Posted inରାଜ୍ୟ

୨୦୧୮ ଠାରୁ ୬୦ ଜଣ ପ୍ରବାସୀ ଶ୍ରମିକ ଓଡ଼ିଶା ବାହାରେ ମୃତ୍ୟୁ ବରଣ କରିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗୁରୁବାର ବିଧାନସଭାରେ ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ପ୍ରକାଶ କରିଛନ୍ତି ଯେ ୨୦୧୮ ମସିହାରୁ ରାଜ୍ୟ ବାହାରେ କାର୍ୟ୍ୟ କରୁଥିବାବେଳେ ଓଡ଼ିଶାରୁ ଅତି କମରେ ୬୦ ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ବାରଣ କରିଛନ୍ତି।

ଗୃହରେ ଭାଜପା ବିଧାୟକ କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତର ଦେଇଥିବା ବେଳେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବାନୁସାରେ, ୨୦୧୮ ରୁ ୩୨୨ ଅଭିଯୋଗ ଆଧାରରେ ଓଡିଶାରୁ ପ୍ରାୟ ୫,୪୪୦ ପ୍ରବାସୀ ଶ୍ରମିକଙ୍କୁ ବିଭିନ୍ନ ରାଜ୍ୟରୁ ଉଦ୍ଧାର କରାଯାଇଛି।

କର୍ମକ୍ଷେତ୍ରରେ ମୃତ୍ୟୁ କିମ୍ବା ଆଘାତ ହେଲେ ପ୍ରବାସୀ ଶ୍ରମିକଙ୍କ ପରିବାର ଓଡିଶା ବିଲଡିଂ ଏବଂ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଏବଂ କର୍ମଚାରୀଙ୍କ କ୍ଷତିପୂରଣ ଆଇନ ଅନୁଯାୟୀ କ୍ଷତିପୂରଣ ପାଇବାକୁ ଯୋଗ୍ୟ ବୋଲି ମନ୍ତ୍ରୀ କହିଛନ୍ତି। ଏଥିସହ ରାଜ୍ୟ ସରକାର ୬୪,୨୪,୮୦୭ ଟଙ୍କା କ୍ଷତିପୂରଣ ପ୍ରଦାନ କରିଛନ୍ତି ବୋଲି ସେ କହିଛନ୍ତି।

ଏହାପୂର୍ବରୁ ସୁନ୍ଦରଗଡର ବିଜେପି ବିଧାୟକ ଟେଟେ ୨୦୧୮ ମସିହାରୁ ରାଜ୍ୟ ବାହାରେ କାମ କରିବା ସମୟରେ ମୃତ୍ୟୁବରଣ କରିଥିବା କିମ୍ବା ଆହତ ହୋଇଥିବା ଓଡିଶାର ପ୍ରବାସୀ ଶ୍ରମିକଙ୍କ ବିଷୟରେ ବିସ୍ତୃତ ତଥ୍ୟ ଜାଣିବାକୁ ଚେଷ୍ଟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri