୬୦କି.ମି. ଚିଠି ଆସିବାକୁ ଲାଗିଲା ୨ମାସ ୫ ଦିନ

ଖଇରା,୨୬।୯(ଉତ୍କଳବନ୍ଧୁ ପଣ୍ଡା): ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକ ମାମଲାର ଫଇସଲା ପାଇଁ ଜିଲା ଅତିରିକ୍ତ ଜିଲାପାଳଙ୍କ ତରଫରୁ ଅଭିଯୋଗକାରୀଙ୍କୁ ମିଳିଥିବା ଚିଠିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଚିଠିରେ ଅଭିଯୋଗକାରିଣୀ ଭାବେ ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକୋଣା ପଞ୍ଚାୟତ ଅଧୀନ ଝିଙ୍କିରିଆ ଅଙ୍ଗନୱାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିରୁ ବଞ୍ଚିତ ଥିବା ଆବେଦନକାରିଣୀ ସସ୍ମିତାରାଣୀ ଜେନାଙ୍କୁ ୨୦୨୩ ଅଗଷ୍ଟ ୧୭ରେ ହାଜର ହେବାକୁ ନିର୍ଦ୍ଦେଶ ରହିଥିଲା। ଜୁଲାଇ ୧୮ରେ ଅତିରିକ୍ତ ଜିଲାପାଳଙ୍କ ଦସ୍ତଖତ ଥିବା ଏହି ଚିଠି ପ୍ରେରଣ କରାଯାଇଥିଲା। ହେଲେ ସେପ୍ଟେମ୍ବର ୨୩ ତାରିଖରେ ସାରକୋଣା ପୋଷ୍ଟମାଷ୍ଟରଙ୍କ ନିକଟରୁ ଚିଠି ଅଭିଯୋଗକାରିଣୀଙ୍କ ହସ୍ତଗତ ହୋଇଛି। ଅର୍ଥାତ ସ୍ପିଡ୍‌ପୋଷ୍ଟରେ ଚିଠିଟି ବାଲେଶ୍ୱରରୁ ଖଇରା ୬୦କି.ମି. ଆସିବାକୁ ୨ମାସ ୫ଦିନ ସମୟ ନେଇଛି । ଉକ୍ତ ଚିଠିରେ ଅତିରିକ୍ତ ଜିଲାପାଳ ଯଥେଷ୍ଟ ପୂର୍ବରୁ ଚିଠି ଦେଇଥିବା ବେଳେ ଏମିତି କେମିତି ହେଲା ତାହା ସାଧାରଣ ଭାବେ ବୁଝାପଡୁନାହିଁ। ଅଭିଯୋଗ ଅନୁଯାୟୀ ଝିଙ୍କିରିଆ ଅଙ୍ଗନୱାଡି କେନ୍ଦ୍ର କର୍ମୀ ନିଯୁକ୍ତି ପାଇଁ ୨୦୧୮ରେ ଆବେଦନପତ୍ର ଆହ୍ବାନ କରାଯାଇଥିଲା। ଏଥିରେ ସସ୍ମିତାରାଣୀ ଯୋଗ୍ୟତାରେ ୧ନଂ.ରେ ଥିବା ବେଳେ ତତ୍କୀଳୀନ ସିଡିପିଓ ଗ୍ରାମ ବାହାରୁ ଅନ୍ୟ ଜଣେ ମହିଳାଙ୍କୁ ନିଯୁକ୍ତି ଦେଇଥିଲେ । ଏହା ପ୍ରତିବାଦରେ ସସ୍ମିତା ୨୦୧୯ରେ ହାଇକୋର୍ଟରେ ଆଶ୍ରୟ ନେଇଥିଲେ। ହାଇକୋର୍ଟରେ ୫ବର୍ଷ ଧରି ବିଚାର(ଅପିଲ ନଂ. ୨/୧୯)ଚାଲିବା ପରେ ବିଚାରପତି ମାମଲାର ସମାଧାନ ଲାଗି ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ସୁଧାକର ନାୟକଙ୍କୁ ଯୋଗାଯୋଗ କରିବାରେ ଅନିଚ୍ଛାକୃତ ବିଳମ୍ବ ପାଇଁ ମହିଳାଙ୍କୁ ଆଉଥରେ ଚିଠି କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri