ଏକାଠି ହେଲେ ୬୦ହଜାର ଜନଜାତି ଅଭିଭାବକ

ଭୁବନେଶ୍ୱର, ୨୩।୧(ବ୍ୟୁରୋ): କିସ୍‌ ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୩୦ ଜିଲାରୁ ୬୦ହଜାର ଅଭିଭାବକ ଯୋଗଦେଇଥିଲେ। ତେବେ ଅଭିଭାବକ, ପୁରାତନ ଛାତ୍ରୀଛାତ୍ର ଓ ବର୍ତ୍ତମାନର ଛାତ୍ରୀଛାତ୍ରଙ୍କୁ ମିଶାଇ ମୋଟ ୧ଲକ୍ଷ ଜନସମାଗମ ହୋଇଥିଲା। ଅଭିଭାବକମାନେ ସୁରୁଖୁରୁରେ ସେମାନଙ୍କ ପିଲାଙ୍କ ଭଲମନ୍ଦ ବୁଝିବା ପାଇଁ କିସ୍‌ ପରିସରରେ ଜିଲାୱାରୀ ଷ୍ଟଲ୍‌ ଖୋଲାଯାଇଥିଲା। ଅଭିଭାବକଙ୍କୁ ସମ୍ବୋଧିତ କରି କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, କିସ୍‌ର ଅଧ୍ୟୟନରତ ଓ ପୁରାତନ ଛାତ୍ରୀଛାତ୍ରଙ୍କୁ ମିଶାଇ ମୋଟ ୭୦ହଜାର ଛାତ୍ରୀଛାତ୍ର ଓଡ଼ିଶାର ଜନଜାତି ଅଧ୍ୟୁଷିତ ଗାଁଗୁଡ଼ିକରେ ଶିକ୍ଷାର ବାର୍ତ୍ତାବହ ପାଲଟିଛନ୍ତି। କିସ୍‌ ସମଗ୍ର ଜନଜାତି ସମ୍ପ୍ରଦାୟ ମଧ୍ୟରେ ଏକ ଆନ୍ଦୋଳନରେ ପରିଣତ ହୋଇଛି ବୋଲି ସାମନ୍ତ କହିଥିଲେ। ଏହି ଅବସରରେ ସେ ସମସ୍ତ ଅଭିଭାବକ ସର୍ବୋପରି ଜନଜାତି ଲୋକଙ୍କ ସହଯୋଗ କାମନା କରିଥିଲେ। ସମ୍ମିଳନୀର ମୁଖ୍ୟ ଆକର୍ଷଣ ଥିଲା ସାମୁହିକ ମଧ୍ୟାହ୍ନ ଭୋଜନ। ୧ଲକ୍ଷ ଲୋକ କିସ୍‌ରେ ଏକାଠି ମଧ୍ୟାହ୍ନ ଭୋଜନ କରିବା ଏକ ଅନନ୍ୟ ପରିବେଶ ସୃଷ୍ଟି କରିଥିଲା। କିସ୍‌ ଓ କିଟ୍‌ର ସଭାପତି ଶାଶ୍ୱତୀ ବଳ, ସମ୍ପାଦକ ଆର୍‌. ଏନ୍‌. ଦାଶ, କିସ୍‌ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ପି. କେ. ରାଉତରାୟ ଓ ରାଜ୍ୟସଭା ସଦସ୍ୟ ତଥା ପଶ୍ଚିମ ଓଡ଼ିଶା ଆଦିବାସୀ ମହାସଭାର ମହାସଚିବ ନିରଞ୍ଜନ ବିଶି ପ୍ରମୁଖ ଉପସ୍ଥିତ ଥିଲେ।
ଅଭିଭାବକମାନେ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଉଦ୍ୟମକୁ ପ୍ରଶଂସା କରି କହିଲେ, ସେ କିସ୍‌ ଭଳି ଅନୁଷ୍ଠାନ ପ୍ରତିଷ୍ଠା କରି ଜନଜାତିଙ୍କୁ ମୁଖ୍ୟସ୍ରୋତରେ ସାମିଲ କରାଇପାରିଛନ୍ତି। କିସ୍‌କୁ ଏକ ସଫଳ ଅନୁଷ୍ଠାନରେ ପରିଣତ କରିବା ସହ ପଢ଼ୁଥିବା ପ୍ରତ୍ୟେକ ପିଲାଙ୍କୁ ଜଣେ ଜଣେ ସଫଳ ମଣିଷ କରି ଗଢ଼ି ତୋଳିଛନ୍ତି। ସାମନ୍ତଙ୍କୁ ତାଙ୍କ ଉତ୍ସର୍ଗୀକୃତ ଜୀବନ ପାଇଁ ଜନଜାତି ଅଭିଭାବକମାନେ ଧନ୍ୟବାଦ ଜଣାଇବା ସହ ପ୍ରତି ଜିଲାରେ ତାଙ୍କୁ କୃତଜ୍ଞତା ଜଣାଇବେ ବୋଲି ଘୋଷଣା କରିଥିଲେ। ସେମାନଙ୍କ ପିଲାମାନେ କିସ୍‌ରେ ରହି ଉନ୍ନତମାନର ଶିକ୍ଷା ଲାଭ କରିବା ସହ ଅନ୍ୟାନ୍ୟ କ୍ଷେତ୍ରରେ ପାରଦର୍ଶିତା ଲାଭ କରିପାରୁଥିବାରୁ ଅଭିଭାବକମାନେ ଖୁସି ବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri