୫ କି.ମି. ରାସ୍ତା ପାଇଁ କଟା ଯିବ ୬୦ ଗଛ

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହରିଡାଖଣ୍ଡି-ବେଲପଡ଼ା ରାସ୍ତାର ଉନ୍ନତୀକରଣ ଓ ପ୍ରଶସ୍ତୀକରଣ କରାଯିବ। ଏଥିଲାଗି ୬୦ଟି ଗଛ କଟାଯିବାକୁ ନିଷ୍ପତ୍ତି ହୋଇଛି। ତେବେ ଏତେ ସଂଖ୍ୟକ ଗଛ କଟାଯିବାକୁ ନେଇ ପରିବେଶବିତ୍‌ଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ହରିଡାଖଣ୍ଡି-ବେଲପଡା ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ଲାଗି ରହୁଛି। ୫ କି.ମି. ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ଜରୁରୀ ହୋଇପଡିଛି। ବ୍ରହ୍ମପୁରସ୍ଥିତ ଗ୍ରାମ୍ୟ ଉନ୍ନୟନ ଡିଭିଜନ-୨ ଅନୁସାରେ ଉକ୍ତ ରାସ୍ତା କାର୍ଯ୍ୟରେ ୬୦ଟି ଗଛ ପ୍ରତିବନ୍ଧକ ସୃଷ୍ଟି କରୁଛି। ଏହି ରାସ୍ତା କାର୍ଯ୍ୟ ପାଇଁ ଭୁବନେଶ୍ୱରସ୍ଥିତ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ(ରୋଡ ପ୍ଲାନ୍‌) ମଞ୍ଜୁରୀ ଦେଇଛନ୍ତି। ଉକ୍ତ କାମ ନାବାର୍ଡ (ଆରଆଇଡିଏଫ୍‌-ଏକ୍ସଏକ୍ସଭିଆଇଆଇ) ଅନୁଦାନରେ ତ୍ୱରାନ୍ବିତ ହେବ। କାମରେ ପ୍ରତିବନ୍ଧକ ସୃଷ୍ଟି କରୁଥିବା ଗଛଗୁଡ଼ିକୁ କାଟିବାକୁ ପଡିବ। ଏନେଇ ଅନୁମତି ଦେବା ଲାଗି ବ୍ରହ୍ମପୁର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୨ ର ଅଧିକ୍ଷଣଯନ୍ତ୍ରୀଙ୍କ ପକ୍ଷରୁ ଏକ ଚିଠି (ନଂ-୭୫୦୬/୮ା୧୧ା୨୦୨୧) ବ୍ରହ୍ମପୁର ସ୍ଥିତ ଡିଭିଜନାଲ ଫରେଷ୍ଟ ଅଫିସକୁ ଲେଖାଯାଇଥିବା ଜଣାପଡିଛି। ଏଥିପାଇଁ ଅଧିକୃତ ଅଫିସରଙ୍କୁ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେବାକୁ ବ୍ରହ୍ମପୁର ସ୍ଥିତ ଡିଭିଜନାଲ ଫରେଷ୍ଟ ଅଫିସରଙ୍କୁ ଅଧିକ୍ଷଣ ଯନ୍ତ୍ରୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?