ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୮୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ବଲାଙ୍ଗୀରରୁ ସର୍ବାଧିକ ୧୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ଏବଂ ଖୋର୍ଦ୍ଧାରୁ ୧୦ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଯାଜପୁରରୁ ୬, କେନ୍ଦ୍ରାପଡ଼ା ୬, କଟକ ୩, ସମ୍ବଲପୁର ୩, କୋରାପୁଟ ୨, ବରଗଡ଼, ମୟୂରଭଞ୍ଜ, ନୟାଗଡ଼ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨।