Posted inଜାତୀୟ

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ଭୋଟିଂ ହୋଇଥିଲା। ପଶ୍ଚିମବଙ୍ଗରେ ସର୍ବାଧିକ ୭୬.୦୫ ପ୍ରତିଶତ ମତଦାନ ହୋଇଥିବାବେଳେ ଲଦାଖରେ ୬୯.୬୨%, ଝାଡ଼ଖଣ୍ଡରେ ୬୩.୦୯% ଏବଂ ଓଡ଼ିଶାରେ ୬୯.୩୪ ପ୍ରତିଶତ ମତଦାନ ହୋଇଛି। ଉତ୍ତରପ୍ରଦେଶରେ ୫୭.୭୯ ପ୍ରତିଶତ ଭୋଟିଂ ହୋଇଥିବାବେଳେ ଜମ୍ମୁ-କଶ୍ମୀରରେ ୫୮.୧୭%, ବିହାରରେ ୫୪.୮୫% ଏବଂ ମହାରାଷ୍ଟ୍ରରେ ସର୍ବନିମ୍ନ ୫୪.୩୩ ପ୍ରତିଶତ ମତଦାନ ହୋଇଛି। ପଶ୍ଚିମବଙ୍ଗରେ ଭୋଟ ବେଳେ କାଁଭାଁ ହିଂସାକାଣ୍ଡ ଘଟିଥିବାବେଳେ ଉତ୍ତରପ୍ରଦେଶର ଏକ ଗ୍ରାମରେ ଲୋକେ ଭୋଟ ବର୍ଜନ କରିଥିଲେ। ପଶ୍ଚିମବଙ୍ଗର ବାରାକପୋର, ବଙ୍ଗାଓଁ ଏବଂ ଆରାମବାଗ ନିର୍ବାଚନ ମଣ୍ଡଳୀର କେତେକ ସ୍ଥାନରେ ଟିଏମ୍‌ସି ଏବଂ ଭାଜପା କର୍ମୀଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର କେତେକ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ଅଭିଯୋଗ ହୋଇଥିଲା। ଇଭିଏମ୍‌ ତ୍ରୁଟି, ଏଜେଣ୍ଟଙ୍କୁ ବୁଥ୍‌ରେ ପୂରାଇ ନ ଦେବା ଆଦି ୧,୦୩୬ଟି ଅଭିଯୋଗ ମିଳିଥିବା ନିର୍ବାଚନ କମିଶନ କହିଛନ୍ତି। ମହାରାଷ୍ଟ୍ରର କେତେକ ବୁଥ୍‌ରେ ଅସୁବିଧା ନେଇ ଭୋଟରମାନେ ଅଭିଯୋଗ କରିଥିବା ଶିବସେନା (ୟୁବିଟି) ନେତା ଆଦିତ୍ୟ ଠାକ୍‌ରେ ଜଣାଇଛନ୍ତି। ମୁମ୍ବାଇରେ ବହୁ ବଲିଉଡ୍‌ ସେଲିବ୍ରିଟି ଲାଇନରେ ଆସି ସେମାନଙ୍କ ମତାଧିକାର ସାବ୍ୟସ୍ତ କରୁଥିବା ଦେଖିବାକୁ ମିଳିଥିଲା। ପଞ୍ଚମ ପର୍ଯ୍ୟାୟରେ ୮.୯୫ କୋଟିରୁ ଊର୍ଦ୍ଧ୍ୱ ଭୋଟର ମତଦାନ ପ୍ରକ୍ରିୟାରେ ସାମିଲ ହୋଇଥିଲେ। ସେଥିପାଇଁ ୯୪,୭୩୨ଟି ବୁଥ୍‌ ହୋଇଥିବାବେଳେ ୯.୪୭ ଲକ୍ଷ ପୋଲିଂ ଅଫିସରଙ୍କୁ ନିୟୋଜିତ କରାଯାଇଥିଲା। ଏହି ପର୍ଯ୍ୟାୟର କଂଗ୍ରେସ ନେତା ରାହୁଲ ଗାନ୍ଧୀ, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ସ୍ମୃତି ଇରାନୀ, ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା, କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ, ସାଧ୍ୱୀ ନିରଞ୍ଜନ ଜ୍ୟୋତି, ସାନ୍ତନୁ ଠାକୁର,ଏଲ୍‌ଜେପି ନେତା ଚିରାଗ ପାଶ୍ୱାନ, ଶିବସେନାର ଶ୍ରୀକାନ୍ତ ଶିନ୍ଦେ, ଭାଜପାର ରାଜୀବ ପ୍ରତାପ ରୁଡି, ଆର୍‌ଜେଡିର ରୋହିଣୀ ଆଚାର୍ଯ୍ୟ ପ୍ରମୁଖ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଛି। ୫ମ ପର୍ଯ୍ୟାୟ ସୁଦ୍ଧା ମୋଟ ୩୭୯ଟି ଲୋକ ସଭା ଆସନରେ ମତଦାନ ଶେଷ ହୋଇଛି। ଆସନ୍ତା ୨୫ରେ ଷଷ୍ଠ ପର୍ଯ୍ୟାୟ ଓ ଜୁନ୍‌ ୧ରେ ସପ୍ତମ ପର୍ଯ୍ୟାୟ ଭୋଟିଂ ପରେ ୪ରେ ଭୋଟ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri