Posted inଜାତୀୟ

କୃଷକ ଆନ୍ଦୋଳନ ଯୋଗୁ ବର୍ଷକରେ ୬୦ ହଜାର କୋଟି କ୍ଷତି…

ନୂଆଦିଲ୍ଲୀ,୩୦।୧୧: ଦିଲ୍ଲୀ ଏବଂ ଏହାର ଆଖପାଖ ରାଜ୍ୟରେ କୃଷକଙ୍କ ଆନ୍ଦୋଳନ ଯୋଗୁ ଏକ ବର୍ଷ ମଧ୍ୟରେ ପ୍ରାୟ ୬୦ ହଜାର କୋଟି ମୂଲ୍ୟର କାରବାର କ୍ଷତି ହୋଇଛି। ଏହି ବ୍ୟବସାୟିକ କ୍ଷତି ମୁଖ୍ୟତଃ ୨୦୨୦ ନଭେମ୍ବର, ଡିସେମ୍ବର ଏବଂ ୨୦୨୧ ଜାନୁୟାରୀରେ କୃଷକଙ୍କ ଦ୍ୱାରା ରାଜପଥ ଅବରୋଧ ଯୋଗୁ ସାମଗ୍ରୀର ପରିବହନରେ ଅସୁବିଧା ପାଇଁ ଘଟିଛି। କନଫେଡେରେସନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ ଏବଂ ଅଲ ଇଣ୍ଡିଆ ଟ୍ରାନ୍ସପୋର୍ଟ ୱେଲଫେୟାର ଆସୋସିଏଶନର ମିଳିତ ପ୍ରୟାସ ଦ୍ୱାରା ଫେବୃଆରୀ ୨୦ରୁ ଜୁଲାଇ ୨୦୨୧ ମଧ୍ୟରେ ସାମଗ୍ରୀର ପରିବହନ ଆରମ୍ଭ ହୋଇଥିଲା।

ପ୍ରତି ଦିନ ଦେଶର ବିଭିନ୍ନ ଅଞ୍ଚଳରୁ ୫୦ ହଜାର ଟ୍ରକ୍‌ ଦିଲ୍ଲୀ ଆସିଥାଏ। ସେହିପରି ୩୦ ହଜାର ଟ୍ରକ୍‌ ଦିଲ୍ଲୀରୁ ବିଭିନ୍ନ ସାମଗ୍ରୀ ନେଇ ବିଭିନ୍ନ ରାଜ୍ୟକୁ ଯାଇଥାଏ। ତେବେ କୃଷକ ଆନ୍ଦୋଳନ ଯୋଗୁ ଏସବୁ ସମ୍ଭବ ହୋଇ ପାରି ନ ଥିଲା। ବିଭିନ୍ନ ରାଜ୍ୟର କନଫେଡେରେସନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ ଶାଖା ଦ୍ୱାରା ପ୍ରାପ୍ତ ତଥ୍ୟ ଆଧାରରେ ଏହି କ୍ଷୟକ୍ଷତିର ଆକଳନ କରାଯାଇଛି ।

କନଫେଡେରେସନ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସର ଜାତୀୟ ସଭାପତି ବିସି ଭରତିଆ ଏବଂ ମହାସଚିବ ପ୍ରବୀଣ ଖଣ୍ଡେଲୱାଲ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଦ୍ୱାରା ତିନି କୃଷି ବିଲ ପ୍ରତ୍ୟାହାର ପରେ ଚାଷୀଙ୍କ ଆନ୍ଦୋଳନ ଜାରି ରଖିବାର କୌଣସି ଯଥାର୍ଥତା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପିଲାଦିନର ବନ୍ଧୁଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ବାଚସ୍ପତି: ପରିବାର ଲୋକଙ୍କୁ ଭେଟି କହିଲେ…

ନୂଆଦିଲ୍ଲୀ,୩।୭: କୋଟା-ବୁନ୍ଦିର ଏମ୍‌ପି ତଥା ଲୋକ ସଭା ବାଚସ୍ପତି ଓମ ବିର୍ଲା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ନିକଟରେ ତାଙ୍କର ଏକ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri