୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ନୂଆ ବସ୍‌ଷ୍ଟାଣ୍ଡ

ଗୋପାଳପୁର,୨୦ା୧୨(ଡି.ଏନ.ଏ.): ପର୍ଯ୍ୟଟନ ମାନଚିତ୍ରରେ ଗୋପାଳପୁରର ସ୍ଥାନ ସ୍ବତନ୍ତ୍ର। ଏଠାକୁ ବିଭିନ୍ନ ସମୟରେ ବହୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ଲାଗି ୨୦୧୪ରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ବ୍ରହ୍ମପୁର ଉନ୍ନୟନ ପରିଷଦ (ବିଡିଏ) ପକ୍ଷରୁ ଏହି ବସଷ୍ଟାଣ୍ଡଟି ପ୍ରାୟ ୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା। ୨୦୧୬ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦଘାଟନ କରିଥିଲେ। ତେବେ ଉଦ୍‌ଘାଟନ ପରଠାରୁ ଅର୍ଥାତ୍‌ ଦୀର୍ଘ ୬ବର୍ଷ ପରେ ବି ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ। ଯାହାଫଳରେ ଏଠାରେ ଯାତ୍ରୀଙ୍କ ସୁବିଧା ପାଇଁ ହୋଇଥିବା ବିଶ୍ରାମଗ୍ରାର, ପାନୀୟ ଜଳ, ହାଇମାଷ୍ଟ, ଶୌଚାଳୟ, ଟିକେଟ କାଉଣ୍ଟର ସମେତ ପୁରା ବସଷ୍ଟାଣ୍ଡ ଖତ ଖାଉଛି। ବସ୍‌ଷ୍ଟାଣ୍ଡରେ ଲାଗିଥିବା ଫ୍ୟାନ ଓ ଅନ୍ୟାନ୍ୟ ଲୁହା ସାମଗ୍ରୀ କଳଙ୍କି ଧରିଲାଣି। କେବଳ ସେତିକି ନୁହେଁ, ଏହାର ପରିସର ଅସାମାଜିକ, ମଦ୍ୟପଙ୍କ ଆଡ୍ଡାସ୍ଥଳୀ ପାଲଟିଯାଇଛି। ଉଦଘାଟନ ବେଳେ ବସଷ୍ଟାଣ୍ଡ ପରିସର ଏତେ ସୁନ୍ଦର ପରିବେଶ ଥିଲା ଯେ ପର୍ଯ୍ୟଟକମାନେ ସେଠାରେ କିଛି ସମୟ ପାଇଁ ବିଶ୍ରାମ ନେଉଥିଲେ। ବର୍ତ୍ତମାନ ଏହା ଅସାମାଜିକ ଆଡ଼ାସ୍ଥଳୀ ପାଲଟିଛି। ବସଷ୍ଟାଣ୍ଡ ପରିସର ମଦ ବୋତଲ, ଭଙ୍ଗା କାଚ, ଗୁଟୁଖା ଓ ଜରିରେ ଭର୍ତ୍ତି ହୋଇଛି। ଆସନ୍ତା ୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହେବ। ଏଥିଲାଗି ଜିଲା, ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ପର୍ଯ୍ୟଟକ ଆସିବା ସମ୍ଭାବନା ରହିଛି। ଏଭଳି ସ୍ଥିତିରେ ନୂଆ ବସଷ୍ଟାଣ୍ଡର ସ୍ଥିତିକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କେବେ ଏହି ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ହେବ,
କେବେ ବସ ଗଡିବ, ସେହି ଦିନକୁ ଲୋକେ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri