କପିଳାସ ଅଭୟାରଣ୍ୟରେ ଲାଗିବ ୬୦ କ୍ୟାମେରା

ଢେଙ୍କାନାଳ ଅଫିସ,୫।୮: ବାଘଙ୍କ ଗତିବିଧି ଉପରେ ନଜର ରଖିବାକୁ ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟରେ ଲାଗିବ ୬୦ ଟ୍ରାପ୍‌ କ୍ୟାମେରା। ପ୍ରତି ୨ ବର୍ଗ କିଲୋମିଟର ପରିଧିରେ ଗୋଟିଏ ଲେଖାଏ କ୍ୟାମେରା ଖଞ୍ଜାଯିବ। ପୂର୍ବରୁ ଲାଗିଥିବା କ୍ୟାମେରାର ବିପରୀତ ପାର୍ଶ୍ୱରେ ନୂତନ କ୍ୟାମେରା ଲଗାଯିବ। ଫଳରେ ଉଭୟ ପାର୍ଶ୍ୱରୁ ଜୀବଜନ୍ତୁଙ୍କ ଫଟୋଚିତ୍ର କଏଦ ହୋଇପାରିବ। ତ୍ରୁଟିଶୂନ୍ୟ ବାଘ ଗଣନା ପାଇଁ ଢେଙ୍କାନାଳ ଜିଲା ବନ ବିଭାଗ ପକ୍ଷରୁ ଏଭଳି ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ କପିଳାସ ଅଭୟାରଣ୍ୟରେ କ୍ୟାମେରା ଲାଗିବା ପରେ ପର୍ଯ୍ୟାୟକ୍ରମେ କାମାକ୍ଷାନଗର ଉପଖଣ୍ଡ ରଞ୍ଜାଗଡ଼ ସଂରକ୍ଷିତ ଜଙ୍ଗଲ ଏବଂ ହିନ୍ଦୋଳ ରେଞ୍ଜ୍‌ର କନ୍ଧରା ସଂରକ୍ଷିତ ଜଙ୍ଗଲରେ ୬୦ ଲେଖାଏ ଟ୍ରାପ୍‌ କ୍ୟାମେରା ଲଗାଯିବ ବୋଲି ନିଷ୍ପତ୍ତି ହୋଇଛି। କ୍ୟାମେରା ଲାଗିବା ପରେ ଜିଲାରେ କେତେ ବାଘ ଅଛନ୍ତି, ତାହାର ସ୍ପଷ୍ଟ ଚିତ୍ର ମିଳିପାରିବ।
ଏ ସଂକ୍ରାନ୍ତରେ ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶ ଚାନ୍ଦ ଗୋଗିନେନି କୁହନ୍ତି, ବାଘ ଗଣନା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏକାକାଳୀନ ବାଘର ଉଭୟ ପାର୍ଶ୍ୱର ଫଟୋ ନେବା ନିମନ୍ତେ କପିଳାସ ଅଭୟାରଣ୍ୟରେ ଅତିରିକ୍ତ ୬୦ଟି ଟ୍ରାପ୍‌ କ୍ୟାମେରା ଲାଗିବ। ଏହାପରେ ଜିଲାର ଅନ୍ୟ ସଂରକ୍ଷିତ ଜଙ୍ଗଲରେ କ୍ୟାମେରା ଲଗାଯିବ। ସମସ୍ତ ତଥ୍ୟ ହସ୍ତଗତ ହେବା ପରେ ସରକାରଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri