ରାଜ୍ୟଗୁଡ଼ିକୁ ୬ ହଜାର କୋଟିର ଜିଏସ୍‌ଟି କ୍ଷତିପୂରଣ

ନୂଆଦିଲ୍ଲୀ: ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) କ୍ଷତିପୂରଣ ରାଶି ଭାବେ କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ସପ୍ତମ କିସ୍ତି ଭାବେ ଆଉ ୬ ହଜାର କୋଟି ଟଙ୍କା ସୋମବାର ପ୍ରଦାନ କରିଛନ୍ତି। ସରକାର ଏବେ ସୁଦ୍ଧା ରାଜ୍ୟଗୁଡିକୁ ୪୨ ହଜାର କୋଟି ଟଙ୍କା ଏହି ବାବଦ ଅର୍ଥ ଯୋଗାଇ ଦେଇଥିବା ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଓଡ଼ିଶା ଏହି ବାବଦକୁ ୧୭୪୬.୧୩ କୋଟି ଟଙ୍କା ପାଇଲାଣି। ସେହିଭଳି ରାଜ୍ୟ ୨୮୫୮ କୋଟି ଟଙ୍କା ଋଣ କରିବା ଲାଗି ଅନୁମତି ମିଳିଛି। ଏହାବାଦ ବର୍ତ୍ତମାନ ପ୍ରଦାନ କରାଯାଇଥିବା ୬ ହଜାର କୋଟି ଟଙ୍କା ମଧ୍ୟରୁ ୨୩ ରାଜ୍ୟ ୫୫୧୬ କୋଟି ଟଙ୍କା ପାଇବେ। ଦିଲ୍ଲୀ, ଜମ୍ମୁ ଆଣ୍ଡ କଶ୍ମୀର ଓ ପୁଡୁଚେରୀ ଭଳି ୩ କେନ୍ଦ୍ର ଶାସିତ ଅଞ୍ଚଳକୁ ୪୮୩.୪୦ କୋଟି ଟଙ୍କା ପ୍ରଦାନ କରାଯାଇଛି। ଅରୁଣାଞ୍ଚଳ ପ୍ରଦେଶ, ମଣିପୁର, ମିଜୋରାମ, ନାଗାଲାଣ୍ଡ ଏବଂ ସିକିମ ଭଳି ୫ ରାଜ୍ୟ କ୍ଷତି ସହିନ ଥିବାରୁ କ୍ଷତିପୂରଣ ରାଶି ପାଇ ନ ଥିବା ମନ୍ତ୍ରଣାଳୟ କହିଛି।
ଅକ୍ଟୋବର ମାସରେ କେନ୍ଦ୍ର ସରକାର ସ୍ବତନ୍ତ୍ର ଋଣ ଓ୍ବିଣ୍ଡୋ ଗଠନ କରିଛନ୍ତି। ରାଜ୍ୟଗୁଡିକ ଲାଗି କେନ୍ଦ୍ର ୧.୧୦ ଲକ୍ଷ କୋଟି ଟଙ୍କାର ଋଣ କରି କିସ୍ତିରେ ଏହାକୁ ପ୍ରଦାନ କରୁଛି। ଏହାବାଦ୍‌ ଅତିରିକ୍ତ ଋଣ କରିବା ଲାଗି ରାଜ୍ୟଗୁଡିକୁ ଅନୁମତି ପ୍ରଦାନ କରାଯାଇଛି। ରାଜ୍ୟ ସେମାନଙ୍କ ମୋଟ ରାଜ୍ୟ ଜିଡିପି(ଏସ୍‌ଜିଡିପି)ର ୦.୫୦% ଋଣ କରିପାରିବେ ବୋଲି ଅନୁମତି ପ୍ରଦାନ କରାଯାଇଛି। ବିକଳ୍ପ ୧ ଚୟନ କରିଥିବା ରାଜ୍ୟ ଏଭଳି ସୁବିଧା ନେଇପାରିବେ। ଉଲ୍ଲେଖଯୋଗ୍ୟ କେନ୍ଦ୍ର ସରକାର ଜିଏସ୍‌ଟି କ୍ଷତିପୂରଣ ରାଶି ଭରଣା ଲାଗି ରାଜ୍ୟଗୁଡିକୁ ୨ଟି ବିକଳ୍ପ ଦେଇଥିଲେ। ରିଜର୍ଭ ବ୍ୟାଙ୍କ ଓ୍ବିଣ୍ଡୋରୁ ୧.୧୦ ଲକ୍ଷ କୋଟି କିମ୍ବା ବଜାରରୁ ୨.୩୫ ଲକ୍ଷ କୋଟି ଟଙ୍କା ଉଠାଣ ନେଇ ପ୍ରସ୍ତାବ ଦିଆଯାଇଥିଲା। ସବୁ ରାଜ୍ୟ ପ୍ରଥମ ବିକଳ୍ପ ଗ୍ରହଣ କରିଛନ୍ତି। ଫଳରେ ରାଜ୍ୟ ମୋଟ ୧.୦୬ ଲକ୍ଷ କୋଟି ଟଙ୍କା ଋଣ କରିପାରିବେ ବୋଲି ଅର୍ଥ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ…

୩ ରାଜ୍ୟରେ ବଢିଲା ପେଟ୍ରୋଲ ଦର, ଜାରି ହେଲା ନୂଆ ରେଟ୍‌…

ନୂଆଦିଲ୍ଲୀ, ୧୯।୮: ଦେଶବ୍ୟାପୀ ପେଟ୍ରୋଲ-ଡିଜେଲ ଦର କମିବାର କୌଣସି ଆଶା ଦେଖାଯାଉନାହିଁ। ଆନ୍ତର୍ଜାତୀୟ ବଜାରରେ କ୍ରୁଡ୍ ଅଏଲ୍ (କଚ୍ଚା ତେଲ) ଦର ପୁଣି ଥରେ ବୃଦ୍ଧି ପାଇଛି…

ମେଣ୍ଢା ପାଳନ କରି ରୋଜଗାର କରନ୍ତୁ ଲକ୍ଷ ଲକ୍ଷ ଟଙ୍କା, ସରକାର ଦେଉଛନ୍ତି ୯୦% ପର୍ଯ୍ୟନ୍ତ ସବସିଡି!

ନୂଆଦିଲ୍ଲୀ, ୧୯।୮: ଗାଁ ଓ ଗ୍ରାମାଞ୍ଚଳରେ ଚାଷ ସହ ପଶୁପାଳନ ଚାଷୀଙ୍କ ଆୟ ବଢ଼ାଇବାର ଏକ ପ୍ରମୁଖ ମାଧ୍ୟମ। ବିଶେଷକରି ମେଣ୍ଢା ପାଳନକୁ କମ ସ୍ଥାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri