୬୦ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୦ ଦିନ ପରେ ଦେଶରେ ନୂଆ କରୋନା ଆକ୍ରାନ୍ତ ସର୍ବନିମ୍ନରେ ପହଞ୍ଚିଛି। ଶନିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୫୨୯ ଥିବାବେଳେ ମୃତକଙ୍କ ସଂଖ୍ୟା ୩,୩୮୦ ଥିଲା । ତେବେ ରବିବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ସହିତ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୪ ହଜାର ୪୬୦ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୬୭୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୮୯ ହଜାର ୨୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୪ ଲକ୍ଷ ୭୭ ହଜାର ୭୯୯ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩ କୋଟି ୧୩ ଲକ୍ଷ ୨୨ ହଜାର ୪୧୭ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୬ କୋଟି ୪୭ ଲକ୍ଷ ୪୬ ହଜାର ୫୨୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share