ମହାକୁମ୍ଭ ପାଇଁ ଓଡ଼ିଶାର ୨୫ ସହରକୁ ସଂଯୋଗ କରୁଛି ୬୦ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର,୨୧ା୨ (ଅନୁରାଧା ମହାରଣା) :  ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୨୦୨୫ରେ ଯୋଗଦେବାକୁ ଯାଉଥିବା ଲକ୍ଷ ଲକ୍ଷ ତୀର୍ଥଯାତ୍ରୀଙ୍କ ସୁଗମ ଯାତ୍ରା ପାଇଁ ପୂର୍ବତଟ ରେଳପଥ ଅଧୀନ ଓଡ଼ିଶାର ୨୫ଟି ସହରରୁ ୬୦ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁଛି। ଏଥିରୁ ୫୦ଟି କୁମ୍ଭ ସ୍ବତନ୍ତ୍ର ଟ୍ରେନ ସଫଳତାର ସହ ଯାତ୍ରା ଶେଷ କରିଛି। ଏହି ସ୍ବତନ୍ତ୍ର ଟ୍ରେନଗୁଡ଼ିକ ପୁରୀ, ଭୁବନେଶ୍ୱର, କଟକ, ଖୋର୍ଦ୍ଧା ରୋଡ୍‌, ବ୍ରହ୍ମପୁର ଆଦି ସହରକୁ ସଂଯୋଗ କରୁଛି। ଏସବୁ ଟ୍ରେନ୍‌ ମଧ୍ୟରେ ପୁରୀ ଏବଂ ତୁଣ୍ଡଲା ମଧ୍ୟରେ ପ୍ରୟାଗରାଜ ଦେଇ ଦୁଇ ଯୋଡ଼ା ଟ୍ରେନ ନଂ.୦୮୪୧୭ ଏବଂ ୦୮୪୭୫ ଚଳାଚଳ କରୁଛି। ଭୁବନେଶ୍ୱର-ତୁଣ୍ଡଲା, ପୁରୀ-ତୁଣ୍ଡଲା ଓ ବିଶାଖାପାଟଣା-ଗୋରଖପୁର ସ୍ବତନ୍ତ୍ର ଟ୍ରେନ ପ୍ରୟାଗରାଜ ଷ୍ଟେଶନ ଦେଇ ଚାଲୁଛି। ବ୍ରହ୍ମପୁର ଓ ବାଲୁଗାଁରୁ, ଯାଜପୁର କେନ୍ଦୁଝର ରୋଡ ଏବଂ ଯଖପୁରା, କେନ୍ଦୁଝରଗଡ ଏବଂ ନୟାଗଡ଼ରୁ ଢ଼େଙ୍କାନାଳ, ଅନୁଗୋଳ, ବଇଣ୍ଡା, ରେଢ଼ାଖୋଲ, ସମ୍ବଲପୁର ସିଟିରୁ ରାୟଗଡା, କେସିଙ୍ଗା, କଣ୍ଟାବାଞ୍ଜି, ମୁନିଗୁଡା, ଟିଟିଲାଗଡ, ବଲାଙ୍ଗୀର, ବରଗଡ ରୋଡ, ସମ୍ବଲପୁର, ଝାରସୁଗୁଡ଼ାରୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁଛି। ସାମଗ୍ରିକ ଭାବରେ, ସ୍ବତନ୍ତ୍ର ଟ୍ରେନ ସେବାଗୁଡ଼ିକ ସମଗ୍ର ଓଡ଼ିଶାର ଏକ ବିସ୍ତୃତ ଭୌଗୋଳିକ ଅଞ୍ଚଳକୁ ସଂଯୋଗ କରୁଛି। ଭକ୍ତମାନଙ୍କ ପାଇଁ ଏକ ଅସୁବିଧାମୁକ୍ତ ଏବଂ ଆରାମଦାୟକ ଅନୁଭୂତି ସୁନିଶ୍ଚିତ କରିବା ପାଇଁ ଭାରତୀୟ ରେଳପଥ ଅନେକ ପଦକ୍ଷେପ ଗ୍ରହଣ କରିଛି। ପ୍ରୟାଗରାଜ ଜଙ୍କଶନ ଓ ଛେଓକି ସମେତ ପ୍ରୟାଗରାଜର ପ୍ରମୁଖ ରେଳ ଷ୍ଟେଶନଗୁଡ଼ିକରେ ନିବନିର୍ମିତ ଶୌଚାଳୟ, ପ୍ରଚୁର ପାନୀୟ ଜଳ ଏବଂ ଖାଦ୍ୟ କୋର୍ଟ ଭଳି ଉନ୍ନତ ସୁବିଧା ଉପଲବ୍ଧ ରହିଛି ବୋଲି ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri