ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା

କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ଜୟରାମ ଗହୀରଙ୍କ ପୁଅ ପରମେଶ୍ୱର(୮)। ସକାଳେ ନାବାଳିକା ଭଉଣୀ ଟିକେମନୀ(୧୨)ଙ୍କ ସହ ପଣ୍ଡରେନ-ଜାମକି ରାସ୍ତାପାର୍ଶ୍ୱ ଚାଷଜମିରେ ପରମେଶ୍ୱର ମହୁଲ ଟୋଲ ଗୋଟାଉ ଥିବାବେଳେ ଗାଁ ର ଜିତେନ ପୋଢ(୫୧) ଟାଙ୍ଗିଆରେ ହାଣି ତାଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। କୌଣସିମତେ ଘଟଣାସ୍ଥଳରୁ ଦୌଡି ପଳାଇ ଟିକେମନୀ ଜୀବନ ବଞ୍ଚାଇଛନ୍ତି। ଟିକେମନୀଙ୍କଠାରୁ ଖବର ପାଇ ଗାଁ ମୁଣ୍ଡରେ ହଳ କରୁଥିବା ଜୟରାମ ଘଟଣାସ୍ଥଳରେ ପହଞ୍ଚିଲା ବେଳକୁ ପୁଅର ରକ୍ତ ଜୁଡୁବୁଡୁ ମୃତଦେହ କ୍ଷେତରେ ପଡି ରହିଥିଲା। କଣ୍ଟାବାଞ୍ଜି ଏସ୍‌ଡିପିଓ ସରୋଜ କୁମାର ମହାପାତ୍ର, ବଲାଙ୍ଗୀର ସାଇଣ୍ଟିଫିକ ଟିମ୍‌, ତୁରେକେଲା ଥାନା ଆଇଆଇସି କମଲ ଲୋଚନ ବେହେରା, ସବ୍‌ଇନ୍ସପେକ୍ଟର ଦୀପକ କୁମାର ଡୁଙ୍ଗଡୁଙ୍ଗ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା କରିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ନିକଟସ୍ଥ ଜାମକି ଜଙ୍ଗଲରୁ ଗିରଫ କରିଛି। ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆ ଜବତ ହୋଇଛି। କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଏ ନେଇ ଦଫା ୩୦୭, ୩୦୨ରେ ଏକ ମାମଲା(ନଂ.୩୬/୨୧) ରୁଜୁ କରି ଘଟଣାର ଅଧିକ ଅନୁସନ୍ଧାନ ଚାଲିଥିବା ଆଇଆଇସି ବେହେରା କହିଛନ୍ତି। ଜୟରାମଙ୍କ ସହ ଅଭିଯୁକ୍ତଙ୍କ ଘରବାଡି ବିବାଦ ଥିଲା। ଏହି କାରଣରୁ ପ୍ରତିଶୋଧ ନେବା ପାଇଁ ଜୀତନ ଏଭଳି କାଣ୍ଡ କରିଥାଇ ପାରନ୍ତି ବୋଲି ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ବର୍ଷା ବିପତ୍ତି: ରାତ୍ରି ଭୋଜନ କରୁଥିବା ବେଳେ ଘର ଉପରେ ଭାଙ୍ଗିପଡ଼ିଲା ବିରାଟ ପଣସ ଗଛ, ଭୟଙ୍କର ଦୁର୍ଘଟଣାରେ…

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍‌ ଗୋପୀନାଥପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତଳ ଚୋବରୀ ଗ୍ରାମରେ ଏକ ବଡ଼ ବିପତ୍ତି…

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri