ପ୍ରଥମ ତ୍ରୈମାସିକରେ ୬୦୧ କୋଟିର ନିଟ୍‌ ଲାଭ

ଭୁବନେଶ୍ୱର,୧୩।୮: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ଼ ବା ନାଲ୍‌କୋର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କମ୍ପାନୀର ଆଗାମୀ କାର୍ଯ୍ୟକଳାପ ସହିତ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ଘୋଷଣା କରାଯାଇଛି। ଏପରିକି ୨୦୨୪ ଜୁନ୍‌ ଶେଷ ସୁଦ୍ଧା କମ୍ପାନୀ ମୋଟ ୨୮୫୬ କୋଟି ଟଙ୍କାର ବ୍ୟବସାୟ କରିବା ସହ ନିଟ୍‌ ୬୦୧କୋଟି ଟଙ୍କା ଲାଭ କରିଛି। ଏହି ଲାଭ ପରିମାଣ ଗତ ଆର୍ଥିକ ବର୍ଷରେ ଏହି ସମୟରେ କରିଥିବା ଲାଭ ୩୪୯ କୋଟି ଟଙ୍କାଠାରୁ ୭୨% ଅଧିକ ବୋଲି ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ନାଲକୋ ୨୦୨୪-୨୫ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ବ୍ୟବସାୟିକ ଏବଂ ଆର୍ଥିକ କ୍ଷେତ୍ରରେ ସୁପରିଚାଳନା ଯୋଗୁ ଉତ୍କୃଷ୍ଟ ଫଳାଫଳ ହାସଲ କରିଅଛି। ଆନ୍ତର୍ଜାତିକ ବଜାରରେ ମେଟାଲ ଦରରେ ଉନ୍ନତି, ଘରୋଇ ବଜାରର ସକାରାତ୍ମକ ବ୍ୟବସାୟିକ ପରିବେଶ ତଥା ଉତ୍ପାଦନ କ୍ଷେତ୍ରରେ ଆର୍ଥିକ ସୁପରିଚାଳନା ଯୋଗୁ ଚଳିତ ତ୍ରୈମାସିକରେ କମ୍ପାନୀ ଉଲ୍ଲେଖନୀୟ ଫଳାଫଳ ହାସଲ କରିପାରିଛି।
ଏ ସମ୍ପର୍କରେ ନାଲ୍‌କୋ ସିଏମ୍‌ଡି ଶ୍ରୀଧର ପାତ୍ର କହିଛନ୍ତି, ଉତ୍ପାଦନ କ୍ଷେତ୍ରରେ ନିରନ୍ତର ଅଭିବୃଦ୍ଧି ନିମନ୍ତେ କମ୍ପାନୀର ପ୍ରତିବଦ୍ଧତା,ଉତ୍କଳ-ଡି କୋଇଲା ଖଣି ମାଧ୍ୟମରେ ପାୱାର ପ୍ଲାଣ୍ଟ ନିମନ୍ତେ ନିଜସ୍ବ ଆଭ୍ୟନ୍ତରୀଣ କୋଇଲା ଉତ୍ସର ବ୍ୟବସ୍ଥା ଏହି ସଫଳତାର ମୁଖ୍ୟ ଆଧାର ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri