ରାଜଧାନୀରୁ ୬୦ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୧୯।୬(ବ୍ୟୁରୋ): କରୋନା କଟକଣା ଭିତରେ ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର। ବିଶେଷକରି ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟ ବାଲେଶ୍ୱରରୁ ଭୁବନେଶ୍ୱର ଲମ୍ବିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜଧାନୀରୁ ବିପୁଳ ବ୍ରାଉନସୁଗାର ଜବତ ହୋଇଛି। ବଡଗଡ ଥାନା ଅନ୍ତର୍ଗତ ବ୍ରିଟ୍‌ କଲୋନୀରେ କ୍ୟୁଏଟି ଓ ସ୍ଥାନୀୟ ପୋଲିସ ଚଢାଉ କରି ୫୭୭.୬୬ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ସମ୍ପୃକ୍ତ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡବଜାର ଅଞ୍ଚଳର ବିଟୁ ଖାନ୍‌। ତାଙ୍କୁ ପଚରା ଉଚରାବେଳେ କିଙ୍ଗ୍‌ପିନ୍‌ ଓ ସମ୍ପୃକ୍ତ ଅନ୍ୟମାନଙ୍କ ସମ୍ପର୍କରେ ପୋଲିସ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଛି। ବିଟୁ ପାଠ ପଢିବା ସହ ମାଛ ବେପାର କରୁଛନ୍ତି। ତେବେ ପ୍ରଥମଥର ଜଣେ ବ୍ରାଉନସୁଗାର ଡିଲର ତାଙ୍କୁ ଏହି କାରବାରରେ ସାମିଲ କରିଥିବା ସେ ପୋଲିସକୁ କହିଛନ୍ତି। ର଼୍ୟାକେଟର କିଙ୍ଗ୍‌ପିନ୍‌ ଭୁବନେଶ୍ୱରର କେତେଜଣ ଇଞ୍ଜିନିୟରିଂ ଛାତ୍ରଙ୍କ ମାଧ୍ୟମରେ ଏହି କାରବାର ଚଳାଇଥିବା ସୂଚନା ମିଳିବା ପରେ ସେମାନଙ୍କୁ ଧରିବାକୁ ଚଢ଼ାଉ ଚାଲିଥିବା ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ ସୂଚନା ଦେଇଛନ୍ତି। ବିଟୁଙ୍କଠାରୁ ବ୍ରାଉନସୁଗର ସହ ମୋବାଇଲ୍‌ ଫୋନ୍‌, ଏଟିଏମ୍‌ କାର୍ଡ ଓ ଏକ ସ୍କୁଟି ଜବତ କରାଯାଇଛି। ଜବତ ବ୍ରାଉନସୁଗାରର ବଜାର ମୂଲ୍ୟ ପ୍ରାୟ ୬୦ଲକ୍ଷ ଟଙ୍କା ହେବ। ଏନେଇ ଏକ ମାମଲା (ନଂ.୨୧୭/୨୧) ରୁଜୁ କରାଯାଇ ଶୁକ୍ରବାର ବିଟୁଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ ହାଜତକୁ ପଠାଇ ଦିଆଯାଇଥିବା ସେ କହିଛନ୍ତି।
ସୂଚନା ମୁତାବକ, ବାଂଲାଦେଶ ଓ କୋଲକାତାରୁ ବ୍ରାଉନସୁଗାର ବାଲେଶ୍ୱରକୁ ଆସୁଛି। ସେଠାରୁ ଭୁବନେଶ୍ୱର ସମେତ ରାଜ୍ୟ ତଥା ବାହାରକୁ ପଠାଯାଉଛି। ଏବେ ରାଜ୍ୟ ବାହାରକୁ ଚୋରା ଚାଲାଣ କଷ୍ଟକର ହେଉଥିବାରୁ ରାଜ୍ୟରେ ଏହି ର଼୍ୟାକେଟ ଅଧିକ ସକ୍ରିୟ ରହିଛି। ତେବେ ରାଜଧାନୀ ଭୁବନେଶ୍ୱର ଏବେ ବ୍ରାଉନସୁଗାର ବ୍ୟବସାୟର ବଡ଼ ବଜାର ପାଲଟିଛି। ଭୁବନେଶ୍ୱରକୁ ବ୍ରାଉନସୁଗାର ଚାଲାଣ ସଂକ୍ରାନ୍ତରେ କ୍ୟୁଏଟି ନିକଟରେ ଖବର ପହଞ୍ଚତ୍ବା ପରେ ମିଳିତ ଟିମ୍‌ ବଡଗଡ ବ୍ରିଟ କଲୋନୀ ଚାରିଛକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜାଲ ବିଛାଇଥିଲା। ଅଭିଯୁକ୍ତ ବିଟୁ ଏକ ସ୍କୁଟିରେ ପହଞ୍ଚତ୍ବା ପରେ ପୋଲିସ ତାଙ୍କୁ କାବୁ କରିନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?