ଓଡ଼ିଶାରେ ୬୦% ଟିକାକରଣ

ଭୁବନେଶ୍ୱର, ୭।୯(ବ୍ୟୁରୋ):  ଓଡ଼ିଶାରେ ପ୍ରଥମ ଡୋଜ୍‌ ଟିକାକରଣ ୬୦% ରହିଛି। ତେବେ ଦେଶରେ ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶ ଯୋଗ୍ୟ ହିତାଧିକାରଙ୍କୁ ଶତ ପ୍ରତିଶତ ଟିକାକରଣ କରିବାରେ ସଫଳତା ହାସଲ କରିଛି। ଏଥିପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉକ୍ତ ରାଜ୍ୟକୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ହିମାଚଳ ପ୍ରଦେଶର ଯୋଗ୍ୟ ହିତାଧିକାରୀ ଶତପ୍ରତିଶତ ପ୍ରଥମ ଡୋଜ୍‌ ଓ ଏକ ତୃତୀୟାଂଶ ଦ୍ୱିତୀୟ ଡୋଜ୍‌ ଟିକା ନେଇଛନ୍ତି। ଏହା ମୋତେ ଗର୍ବିତ କରିବାର ସୁଯୋଗ ଦେଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନାନୁସାରେ, ୮୫%ରୁ ଅଧିକ ଟିକାକରଣ ହାସଲ କରିଥିବା ରାଜ୍ୟ ଏବଂ କେନ୍ଦ୍ରାଞ୍ଚଳ ମଧ୍ୟରେ ତ୍ରିପୁରା ୮୯%, ଲଦାଖ ୮୮%, ଦାମନ ଏବଂ ଡିୟୁ ୮୮%, ଲାକ୍ଷାଦୀପ ୮୮% ଏବଂ ମିଜୋରାମ ୮୫% ରହିଛି। ଓଡ଼ିଶାରେ ଯୋଗ୍ୟ ହିତାଧିକାରୀଙ୍କୁ ଶତପ୍ରତିଶତ ଟିକାକରଣ ପାଇଁ ୬କୋଟି ଡୋଜ୍‌ ଆବଶ୍ୟକ କରୁଥିବା ବେଳେ ଏ ପର୍ଯ୍ୟନ୍ତ ୨.୩୯ କୋଟି ଡୋଜ୍‌ ଟିକାକରଣ ହୋଇଛି। ଏଥିରେ ପ୍ରଥମ ଡୋଜ୍‌ ଟିକାକରଣ ୧,୮୦,୪୫,୪୦୧ ହୋଇଛି, ଯାହାକି ୬୦%ରୁ ଅଧିକ। ସେହିଭଳି ୧୯.୭% ଅର୍ଥାତ୍‌ ୫୯,୧୧,୦୮୨ ଲୋକଙ୍କୁ ସମ୍ପୂର୍ଣ୍ଣ ଟିକାକରଣ କରାଯାଇଥିବା ମନ୍ତ୍ରଣାଳୟ ତଥ୍ୟରୁ ଜଣାପଡିଛି।
ଏପଟେ ରାଜ୍ୟରେ ଟିକାକରଣ ସ୍ଥିତି ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ ଅଫିସର ଡା. ବିଜୟ ପାଣିଗ୍ରାହୀ କହିଛନ୍ତି, ଏ ଯାଏ ୧ ଲକ୍ଷ୧୪ ହଜାର ଗର୍ଭବତୀଙ୍କୁ ଟିକା ଦିଆହୋଇଛି। କିଛି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ। ପାଖାପାଖି ୩୩ ଲକ୍ଷ ଟିକା ମହଜୁଦ ଅଛି। ଏଥିମଧ୍ୟରୁ ୩୧ ଲକ୍ଷ ୫୯ ହଜାର ୨୬୦ କୋଭିଶିଲ୍ଡ ଓ ୨ ଲକ୍ଷ ୬୫ ହଜାର ୫୨୦ ଡୋଜ୍‌ କୋଭାକ୍ସିନ ରହିଛି। ନିୟମିତ ଭାବେ ଟିକା ଆସୁଛି ଓ ଟିକାକରଣ ଚାଲିଛି। ନକଲି କୋଭିଶିଲ୍ଡ ନେଇ କେନ୍ଦ୍ର ସରକାର ଚିଠି କରି ସତର୍କ କରିଥିଲେ। ହେଲେ ଏ ଯାଏ ଓଡ଼ିଶାରେ ନକଲି ଟିକା ଦୃଷ୍ଟିକୁ ଆସିନାହିଁ। ଟିକା ନେବା ପାଇଁ ଆଗ୍ରହ ଲୋକଙ୍କ ଭିତରେ ଅଛି। କିନ୍ତୁ ଟିକାକରଣ କେନ୍ଦ୍ରରେ ଗହଳି ନ କରି ଠିକ୍‌ ସମୟରେ ଆସନ୍ତୁ। ରାତି ତମାମ ଅପେକ୍ଷା କରିବାର ଆବଶ୍ୟକତା ନାହିଁ। କିଛି ସ୍ଥାନରେ ଗହଳି ନିୟନ୍ତ୍ରଣ କରିବାକୁ ଟୋକନ ବ୍ୟବସ୍ଥା ହୋଇଛି। ହେଲେ ସେଠାରେ ବି ଗହଳି ଦେଖିବାକୁ ମିଳୁଛି। ଭୁବନେଶ୍ୱରରେ ୧୭ ଲକ୍ଷ ଡୋଜ୍‌ ଟାର୍ଗେଟ ଥିଲା। ବାହାର ଲୋକ ଏଠାରେ ଆସିବାରୁ ଏବେ ଟିକାକରଣ ୨୨ ଲକ୍ଷ ଡୋଜ୍‌ରେ ପହଞ୍ଚତ୍ଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?