କାର୍ଯ୍ୟକାରୀ ହେବ ୬୦୨କୋଟିର ବନ ପ୍ରକଳ୍ପ

ଭୁବନେଶ୍ୱର, ୨୩।୮(ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୦୨କୋଟି ଟଙ୍କାର ବନ ପ୍ରକଳ୍ପ କାର୍ଯ୍ୟକାରୀ କରିବ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସଂଯୋଜନା କମିଟି ଦ୍ୱାରା ଏସବୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି। ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ଏକ୍ଷେତ୍ରରେ ୭୦କୋଟି ବିନିଯୋଗ କରାଯାଇଥିଲା। ଚାରା ରୋପଣ, ଚାରା ଉତ୍ପାଦନ, ମୃତ୍ତିକା ଆର୍ଦ୍ରତା ସଂରକ୍ଷଣ, ଜଙ୍ଗଲ ଚତୁଃପାର୍ଶ୍ୱରେ ଟ୍ରେଞ୍ଚ ଖନନ, ମୂଲ୍ୟବାନ କାଠ ଉଦ୍ଧାର, ଜଙ୍ଗଲ ରାସ୍ତା ନିର୍ମାଣ ଆଦି ବନ ପ୍ରକଳ୍ପଗୁଡ଼ିକ ପାଇଁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସଂଯୋଜନା କମିଟି ମଞ୍ଜୁରୀ ପ୍ରଦାନ କରିଥାଏ। ତେବେ ଚଳିତବର୍ଷ ପ୍ରଥମଥର ପାଇଁ ଏହି ଯୋଜନାରେ ଜଙ୍ଗଲ ରାସ୍ତା ମରାମତି କାର୍ଯ୍ୟ ହାତକୁ ନିଆଯାଇଛି। ଏଥିସହ ୪୦ହଜାର ହେକ୍ଟର ପରିମିତ ଅଞ୍ଚଳରେ ଚାରା ରୋପଣ ଓ ୫ ହଜାର କିମି ବୃକ୍ଷରୋପଣ କାର୍ଯ୍ୟ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଏହାଛଡ଼ା ସମସ୍ତ ହିତାଧିକାରୀଙ୍କୁ ୩ କୋଟି ୫୦ ଲକ୍ଷର ଚାରା ବଣ୍ଟନ କରାଯିବ। ଅଗଷ୍ଟ ୧୫ ସୁଦ୍ଧା ୧୭ହଜାର ୩୪୦ ହେକ୍ଟର ପରିମିତ ଅଞ୍ଚଳରେ ଚାରା ରୋପଣ, ୨ହଜାର ୬୮୭ କିମି ବୃକ୍ଷରୋପଣ ଏବଂ ୫୮ଲକ୍ଷ ଚାରା ବଣ୍ଟନ କାର୍ଯ୍ୟ ସରିଛି। ମୋଟ ୬୫କୋଟି ଟଙ୍କା ବିନିଯୋଗ ହୋଇସାରିଥିବାବେଳେ ୩୫ଲକ୍ଷ ଶ୍ରମ ଦିବସ ସୃଷ୍ଟି କରାଯାଇପାରିଛି। ଗତ ଆର୍ଥିକ ବର୍ଷରେ ବନ ପ୍ରକଳ୍ପଗୁଡ଼ିକୁ କାର୍ଯ୍ୟକାରୀ କରିବା ଦିଗରେ ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ମୋଟ ୮୬ କୋଟି ଟଙ୍କା ବିନିଯୋଗ କରିଥିଲା। ଜଙ୍ଗଲ ପରିସୀମା ବୃଦ୍ଧି, ଜୈବ ବିବିଧତା ଓ ଜୈବ ମଣ୍ଡଳର ସୁରକ୍ଷା ପାଇଁ ପଦକ୍ଷେପ ବ୍ୟତୀତ ଚଳିତବର୍ଷ କୋଭିଡ୍‌ ମହାମାରୀ ସମୟରେ ବହୁ ପ୍ରବାସୀ ଶ୍ରମିକଙ୍କୁ କାମ ଧନ୍ଦା ଓ ଜୀବୀକା ଯୋଗାଇ ଦେବା ଦିଗରେ ବିଭାଗର ଅବଦାନ ମହତ୍ତ୍ୱପୂର୍ଣ୍ଣ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri