୬୦ ଗାଡ଼ି ଯାଞ୍ଚ, ୩ ଲକ୍ଷ ଜରିମାନା

ଢେଙ୍କାନାଳ ଅଫିସ,୧୯।୪: ଢେଙ୍କାନାଳ ସହରରେ ସ୍କୁଲ ବସ୍‌ ଧକ୍କାରେ ସୋମବାର ପୌରପାଳିକାର ଜଣେ କର୍ମଚାରୀଙ୍କ ମୃତ୍ୟୁ ପରେ ଛାତ୍ରୀଛାତ୍ରଙ୍କୁ ପରିବହନ କରୁଥିବା ଏପରି ଯାନବାହାନ ଯାଞ୍ଚକୁ କଡ଼ାକଡ଼ି କରିଛି ପ୍ରଶାସନ। ମଙ୍ଗଳବାର ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଟାଉନ ଥାନା ପୋଲିସ ପକ୍ଷରୁ ମିଳିତ ଭାବେ ସ୍କୁଲ ବସ୍‌ ଓ ଅଟୋ ସହ ମୋଟ ୬୦ଟି ଗାଡ଼ି ଯାଞ୍ଚ କରାଯାଇଛି। ଏହି ଯାଞ୍ଚ ବେଳେ ମୋଟ୍‌ ୩ ଲକ୍ଷ ୨୭ ହଜାର ୮୭୫ ଟଙ୍କା ଜରିମାନା ଆଦାୟ କରାଯାଇଥିବା ମୋଟର ଯାନ ନିରୀକ୍ଷକ ଦେବାଶିଷ ସ୍ବାଇଁ ସୂଚନା ଦେଇଛନ୍ତି। ସେହିପରି ଟାଉନ ଥାନା ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଦୁଇ ଚକିଆ ଯାନ ଚାଳକଙ୍କ ହେଲମେଟ ଯାଞ୍ଚ କରାଯାଇ ୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସକାଳୁଆ ସ୍କୁଲ ଓ ଅଫିସ ଚାଲୁଥିବା ବେଳେ ରାମଦାସ ଛକ ଓ କଣ୍ଟାନାଳୀ ବାଇପାସ ଛକ ଠାରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଟ୍ରାଫିକ ପୋଲିସ ମୁତୟନ କରାଯିବ ବୋଲି ଏସ୍‌ପି ଜ୍ଞାନ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ଯାଞ୍ଚ ସମୟରେ ଜଣେ ସ୍କୁଲ ବସ୍‌ ଚାଳକ ମଦ ପିଇ ବସ୍‌ ଚଳାଉଥିବା ବେଳେ ଧରାପଡିଥିବା ଟାଉନ ଥାନା ପୋଲିସ ପ୍ରକାଶ କରିଛି। ଏହି ଯାଞ୍ଚରେ ଆଞ୍ଚଳିକ ପରିବହନ ଅଧିକାରୀ ପ୍ରଣୟ କୁମାର ମିଶ୍ର, ଏମ୍‌ଭିଆଇ ଦେବାଶିଷ ସ୍ବାଇଁ, ଟ୍ରାଫିକ ଇନ୍ସପେକ୍ଟର ସିତାଂଶୁ ରଞନ ବେହେରାଙ୍କ ସମେତ ଟାଉନଥାନା ପୋଲିସ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri