ବାତ୍ୟା ୟାସ୍‌: ସ୍ଥାନାନ୍ତର ହେଲେଣି ୬୦ ହଜାର ଲୋକ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ ସୋମବାର ଭୟଙ୍କର ବାତ୍ୟାର ରୁପ ନେଇଛି। ବୁଧବାର ଅର୍ଥାତ୍‌ ୨୬ ତାରିଖରେ ଏହା ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ତେବେ ବାତ୍ୟା ମୁକାବିଲାକୁ ନେଇ ସରକାର ଆଗୁଆ ପଦକ୍ଷେପ ନେଇଛନ୍ତି। ପ୍ରଭାବିତ ଆଶଙ୍କା ଥିବା ୪ଟି ଜିଲାର ତଳି ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ ପ୍ରକ୍ରିୟା ଜାରି ରହିଛି। ବାତ୍ୟା ସ୍ଥିତି ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରତିକ୍ରିୟା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୫୦ରୁ ୬୦ ହଜାର ଲୋକଙ୍କୁ ଓ ୪,୫୦୦ ଗର୍ଭବତୀଙ୍କୁ ସ୍ଥାନାନ୍ତରିତ କରାଯଇଛି। ଅପରପକ୍ଷେ ୮୬୦ ସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳ ରହିଥିବା ବେଳେ ଅସ୍ଥାୟୀ ବାତ୍ୟା ଆଶ୍ରୟ ସ୍ଥଳ ବି ପ୍ରସ୍ତୁତ ରହିଛି। ସୂଚନା ମୁତାବକ ୬୯୦୦ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖାଯାଇଛି। ଯେଉଁଥିରେ ୭.୫୦ଲକ୍ଷ ଲୋକଙ୍କୁ ରଖାଯାଇପାରିବ ବୋଲି ଏସ୍‌ଆରସି କମିଶନର କହିଛନ୍ତି। ବାତ୍ୟା ସମୟରେ କଟକ ଓ ଭୁବନେଶ୍ୱରରେ ପବନର ବେଗ ୬୦ରୁ ୯୦ କିଲୋମିଟର ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପାଣିପାଗ ବିଭାଗ ଅନୁସାରେ ବୁଧବାର ଭିତରକନିକା, ଚାନ୍ଦବାଲି ଓ ଧାମରାରେ ୟାସ୍‌ ଲ୍ୟାଣ୍ଡଫଲ୍‌ କରିବ ବୋଲି ଆକଳନ କରାଯାଇ ସମସ୍ତ ପ୍ରସ୍ତୁତି କରାଯାଇଛି। ବାତ୍ୟା ପାଇଁ କେନ୍ଦ୍ରପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱରକୁ ହାଇଜୋନରେ ରଖାଯାଇଛି। କେନ୍ଦୁଝର ଓ ମୟୁରଭଞ୍ଜକୁ ମଧ୍ୟ ଆଲର୍ଟରେ ରଖାଯାଇଛି। ସେହିପରି ଲହୁଣୀପଡ଼ା, ବଣେଇ, କଙ୍କଡାହାଡ଼, ଭୁବନ, କାମାକ୍ଷାନଗର ଓ ପାଲଲହଡ ଓ କଣିହାଁର କିଛି ବ୍ଲକକୁ ଆଲର୍ଟ ରଖିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri