Posted inଜାତୀୟ

ଜଲ୍ଲିକଟ୍ଟୁରେ ୬୦ ଆହତ, ପ୍ରଶାସନ ପକ୍ଷରୁ ୨୦୦୦ ପୋଲିସ ମୁତୟନ…

ଚେନ୍ନାଇ,୧୬।୧ : ମକର ସଂକ୍ରାନ୍ତି ପର୍ବ ସହିତ ଜଲ୍ଲିକଟ୍ଟୁ ମଧ୍ୟ ତାମିଲନାଡୁରେ ଆରମ୍ଭ ହୋଇଛିନ। ଏ ସମ୍ପର୍କରେ ପ୍ରଶାସନକୁ ମଧ୍ୟ ସତର୍କ କରାଯାଇଛି। ଏହି ଖେଳରେ ରବିବାର ମଦୁରାଇର ଆଭାନିୟାପୁରମ ଅଞ୍ଚଳରେ ପ୍ରାୟ ୬୦ ଜଣ ଆହତ ହୋଇଛନ୍ତି । ଏହି ଖେଳ ପୋଙ୍ଗଲରୁ ଆରମ୍ଭ ହୋଇ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଚାଲିବ। ୨୦ ଜଣ ଗୁରୁତର ଆହତଙ୍କୁ ଚିକିତ୍ସା ଲାଗି ରାଜାଜୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମଦୁରାଇ ଜିଲାପାଳ ଅନିଶ ଶେଖର କହିଛନ୍ତି ଯେ ସମସ୍ତ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଯାଇଛି। ଏହି ଘଟଣାରେ ଏପର୍ଯ୍ୟନ୍ତ କୌଣସି ମୃତ୍ୟୁ ଖବର ମିଳି ନାହିଁ।

ପାଲାମେଡୁ ଅଞ୍ଚଳରେ ଜଲ୍ଲିକଟ୍ଟୁ ଖେଳର ସ୍ଥିତି ସମ୍ପର୍କରେ ଜିଲାପାଳ ସୂଚନା ଦେଇଛନ୍ତି ଯେ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି। ବିଭିନ୍ନ ସ୍ଥାନରେ ବ୍ୟାରିକେଡ ଲଗାଇ, ଜଲ୍ଲିକଟ୍ଟୁରେ ଷଣ୍ଢ ଏବଂ କ୍ରୀଡ଼ାରେ ଅଂଶଗ୍ରହଣ କରୁଥିବା ସମସ୍ତ ଲୋକ ସୁରକ୍ଷିତ ଅଛନ୍ତି ବୋଲି ନିଶ୍ଚିତ କରାଯାଇଛି। ଏହା ସହିତ ଦର୍ଶକଙ୍କ ସୁରକ୍ଷା ଉପରେ ମଧ୍ୟ ଧ୍ୟାନ ଦିଆଯାଇଛି। ବିଭିନ୍ନ ସ୍ଥାନରେ ପ୍ରାୟ ୨୦୦୦ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି।

ଜିଲାପାଳ କହିଛନ୍ତି ଯେ ଆମେ ଆଶା କରୁଛୁ ଯେ କେହି ଆହତ ହେବେ ନାହିଁ କିନ୍ତୁ ଯଦି କେହି ଆହତ ହୁଅନ୍ତି ତେବେ ତାଙ୍କ ଚିକିତ୍ସା ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ଅନିଶ ଶେଖର କହିଛନ୍ତି ଯେ ଆମେ ଆଶା କରୁଛୁ ଯେ ସବୁକିଛି ଠିକ ଭାବରେ ହେବ।

ତାମିଲନାଡୁର ଗ୍ରାମାଞ୍ଚଳରେ ଜଲ୍ଲିକଟ୍ଟୁ ଏକ ପାରମ୍ପାରିକ ଖେଳ, ଯେଉଁଥିରେ ଷଣ୍ଢ ମଣିଷ ଲଢ଼େଇ ହୋଇଥାଏ। ଜଲ୍ଲିକଟ୍ଟୁକୁ ତାମିଲନାଡୁର ଗର୍ବ ଏବଂ ସଂସ୍କୃତିର ପ୍ରତୀକ ଭାବରେ ବିବେଚନା କରାଯାଏ। ତେବେ ଏହି ଖେଳରେ ଅନେକ ଥର ଲୋକମାନେ ଗୁରୁତର ଆହତ ହୋଇଥାନ୍ତି। ଏଭଳି ପରିସ୍ଥିତିରେ ଜଲ୍ଲିକଟ୍ଟୁ ଆୟୋଜନ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଥିଲେ। ତେବେ ସମସ୍ତ ବ୍ୟବସ୍ଥା ସତ୍ତ୍ୱେ ଜଲ୍ଲିକଟ୍ଟୁ ସମୟରେ ବହୁ ଲୋକ ଆହତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri