୬ ବର୍ଷର ଶିଶୁକୁ ଝାମ୍ପି ନେଲା ବାଘ

ରାଇଘର/ଉମରକୋଟ, ୧୨।୧୦(ଡି.ଏନ୍‌.ଏ./ସ୍ବ.ପ୍ର.): ନବରାତ୍ରି ସମୟରେ ପରିବାର ସହ ଛତିଶଗଡ଼ ସିହାଓ୍ବାସ୍ଥିତ ଶୀତଳା ମନ୍ଦିରକୁ ସପରିବାର ଦର୍ଶନ ପାଇଁ ଯାଉଥିଲେ। ବାଟରେ ୬ବର୍ଷୀୟ ଅବିନାଶଙ୍କୁ ପରିବାର ଲୋକଙ୍କ ଆଖି ଆଗରେ ଟେକି ନେଇଥିଲା କଳରାପତରିଆ ବାଘ। ଏନେଇ ନବରଙ୍ଗପୁର ଜିଲା ରାଇଘର ବ୍ଲକ ଛତିଶଗଡ଼ ସୀମାନ୍ତ ତୁରୁଡିହି ଗ୍ରାମର ନରେନ୍ଦ୍ର ମାର୍କମ(ଅଭିନାଶଙ୍କ ବାପା) ଅଭିଯୋଗ କରିଛନ୍ତି। ଖବରପାଇ ପୋଲିସ, ବନ ବିଭାଗ ଅବିନାଶଙ୍କୁ ଖୋଜାଖୋଜି କରିଥିଲା। ବନ ବିଭାଗ ଅବିନାଶଙ୍କ ମୃତଦେହ ଜବତ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ସୂଚନାନୁଯାୟୀ, ସୋମବାର ନରେନ୍ଦ୍ର ସପରିବାର ସିହାଓ୍ବାସ୍ଥିତ ଶୀତଳାଙ୍କ ମନ୍ଦିରକୁ ଯାଉଥିଲେ। ଅବିନାଶ ଅନ୍ୟ ଜଣେ ବାଳକ ସହ ଆଗରେ ଚାଲିଥିଲେ। ହଠାତ୍‌ ଏକ କଳରାପତରିଆ ସେମାନଙ୍କ ଆଗକୁ ଆସିଥିଲା। ସମସ୍ତେ ଏପଟ ସେପଟ ହୋଇ ଦୌଡୁଥିବାବେଳେ ଅବିନାଶଙ୍କୁ ବାଘ ଝାମ୍ପିନେଇ ଜଙ୍ଗଲ ଭିତରକୁ ପଳାଇଥିଲା। ଏହା ଦେଖି ଅନ୍ୟମାନେ ପାଟି କରିବା ସହ ସ୍ଥାନୀୟ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଓ ସିହାଓ୍ବା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କୁ ନେଇ ଜଙ୍ଗଲ ମଧ୍ୟକୁ ଯାଇଥିଲେ। ରକ୍ତ ଚିହ୍ନ ଦେଖି କିଛି ବାଟ ଯିବା ପରେ ଏକ ପଥର ଚଟାଣରୁ ଅବିନାଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସିହାଞ୍ବା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ଅବିନାଶଙ୍କୁ ମୃତ ଘୋଷଣା କରିଥିଲେ। ବନ ବିଭାଗ ମୃତକଙ୍କ ପରିବାରକୁ ୩୫ ହଜାର ଟଙ୍କା କ୍ଷତିପୂରଣ ଦେଇଛି। ଉକ୍ତ ଅଞ୍ଚଳରେ ପୂର୍ବରୁ ଥରେ ଏପରି ଘଟଣା ଘଟିଛି। ତେଣୁ ଏଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?