‘କ୍ୟାମ୍ପସ୍‌ ଚୟନରେ ୬୦% ଛାତ୍ରୀଛାତ୍ର କୃତକାର୍ଯ୍ୟ’

ଭୁବନେଶ୍ୱର,୩।୨:ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅକ୍ସଫୋର୍ଡ ଗ୍ରୁପ୍‌ର ଅଗ୍ରଣୀ ଅନୁଷ୍ଠାନ ଅକ୍ସଫୋର୍ଡ ଇଞ୍ଜିନିୟରିଂ କଲେଜ ଆଣ୍ଡ ମ୍ୟାନେଜମେଣ୍ଟର ଶେଷ ବର୍ଷର ଛାତ୍ରୀଛାତ୍ରଙ୍କ ପାଇଁ କ୍ୟାମ୍ପସ ଚୟନର ଆୟୋଜନ କରାଯାଇଥିଲା। ଏପରିକି ଭୁବନେଶ୍ୱର ନିକଟସ୍ଥ ବାଲିଅନ୍ତା ବ୍ଲକଠାରେ ଅବସ୍ଥିତ ଅକ୍ସଫୋର୍ଡ ଇଞ୍ଜିନିୟରିଂ କଲେଜ ଆଣ୍ଡ ମ୍ୟାନେଜମେଣ୍ଟ ପରିସରରେ ରାମଟେକ୍‌ ସଫ୍ଟୱେର ସଲ୍ୟୁସନ ପ୍ରା.ଲିଃ. କମ୍ପାନୀ ପକ୍ଷରୁ ନିକଟରେ ଏକ ମେଗା କ୍ୟାମ୍ପସ୍‌ ଚୟନ କରାଯାଇଥିଲା। ଉକ୍ତ ଚୟନ ପ୍ରକ୍ରିୟାରେ କଲେଜର ୬୦% ଛାତ୍ରୀଛାତ୍ର ସଫଳାତର ସହ କୃତକାର୍ଯ୍ୟ ହୋଇଥିଲେ। ଏହି ପରିପ୍ରେକ୍ଷୀରେ କୃତୀ ଛାତ୍ରୀଛାତ୍ରମାନଙ୍କୁ କମ୍ପାନୀ ପକ୍ଷରୁ ନିଯୁକ୍ତିପତ୍ର ଆଦି ଦିଆଯାଇଥିଲା। ଏହି ଅବସରରେ କମ୍ପାନୀର ପ୍ରଶାସନିକ ପରିଚାଳକ ସନ୍ଦୀପ କୁମାର ଜେନା ସମ୍ମାନିତ ଅତିଥି ଭାବେ ଯୋଗଦେବା ସହ କ୍ୟାମ୍ପସ ଚୟନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିଭଳି କଲେଜର ଚେୟାରମ୍ୟାନ୍‌ ଡ. ଅନୁମାଧବ ପଣ୍ଡା କ୍ୟାମ୍ପସ ଚୟନରେ ମନୋନୀତ ହୋଇଥିବା କୃତୀ ଛାତ୍ରୀଛାତ୍ରଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଏପରିକି ଆଗକୁ ଅନେକ କମ୍ପାନୀ କ୍ୟାମ୍ପସ୍‌ ଚୟନ ପାଇଁ କଲେଜ ଆସିବେ ବୋଲି ପଣ୍ଡା ସମସ୍ତଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଉକ୍ତ ଚୟନ ପ୍ରକ୍ରିୟାରେ କଲେଜର ପ୍ରିନ୍ସିପାଲ, ଟ୍ରେନିଂ ଆଣ୍ଡ୍‌ ପ୍ଲେସ୍‌ମେଣ୍ଟ ଅଫିସରଙ୍କ ସମେତ ଅନ୍ୟମାନେ ମଧ୍ୟ ସାମିଲଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri