ଜୁଲୁସ୍‌ରେ ବାହାରିବ ୬୦ ମେଢ଼

ଭଦ୍ରକ,୧୨।୯(ସନାତନ ରାଉତ): ବଡ଼ ସରକାର ବାବାଙ୍କ ଉର୍ସ ଉତ୍ସବ ଓ ପ୍ରଫେଟ୍‌ ମହମ୍ମଦଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ଏଥିରେ ଅଧ୍ୟକ୍ଷତା କରିଥିଲେ। ଏସ୍‌ପି ବରୁଣ ଗୁଣ୍ଟୁପାଲି, ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି, ଉପଜିଲାପାଳ ମନୋଜ ପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସନ୍ତୋଷ କୁମାର ପାତ୍ର, ସ୍ବତନ୍ତ୍ର ଭୂ-ଅର୍ଜନ ଅଧିକାରୀ କାର୍ତ୍ତିକ ନାଥ ମଣ୍ଡଳ ପ୍ରମୁଖ ଯୋଗ ଦେଇଥିଲେ। ମୁସ୍‌ଲିମ୍‌ ଜମାତ, ଗୁଲସାନୀ ଗସପାକ୍‌, ଗୁଲସାନି ନସିମ୍‌ ଓ ହିନ୍ଦୁ ସୁରକ୍ଷା ସମିତିର ସଦସ୍ୟମାନେ ଯୋଗଦେଇ ଚାଦର ଶୋଭାଯାତ୍ରା ଓ ଜୁଲୁସ୍‌ ନେଇ ଆଲୋଚନା କରିଥିଲେ।
ବଡ଼ ସରକାରଙ୍କ ବାର୍ଷିକ ଫତେହା ଉତ୍ସବ ଉର୍ସ ଆସନ୍ତା ୨୩ ଓ ୨୪ ତାରିଖ ଦୁଇଦିନ ପାଳନ ହେବ। ୨୩ରେ ଅପରାହ୍ନ ୪ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଫଳ ଗ୍ରହଣ ଓ ୨୪ ତାରିଖ ସକାଳେ ପ୍ରାର୍ଥନା, ଭୋଗ ବଣ୍ଟନ, ଚାଦର ଚଢ଼ା ରାତି ୧୨ଟା ଯାଏ ଚାଲୁ ରହିବ। ଜିଲା ଓ ରାଜ୍ୟ ବାହାରୁ ୮୦ ହଜାରରୁ ୧ ଲକ୍ଷ ଭକ୍ତଙ୍କ ସମାଗମ ସମ୍ଭାବନା ଥିବାରୁ ବିଶେଷ କରି ଟ୍ରାଫିକ୍‌ ନିୟନ୍ତ୍ରଣ, ସଫେଇ, ପାନୀୟ ଜଳ ଯୋଗାଣ, ଆମ୍ବୁଲାନ୍ସ ବ୍ୟବସ୍ଥା, ରେଲୱେ ଷ୍ଟେଶନରେ ବାହାରୁ ଆସୁଥିବା ଭକ୍ତଙ୍କ ପାଇଁ କାଉଣ୍ଟର ଆଦି ସୁବିଧା ସୁଯୋଗ ନିମନ୍ତେ ପଦକ୍ଷେପ ନେବାକୁ ଅଧିକାରୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ମହମ୍ମଦ ଜୟନ୍ତୀ ପାଇଁ ୨୮ କିମ୍ବା ୨୯ ତାରିଖରେ ଉତ୍ସବ ପାଳନ ଓ ଜୁଲୁସ୍‌ (ଶୋଭାଯାତ୍ରା)ରେ ୬୦ଟି ମେଢ଼ ବାହାରିବା ନେଇ ସୂଚନା ପ୍ରଦାନ କରାଯାଇଥିଲା। ଏହି ଶୋଭାଯାତ୍ରାରେ ଡିଜେ ନ ବାଜିବା ପାଇଁ ମୁସଲିମ୍‌ ଜମାତ ଓ ସ୍ଥାନୀୟ ସର୍ଦ୍ଦାରମାନଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଥିଲା। ଶାନ୍ତିଶୃଙ୍ଖଳା ପାଇଁ ପୋଲିସ ମୁତୟନ, ଟ୍ରାଫିକ ନିୟନ୍ତ୍ରଣ, ପୋଲିସ ପାଟ୍ରୋଲିଂ, ଶୋଭାଯାତ୍ରାରେ ନିଶା ସେବନ ନିଷେଧ ଆଦି ନେଇ ଏସ୍‌ପି ଆଲୋଚନା କରିଥିଲେ। ଡିଏସ୍‌ପି ଡିଆଇବି କମଳ ଲୋଚନ ଭୂୟାଁ ଓ ସିଟି ଡିଏସ୍‌ପି ଅଂଶୁମାନ ଦ୍ୱିବେଦୀ ବୈଠକରେ ଯୋଗ ଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri