ଖଣି ପାଇଁ ଉଜୁଡ଼ିବ ୬୦୦ ହେକ୍ଟର ଜଙ୍ଗଲ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ବିଭିନ୍ନ ପ୍ରକଳ୍ପ ପାଇଁ ଗତ କିଛି ବର୍ଷ ମଧ୍ୟରେ ରାଜ୍ୟରେ ୫୭ ହଜାର ୪୧୦ ହେକ୍ଟର ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରାଯାଇଥିବା ବେଳେ ଚଳିତ ବର୍ଷ ଆଉ ୫୯୦.୨୧ ହେକ୍ଟର ଜଙ୍ଗଲ ଜମି ନଷ୍ଟ ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ରାଜ୍ୟରେ ଖଣି ଖନନ ପାଇଁ ଏସବୁ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା ପାଇଁ ଅନୁମତି ଦେଇଛନ୍ତି। ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏପରି ଧାରା ବଜାୟ ରହିଲେ ରାଜ୍ୟରେ ଜଙ୍ଗଲ ଲୋପ ପାଇବା ସହ ଆଗାମୀ ଦିନରେ ପ୍ରାକୃତିକ ବିପଦ ଆହୁରି ଘନେଇବ ବୋଲି ପରିବେଶବିତ୍‌ ଚେତାବନୀ ଦେଇଛନ୍ତି।
୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରେ ୫୭ ହଜାର ୪୧୦ ହେକ୍ଟର ଜଙ୍ଗଲକୁ ଅଣଜଙ୍ଗଲ କିସମରେ ପରିଣତ କରାଯାଇଛି। ସେଥିରୁ ୧୮୬ଟି ଖଣି ପ୍ରକଳ୍ପ ପାଇଁ ୨୮,୪୦୯ ହେକ୍ଟର ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିଣତ କରାଯାଇଥିବା ବେଳେ ୮୪ ଜଳସେଚନ ପ୍ରକଳ୍ପ ପାଇଁ ୧୦,୬୫୨ ହେକ୍ଟର, ୨୯ଟି ଶିଳ୍ପ ପ୍ରକଳ୍ପ ପାଇଁ ୪୪୦୫ ହେକ୍ଟର, ୭୦ ଟ୍ରାନ୍ସମିଶନ ପ୍ରୋଜେକ୍ଟ ପାଇଁ ୪,୩୩୯ ହେକ୍ଟର, ୪ଟି ପ୍ରତିରକ୍ଷା ପ୍ରକଳ୍ପ ପାଇଁ ୩,୮୬୫ ହେକ୍ଟର, ୨୦ଟି ରେଲଓ୍ବେ ପ୍ରକଳ୍ପ ପାଇଁ ୨,୪୩୩ ହେକ୍ଟର ଜଙ୍ଗଲ ଜମିକୁ ନଷ୍ଟ କରାଯାଇଛି। ସେହିପରି ଖଣିଜ ସନ୍ଧାନରେ ୧୦୧ ହେକ୍ଟର ଜମିରେ ଡ୍ରିଲିଂ ଯୋଗୁ ଏବଂ ୮୪୬ ହେକ୍ଟର ଜଙ୍ଗଲ ଜମିକୁ ଛୋଟ ଛୋଟ ପ୍ରକଳ୍ପ ପାଇଁ ଅଣଜଙ୍ଗଲ କିସମରେ ପରିବର୍ତ୍ତନ କରାଯାଇଛି।
ଏଥିସହିତ ରାଜ୍ୟ ସରକାର ମଧ୍ୟ ଜଙ୍ଗଲ ଅଧିକାର ଆଇନ-୨୦୦୬ ଅନୁଯାୟୀ ବିଭିନ୍ନ ପ୍ରକଳ୍ପ ପାଇଁ ନିଜେ ୭୮.୩୪୮ ହେକ୍ଟର ଜଙ୍ଗଲ ଜମିର କିସମକୁ ବଦଳାଇଛନ୍ତି। କେବଳ ସେତିକି ନୁହେଁ ୨୦୧୯ ଜାନୁୟାରୀ ପହିଲାରୁ ନଭେମ୍ବର ୬ ତାରିଖ ମଧ୍ୟରେ ମାତ୍ର ୧୪ଟି ପ୍ରକଳ୍ପ ପାଇଁ ଓଡ଼ିଶାରେ ସର୍ବାଧିକ ୪ ହଜାର ୫୧୪ ହେକ୍ଟର ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ କରିବାକୁ ମନ୍ତ୍ରଣାଳୟ ଅନୁମତି ଦେଇସାରିଛି।
୨୦୦୬ରୁ ୨୦୧୨ ମଧ୍ୟରେ ଶିଳ୍ପ, ଖଣି, ଜଳସେଚନ, ରାସ୍ତା ନିର୍ମାଣ, ବିଦ୍ୟୁତ୍‌ ଆଦି ପାଇଁ ୮୮୨୦.୭୭ ହେକ୍ଟର ଜଙ୍ଗଲ ଜମିକୁ ନଷ୍ଟ କରାଯାଇଥିଲା। ସେହିପରି ୨୦୧୧-୧୨ରେ କେତେକ ପ୍ରକଳ୍ପ ପାଇଁ ୧୨.୨୭ ଲକ୍ଷ ବୃକ୍ଷ କାଟି ପଦା କରାଯାଇଛି। ତେବେ ଗତ ୧୦ ବର୍ଷ (୨୦୧୦-୧୧ରୁ ୨୦୨୦-୨୧) ମଧ୍ୟରେ ବିଭିନ୍ନ ରାସ୍ତା ନିର୍ମାଣ ଓ ସମ୍ପ୍ରସାରଣ ପାଇଁ ୧,୮୫,୦୦,୭୪୮ ଗଛ କାଟି ପଦା କରାଯାଇଛି। ଏହି ସମୟରେ ୨୯,୮୩,୫୭୩ ବୃକ୍ଷ ରୋପଣ କରାଯାଇଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
କେନ୍ଦ୍ର ସରକାର ନିକଟରେ ଦେଇଥିବା ଜଙ୍ଗଲ ଜମିର ଅଣଜଙ୍ଗଲ କିସମ ବଦଳରେ କ୍ଷତିର ଭରଣା ପାଇଁ ରାଜ୍ୟ ସରକାର ଆସନ୍ତା ୩ ବର୍ଷ ମଧ୍ୟରେ ୮୪୫.୧୭ ହେକ୍ଟର ଜମିରେ କ୍ଷତିପୂରଣ ବନୀକରଣ କରିବେ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ସରକାର ଯେତେ ଗଛ କାଟୁଛନ୍ତି ସେହି ପରିମାଣର ବୃକ୍ଷ ରୋପଣ ହେଉ ନାହିଁ। ଅଣଜଙ୍ଗଲ ଅଞ୍ଚଳରେ ଗୋଟିଏ ଗଛ କାଟିଲେ ଏହା ବଦଳରେ ୨ରୁ ୧୦ ଗୁଣ ଗଛ ଲଗାଇବା ନେଇ ସରକାରୀ ଗାଇଡ୍‌ଲାଇନ ରହିଛି। ସାମାଜିକ କର୍ମୀ ବିଶ୍ୱପ୍ରିୟ କାନୁନ୍‌ଗୋ କହିଛନ୍ତି ଯେ ଖଣି ପାଇଁ ଜଙ୍ଗଲ ସମ୍ପଦ ନଷ୍ଟ କରିବା ଅର୍ଥ ବିନାଶ ରାସ୍ତାରେ ବିକାଶର ଧାରା। ଜଙ୍ଗଲ ନଷ୍ଟ କରି ଯେଉଁ ଖଣି ଖୋଳା ଯାଉଛି ସେଥିରେ ରାଜ୍ୟବାସୀଙ୍କର କିଛି ଲାଭ ହେଉ ନାହିଁ। ପର୍ଯ୍ୟାପ୍ତ ନିଯୁକ୍ତି ମିଳୁ ନ ଥିବା ବେଳେ କୌଣସି ଉତ୍ପାଦନ ହେଉ ନାହିଁ। କେବଳ ମୂଲ୍ୟବାନ ଗଛ ଓ ପରିବେଶ ନଷ୍ଟ ହୋଇ ଚାଲିଛି। ପୁଞ୍ଜିପତିମାନଙ୍କ ସ୍ବାର୍ଥ ପାଇଁ ଜୀବନ ରକ୍ଷାକାରୀ ପ୍ରାକୃତିକ ସମ୍ପଦକୁ ନଷ୍ଟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri