ଡେବ୍ରିଗଡ଼ ଅଭୟାରଣ୍ୟକୁ ଆସିଛନ୍ତି ୬୦% ରାଜ୍ୟ ବାହାର ପର୍ଯ୍ୟଟକ

ସମ୍ବଲପୁର,୫ା୪(ବ୍ୟୁରୋ):ସମ୍ବଲପୁର ଡେବ୍ରିଗଡ଼ ଅଭୟାରଣ୍ୟରେ ପର୍ଯ୍ୟଟକ ସଂଖ୍ୟା ବୃଦ୍ଧି ପାଇଛି। ମୋଟ ୧୬ ହଜାର ପର୍ଯ୍ୟଟକ ଭ୍ରମଣ କରିବାକୁ ଆସିଥିବା ବନ ବିଭାଗ ସୂଚନା ଦେଇଛି। ସେଥି ମଧ୍ୟରେ ୧୩ ରାଜ୍ୟରୁ ଆସିଥିବା ପର୍ଯ୍ୟଟକ ସଂଖ୍ୟା ଅଧିକ। ପ୍ରାୟ ୬୦ ପ୍ରତିଶତ ପର୍ଯ୍ୟଟକ ରାଜ୍ୟ ବାହାର ଓ କେତେକ ବିଦେଶୀ ପର୍ଯ୍ୟଟକ (ୟୁରୋପିଆନ) ରହିଛନ୍ତି।

ଆର୍ଥତ୍କବର୍ଷ ୨୦୨୧-୨୨ରେ ୧ କୋଟି ୫୨ ଲକ୍ଷ ଟଙ୍କା ରାଜସ୍ବ ଆଦାୟ ହୋଇପାରିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ହୀରାକୁଦ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଇ ନେଚର ଏଜୁକେଶନ ପ୍ରୋଗ୍ରାମ, କ୍ରୁସ ଓ ବିଭିନ୍ନ କିସମର ସଫାରୀ, ଦୀପ ବୁଲିବା ସହ ସାଇକେଲିଂ ବ୍ୟବସ୍ଥା ରହିଛି। କଟେଜଗୁଡିକରେ ରହିବା, ଖାଇବା ପାଇଁ ସୁବିଧା କରାଯାଇଛି। ପର୍ଯ୍ୟଟକଙ୍କୁ ଗାଇଡ୍‌ କରିବା ପାଇଁ ସ୍ଥାନୀୟ ଶିକ୍ଷିତ ଯୁବତୀଯୁବକଙ୍କୁ ତାଲିମ ପ୍ରଦାନ କରାଯାଇଛି। ଏହା ସହ ସ୍ଥାନୀୟ ଗ୍ରାମବାସୀଙ୍କ ପାଇଁ ରୋଜଗାର ସୃଷ୍ଟି କରାଯାଇଛି। ଆୟର ୯୦ ପ୍ରତିଶତ ଟଙ୍କା ସ୍ଥାନୀୟ ଉନ୍ନୟନମୂଳକ କାମ ଓ ଦରମାରେ ଖର୍ଚ୍ଚ କରାଯାଉଛି। ଡେବ୍ରିଗଡ ଭିତରେ ଅନେକ ଟୁରିଜମ ଜୋନ କରାଯାଇଛି। ଏହି ଅଭୟାରଣ୍ୟ ୧୮୦ ବର୍ଗକିମି ବାପୀ ରହିଛି। ସମ୍ବଲପୁର ଜିରୋ ପଏଣ୍ଟ ପର୍ଯ୍ୟଟନ ସ୍ଥଳରୁ ଡେବ୍ରିଗଡକୁ ପ୍ରବେଶ ଦ୍ୱାର ରହିଛି। ଡେବ୍ରିଗଡରେ ସମ୍ବର, ଚିତାବାଘ, ଭାଲୁ, ମୟୁର, ହାତୀ, ମାଙ୍କଡ ଭଳି ବିଭିନ୍ନ ପ୍ରଜାତିର ବନ୍ୟପ୍ରାଣୀ ଦେଖିବାକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri