। ୫-ଟି ଅଧୀନରେ ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ, ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ମୋ ସ୍କୁଲ ଅଧୀନରେ ପୁରାତନ ଛାତ୍ରୀଛାତ୍ରଙ୍କ ଅବଦାନ, ସମଗ୍ର ଶିକ୍ଷା, ମଧ୍ୟାହ୍ନଭୋଜନ ଆଦି କାର୍ଯ୍ୟକ୍ରମର ବିସ୍ତୃତ ଧାରଣା ସେମାନଙ୍କୁ ପ୍ରଦାନ କରାଯାଇଥିଲା। ଚଳିତ ଶିକ୍ଷାବର୍ଷରୁ ପ୍ରଚଳିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ବିଭିନ୍ନ ବର୍ଗ ଓ ୫-ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣର ସଫଳ ରୂପାୟନ ସମ୍ପର୍କରେ ଅବଗତ କରାଯାଇଥିଲା। ଏହାସହ ପ୍ରି-ସ୍କୁଲିଂ, ଏଫ୍‌ଏଲ୍‌ଏନ୍‌ ଓ ଭିଏସିକେ(ବିଦ୍ୟା ସମୀକ୍ଷା କେନ୍ଦ୍ର)ସମ୍ବନ୍ଧରେ ମଧ୍ୟ ପ୍ରାଥମିକ ଧାରଣା ପ୍ରଦାନ କରାଯାଇଥିଲା। ଓଡିଶା କ୍ୟାଡର ୨୦୨୧ ବ୍ୟାଚ୍‌ର ଏହି ଟ୍ରେନି ଆଇଏଏସ୍‌ ଅଧିକାରୀ ହେଲେ ଧିନା ଦସ୍ତାଗିର୍‌, ଧିମନ୍‌ ଚକ୍ମା, କିରନ୍‌ ଦୀପ୍‌ କାଉର୍‌ ସାହୋତା, ପ୍ରଥମେଶ୍‌ ଅରବିନ୍ଦ୍‌ ରାଜେଶିର୍କେ, ରେହାନ୍‌ ଖତ୍ରି ଓ ରିନା ପ୍ରଧାନ।


Enter your email to get our daily news in your inbox.

All Right Reserved By Dharitri.Com

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri