ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ୬୦ ଜଣ ବଡ଼ବାବୁ

ଭୁବନେଶ୍ୱର,୧ା୧(ବ୍ୟୁରୋ): ୨୦୨୨ରେ ଓଡ଼ିଶା ଭିଜିଲାନ୍ସ ୫୪୪ ଜଣ ଅଭିଯୁକ୍ତଙ୍କ ବିରୋଧରେ ୨୮୫ଟି ମାମଲା ରୁଜୁ କରିଛି। ସେମାନଙ୍କ ମଧ୍ୟରେ ୬୦ ଜଣ କ୍ଲାସ୍‌-୧ ଅଫିସର ଥିବା ବେଳେ ୫୩ ଜଣ କ୍ଲାସ୍‌-୨ ଅଫିସର, ୨୨୭ ଜଣ ତୃତୀୟ ଶ୍ରେଣୀ କର୍ମଚାର, ୭ ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀ, ୩୮ ଜଣ ଅନ୍ୟାନ୍ୟ ସରକାରୀ କର୍ମଚାରୀ ଏବଂ ୧୫୯ ଜଣ ବେସରକାରୀ ବ୍ୟକ୍ତି। ସେହିପରି ୨୦୦ ଅଭିଯୁକ୍ତଙ୍କୁ ଭିଜିଲାନ୍ସ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୪୭ ଜଣ ବିଭିନ୍ନ ବିଭାଗର ଇଞ୍ଜିନିୟର, ୩୧ ଜଣ ରାଜସ୍ବ ଅଧିକାରୀ, ୨୦ ଜଣ ପୋଲିସ ଅଧିକାରୀ, ୧୩ ଜଣ ବନ ବିଭାଗ ଅଧିକାରୀ ଓ କର୍ମଚାରୀ, ୧୨ ଜଣ ଡାକ୍ତର ଓ ୭ ଜଣ ଆଇସିଡିଏସ କର୍ମଚାରୀ ଅଛନ୍ତି। ଶନିବାର ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ବାର୍ଷିକ ସମୀକ୍ଷା ରିପୋର୍ଟ-୨୦୨୨ରେ ଏହି ସୂଚନା ଦିଆଯାଇଛି।
ଭିଜିଲାନ୍ସ ରିପୋର୍ଟ ଅନୁଯାୟୀ ୨୦୨୨ରେ ମୋଟ ୨୮୫ କ୍ରାଇମବ୍ରାଞ୍ଚ ମାମଲା ପଞ୍ଜୀକୃତ ହୋଇଛି। ଏହି ବର୍ଷ ୨୦୦ ସରକାରୀ ଅଧିକାରୀ ଏବଂ ଅନ୍ୟମାନଙ୍କୁ ଭିଜିଲାନ୍ସ ଗିରଫ କରିଛି। ଏଣେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୮୪ଟି ମାମଲା ପଞ୍ଜୀକୃତ ହୋଇଛି। ଏ ବାବଦରେ ୧୭୪ କୋଟିରୁ ଅଧିକ ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ ହୋଇଛି। ଦୁର୍ନୀତି ପାଇଁ ୨୯ ପ୍ରତିଶତ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩୦ ପ୍ରତିଶତ ଓ ଲାଞ୍ଚ ନେବା ବେଳେ ଧରିପଡ଼ିଛନ୍ତି ୪୧ ପ୍ରତିଶତ କର୍ମଚାରୀ। ବିଗତ ୫ ବର୍ଷରେ ସର୍ବାଧିକ ପ୍ରଥମ ଶ୍ରେଣୀ କର୍ମଚାରୀଙ୍କୁ ଭିଜିଲାନ୍ସ ଧରିଛି। ସେହିପରି ଭିଜିଲାନ୍ସ ନଗଦ ଟଙ୍କା ଜବତ କରିବାରେ ଚଳିତ ବର୍ଷ ରେକର୍ଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ବଡ଼ ମାମଲାରେ ଜବତ ହୋଇଛି ୭ କୋଟି ଟଙ୍କା। ବିପୁଳ ଟଙ୍କା ନେଇ ସାଙ୍ଗରେ ଯିବା ବେଳେ ୭ଜଣ ସରକାରୀ କର୍ମଚାରୀଙ୍କୁ ଧରିବା ସହ ସେମାନଙ୍କଠାରୁ ୨୭ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି।
୨୦୨୨ରେ ଓଡ଼ିଶା ଭିଜିଲାନ୍ସରେ ୧୧୮ଟି ଟ୍ରାପ୍‌ କେସ୍‌ ପଞ୍ଜୀକୃତ ହୋଇଥିବା ବେଳେ ଲାଞ୍ଚ ନେବା ବେଳେ ୧୨୬ ଜଣ ସରକାରୀ କର୍ମଚାରୀଙ୍କୁ ଧରିବାରେ ଭିଜିଲାନ୍ସ ସଫଳ ହୋଇଛି। ସେମାନଙ୍କଠାରୁ ୩୬.୯୪ ଲକ୍ଷ ଟଙ୍କା ଜବତ ହୋଇଛି। ଓଡ଼ିଶା ଭିଜିଲାନ୍ସର ଇତିହାସରେ ଟ୍ରାପ୍‌ କେସ୍‌ରେ ୪ ଥର ସର୍ବାଧିକ ନଗଦ ଟଙ୍କା ଜବତ ହୋଇଛି। ଏ ବାବଦରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ଅର୍ଥ ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ଦିଆଯାଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?