୬ ବର୍ଷର ଝିଅକୁ ପିଟିପିଟି ମାରିଦେଲେ ମା-ବାପା

ଦିଗପହଣ୍ଡି,୨୮ା୨(ଡି.ଏନ୍‌.ଏ.): ଖାଇବାକୁ ଅଝଟ କରିବାରୁ ନିଜ ଝିଅକୁ ପିଟି ପାଟି ମାରିଦେଇଛନ୍ତି ବାପା ଏବଂ ସାବତ ମା’। ଆଗରୁ ଝିଅଟିର ଜନ୍ମକଲା ମା’ ଚାଲି ଯାଇଥିବା ବେଳେ ବାପା ଏବଂ ସାବତ ମା’ଙ୍କ ସହ ରହୁଥିଲା କୁନି ଝିଅଟି। ଶେଷରେ ସାବତ ମା’ ସହିତ ବି ବାପା ସାଜିଲେ ହତ୍ୟାକାରୀ। ଖାଇବାକୁ ଅଳି କରିବାରୁ ହେବାରୁ ଉଭୟ ମିଶି ଶିଶୁକନ୍ୟାର ଜୀବନ ନେଇଯାଇଛନ୍ତି। ଏପରି ଅଭାବନୀୟ ତଥା ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ତେନ୍ତୁଳିଆରେ ଘଟିଛି। ପୋଲିସ ଉଭୟଙ୍କୁ ଗିରଫ କରିଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଲାଗିରହିଛି।

ସୂଚନାଯୋଗ୍ୟ, ତେନ୍ତୁଳିଆ ଅଞ୍ଚଳର ଦିବାକର ନାମକ ବ୍ୟକ୍ତି ଦିନ ମଜୁରିଆ ଭାବେ କାମ କରୁଥିବା ବେଳେ ତାଙ୍କ ପ୍ରଥମ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିଲା। ପରେ। ତାଙ୍କର ୬ ବର୍ଷର ଏକ ଝିଅ ଥିଲା। ପ୍ରଥମ ସ୍ତ୍ରୀଙ୍କ ମୃତ୍ୟୁ ପରେ ଦିବାକର ଦ୍ୱିତୀୟ ବିବାହ କରିଥିଲେ। ହେଲେ କୁନି ଝିଅଟି ଯୋଗୁ ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ସବୁବେଳେ ଝଗଡ଼ା ଲାଗୁଥିଲା। ଏପରିକି ଗତ ରାତିରେ ଉଭୟଙ୍କ ମଧ୍ୟରେ ଝଗଡ଼ା ଉଗ୍ର ରୂପ ନେଇଥିଲା। ଏହି ସମୟରେ ତପସ୍ୟା ଖାଇବାକୁ ଅଝଟ ହେବାରୁ ତାକୁ ଦିବାକର ଅମାନୁଷିକ ଭାବେ ପିଟିଥିଲେ। ଏହାପରେ ସେ ଘର ବାହାରକୁ ଚାଲି ଯିବାରୁ ତାଙ୍କ ଦ୍ୱିତୀୟ ସ୍ତ୍ରୀ ଏକ କାଠଫାଳିଆରେ ଝିଅର ମୁଣ୍ଡକୁ ପିଟି ଦେଇଥିଲେ। ଫଳରେ ଅତ୍ୟଧିକ ରକ୍ତସ୍ରାବ ହେତୁ ଘଟଣାସ୍ଥଳରେ ତା’ର ପ୍ରାଣବାୟୁ ଉଡ଼ି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri