Posted inଜାତୀୟ

ଜଲ୍ଲିକଟ୍ଟୁରେ ୬୦ ଆହତ, ପ୍ରଶାସନ ପକ୍ଷରୁ ୨୦୦୦ ପୋଲିସ ମୁତୟନ…

ଚେନ୍ନାଇ,୧୬।୧ : ମକର ସଂକ୍ରାନ୍ତି ପର୍ବ ସହିତ ଜଲ୍ଲିକଟ୍ଟୁ ମଧ୍ୟ ତାମିଲନାଡୁରେ ଆରମ୍ଭ ହୋଇଛିନ। ଏ ସମ୍ପର୍କରେ ପ୍ରଶାସନକୁ ମଧ୍ୟ ସତର୍କ କରାଯାଇଛି। ଏହି ଖେଳରେ ରବିବାର ମଦୁରାଇର ଆଭାନିୟାପୁରମ ଅଞ୍ଚଳରେ ପ୍ରାୟ ୬୦ ଜଣ ଆହତ ହୋଇଛନ୍ତି । ଏହି ଖେଳ ପୋଙ୍ଗଲରୁ ଆରମ୍ଭ ହୋଇ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଚାଲିବ। ୨୦ ଜଣ ଗୁରୁତର ଆହତଙ୍କୁ ଚିକିତ୍ସା ଲାଗି ରାଜାଜୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମଦୁରାଇ ଜିଲାପାଳ ଅନିଶ ଶେଖର କହିଛନ୍ତି ଯେ ସମସ୍ତ ଆହତଙ୍କୁ ପ୍ରାଥମିକ ଚିକିତ୍ସା ପରେ ଘରକୁ ପଠାଯାଇଛି। ଏହି ଘଟଣାରେ ଏପର୍ଯ୍ୟନ୍ତ କୌଣସି ମୃତ୍ୟୁ ଖବର ମିଳି ନାହିଁ।

ପାଲାମେଡୁ ଅଞ୍ଚଳରେ ଜଲ୍ଲିକଟ୍ଟୁ ଖେଳର ସ୍ଥିତି ସମ୍ପର୍କରେ ଜିଲାପାଳ ସୂଚନା ଦେଇଛନ୍ତି ଯେ ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରାଯାଇଛି। ବିଭିନ୍ନ ସ୍ଥାନରେ ବ୍ୟାରିକେଡ ଲଗାଇ, ଜଲ୍ଲିକଟ୍ଟୁରେ ଷଣ୍ଢ ଏବଂ କ୍ରୀଡ଼ାରେ ଅଂଶଗ୍ରହଣ କରୁଥିବା ସମସ୍ତ ଲୋକ ସୁରକ୍ଷିତ ଅଛନ୍ତି ବୋଲି ନିଶ୍ଚିତ କରାଯାଇଛି। ଏହା ସହିତ ଦର୍ଶକଙ୍କ ସୁରକ୍ଷା ଉପରେ ମଧ୍ୟ ଧ୍ୟାନ ଦିଆଯାଇଛି। ବିଭିନ୍ନ ସ୍ଥାନରେ ପ୍ରାୟ ୨୦୦୦ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି।

ଜିଲାପାଳ କହିଛନ୍ତି ଯେ ଆମେ ଆଶା କରୁଛୁ ଯେ କେହି ଆହତ ହେବେ ନାହିଁ କିନ୍ତୁ ଯଦି କେହି ଆହତ ହୁଅନ୍ତି ତେବେ ତାଙ୍କ ଚିକିତ୍ସା ପାଇଁ ସମ୍ପୂର୍ଣ୍ଣ ବ୍ୟବସ୍ଥା କରାଯାଇଛି। ଅନିଶ ଶେଖର କହିଛନ୍ତି ଯେ ଆମେ ଆଶା କରୁଛୁ ଯେ ସବୁକିଛି ଠିକ ଭାବରେ ହେବ।

ତାମିଲନାଡୁର ଗ୍ରାମାଞ୍ଚଳରେ ଜଲ୍ଲିକଟ୍ଟୁ ଏକ ପାରମ୍ପାରିକ ଖେଳ, ଯେଉଁଥିରେ ଷଣ୍ଢ ମଣିଷ ଲଢ଼େଇ ହୋଇଥାଏ। ଜଲ୍ଲିକଟ୍ଟୁକୁ ତାମିଲନାଡୁର ଗର୍ବ ଏବଂ ସଂସ୍କୃତିର ପ୍ରତୀକ ଭାବରେ ବିବେଚନା କରାଯାଏ। ତେବେ ଏହି ଖେଳରେ ଅନେକ ଥର ଲୋକମାନେ ଗୁରୁତର ଆହତ ହୋଇଥାନ୍ତି। ଏଭଳି ପରିସ୍ଥିତିରେ ଜଲ୍ଲିକଟ୍ଟୁ ଆୟୋଜନ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶନାମା ଜାରି କରିଥିଲେ। ତେବେ ସମସ୍ତ ବ୍ୟବସ୍ଥା ସତ୍ତ୍ୱେ ଜଲ୍ଲିକଟ୍ଟୁ ସମୟରେ ବହୁ ଲୋକ ଆହତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଖେଳ ବିଗାଡ଼ିଲା କୁହୁଡ଼ି: ଲକ୍ଷ୍ନୌରେ ଭାରତ-ଦକ୍ଷିଣ ଆଫ୍ରିକା ଚତୁର୍ଥ ଟି-୨୦ ମ୍ୟାଚ୍ ବାତିଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri