୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ନୂଆ ବସ୍‌ଷ୍ଟାଣ୍ଡ

ଗୋପାଳପୁର,୨୦ା୧୨(ଡି.ଏନ.ଏ.): ପର୍ଯ୍ୟଟନ ମାନଚିତ୍ରରେ ଗୋପାଳପୁରର ସ୍ଥାନ ସ୍ବତନ୍ତ୍ର। ଏଠାକୁ ବିଭିନ୍ନ ସମୟରେ ବହୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ଏକ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ଲାଗି ୨୦୧୪ରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ବ୍ରହ୍ମପୁର ଉନ୍ନୟନ ପରିଷଦ (ବିଡିଏ) ପକ୍ଷରୁ ଏହି ବସଷ୍ଟାଣ୍ଡଟି ପ୍ରାୟ ୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା। ୨୦୧୬ରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦଘାଟନ କରିଥିଲେ। ତେବେ ଉଦ୍‌ଘାଟନ ପରଠାରୁ ଅର୍ଥାତ୍‌ ଦୀର୍ଘ ୬ବର୍ଷ ପରେ ବି ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇପାରିଲା ନାହିଁ। ଯାହାଫଳରେ ଏଠାରେ ଯାତ୍ରୀଙ୍କ ସୁବିଧା ପାଇଁ ହୋଇଥିବା ବିଶ୍ରାମଗ୍ରାର, ପାନୀୟ ଜଳ, ହାଇମାଷ୍ଟ, ଶୌଚାଳୟ, ଟିକେଟ କାଉଣ୍ଟର ସମେତ ପୁରା ବସଷ୍ଟାଣ୍ଡ ଖତ ଖାଉଛି। ବସ୍‌ଷ୍ଟାଣ୍ଡରେ ଲାଗିଥିବା ଫ୍ୟାନ ଓ ଅନ୍ୟାନ୍ୟ ଲୁହା ସାମଗ୍ରୀ କଳଙ୍କି ଧରିଲାଣି। କେବଳ ସେତିକି ନୁହେଁ, ଏହାର ପରିସର ଅସାମାଜିକ, ମଦ୍ୟପଙ୍କ ଆଡ୍ଡାସ୍ଥଳୀ ପାଲଟିଯାଇଛି। ଉଦଘାଟନ ବେଳେ ବସଷ୍ଟାଣ୍ଡ ପରିସର ଏତେ ସୁନ୍ଦର ପରିବେଶ ଥିଲା ଯେ ପର୍ଯ୍ୟଟକମାନେ ସେଠାରେ କିଛି ସମୟ ପାଇଁ ବିଶ୍ରାମ ନେଉଥିଲେ। ବର୍ତ୍ତମାନ ଏହା ଅସାମାଜିକ ଆଡ଼ାସ୍ଥଳୀ ପାଲଟିଛି। ବସଷ୍ଟାଣ୍ଡ ପରିସର ମଦ ବୋତଲ, ଭଙ୍ଗା କାଚ, ଗୁଟୁଖା ଓ ଜରିରେ ଭର୍ତ୍ତି ହୋଇଛି। ଆସନ୍ତା ୨୪ରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହେବ। ଏଥିଲାଗି ଜିଲା, ରାଜ୍ୟ ଓ ରାଜ୍ୟ ବାହାରୁ ବହୁ ପର୍ଯ୍ୟଟକ ଆସିବା ସମ୍ଭାବନା ରହିଛି। ଏଭଳି ସ୍ଥିତିରେ ନୂଆ ବସଷ୍ଟାଣ୍ଡର ସ୍ଥିତିକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କେବେ ଏହି ବସଷ୍ଟାଣ୍ଡ କାର୍ଯ୍ୟକ୍ଷମ ହେବ,
କେବେ ବସ ଗଡିବ, ସେହି ଦିନକୁ ଲୋକେ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri