Posted inଫୁରସତ

ମହିଳାଙ୍କ ଆଖିରୁ ବାହାରିଲା ୬୦ ଜୀବନ୍ତ ପୋକ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ, ପୂରା ଘଟଣା ଜାଣିଲେ…

ଚାଇନାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଡାକ୍ତର ଏକ ଭୟାନକ ଅପରେଶନ କରିଛନ୍ତି, ଯେଉଁଥିରେ ଜଣେ ମହିଳାଙ୍କ ଆଖିରୁ ୬୦ରୁ ଅଧିକ ଜୀବନ୍ତ ପୋକ ବାହାର କରିଛନ୍ତି। ଏହା ଦେଖି ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ପୀଡ଼ିତା ମହିଳାଙ୍କ ନାମ ଯଦିଓ ଜଣାପଡ଼ିନାହିଁ ପୋକ ପଶିବା କାରଣ ସାମ୍ନାକୁ ଆସିଛି। ଯାହା ଜାଣିଲେ ଚକିତ ହେବେ।

ମହିଳାଙ୍କ ଆଖି କୁଣ୍ଡେଇ ହେଉଥିଲା। ଏଥିର ସେ ରକ୍ଷା ପାଇବା ପାଇଁ ଆଙ୍ଗୁଠିରେ ରଗଡ଼ି ଦେଇଥିଲେ। ଏହା ପରେ ଏକ ପରଜୀବୀ ପୋକ ବାହାରିଯାଇଥିଲା। ସେ ଏହି ଗୋଟିଏ ପୋକ ଦେଖି ଡାକ୍ତରଙ୍କ ପାଖକୁ ଯାଇଥିଲେ। ଡାକ୍ତର ପରୀକ୍ଷା କରିବାରୁ ଜାଣିଲେ ତାଙ୍କ ବାମପଟ ଆଖିରୁ ୧୦ରୁ ଅଧିକ ଏବଂ ଡାହାଣ ଆଖିରୁ ୪୦ରୁ ଅଧିକ ଜୀବନ୍ତ ପୋକ ବାହାରିଲେ।

ଡାକ୍ତର ଗୁଆନ ଉକ୍ତ ମହିଳାଙ୍କ ଆଖି ଅପରେଶନ କରିଥିଲେ। ଡାକ୍ତରଙ୍କ କହିବାନୁସାରେ, ୬୦ରୁ ଅଧିକ ପରଜୀବୀ ପୋକ ବାହାରିବା ଏକ ଦୁର୍ଲଭ ମାମଲା। ଡାକ୍ତରଙ୍କ କହିବା କଥା ଫିଲାରିୟୋଇଡିଆ ପ୍ରଜାତିର ରାଉଣ୍ଡଓ୍ବାର୍ମରୁ ସଂକ୍ରମିତ। ଯାହା ମାଛି କାମୁଡ଼ିବାରୁ ହୋଇଥାଏ। ଡାକ୍ତର କହିଛନ୍ତି, ଏହି ରୋଗ ପାଳିତ ପଶୁଙ୍କଠାରୁ ବି ହୋଇଥାଏ। ତେଣୁ ଏମାନଙ୍କୁ ଛୁଇଁଲେ ତୁରନ୍ତ ଭଲ ଭାବେ ହାତ ଧୋଇବା ଉଚିତ। ନଚେତ ଏପରି ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri