୬୦୯ କୋଟିର ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ୬୦୯ କୋଟି ଟଙ୍କାର ୫ଟି ପ୍ରକଳ୍ପ ସ୍ଥାପନ ହେବ। ଏଥିରେ ପ୍ରାୟ ୧୫୦୦ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ସିଙ୍ଗଲ୍‌ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ଉକ୍ତ ପ୍ରକଳ୍ପଗୁଡିକୁ ଅନୁମୋଦନ ଦିଆଯାଇଛି।
ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ, ରିଲାଏବଲ ସ୍ପଞ୍ଜ ଲିମିଟେଡ୍‌ ରାଜ୍ୟରେ ବାର୍ଷିକ ୨.୫ ନିୟୁତ ଟନ୍‌(ଏମ୍‌ଟିପିଏ) ଆଇରନ ଓର୍‌ ବେନିଫିକେଶନ ପ୍ଲାଣ୍ଟ ଏବଂ ୨.୦ ଏଟିପିଏ ପେଲେଟ ପ୍ଲାଣ୍ଟ ସ୍ଥାପନ କରିବାକୁ ଆଗ୍ରହ ଦେଖାଇଛି। ଏଥିରେ ଉକ୍ତ କମ୍ପାନୀ ୨୫୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିବ। ପ୍ରାୟ ୨୫୦ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ଗ୍ରୋଲଲ ଫିଡ୍‌ସ ଲିମିଟେଡ୍‌ ୬୫.୮୨ କୋଟି ଟଙ୍କାର ଚିଙ୍ଗୁଡି ଓ ମାଛ ଖାଦ୍ୟ ଉତ୍ପାଦନ ୟୁନିଟ୍‌ ସ୍ଥାପନ କରିବ। ସେଥିରେ ୭୦୦ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ସେହିପରି ଶ୍ରବଣ ସିପିଂ ସର୍ଭିସେସ୍‌ ଲିମିଟେଡ୍‌ ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଯଦୁପୁରଠାରେ ୧୦୦ କୋଟି ଟଙ୍କା ବ୍ୟୟରେ ଏକ ଲଜିଷ୍ଟିକ ପାର୍କ ସ୍ଥାପନ କରାଯିିବ। ଏଥିରେ ୨୫୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଚିଲିକା ଡିଷ୍ଟିଲେରିଜ୍‌ ୯୯.୯୭ କୋଟି ଟଙ୍କା ବ୍ୟୟରେ ଦୈନିକ ୧୧୦ କିଲୋଲିଟର କ୍ଷମତା ବିଶିଷ୍ଟ ଡିଷ୍ଟିଲେରି ପ୍ଲାଣ୍ଟ ସ୍ଥାପନ କରିବ। ସେଥିରେ ୧୭୦ ଜଣଙ୍କୁ ନିଯୁକ୍ତି ମିଳିପାରିବ। ସେହିପରି ସୋମ୍‌ ଡିଷ୍ଟିଲେରିଜ୍‌ ଆଣ୍ଡ ବେଭେରିଜ୍‌ ଓଡ଼ିଶା ୯୩ କୋଟି ଟଙ୍କା ବ୍ୟୟରେ ଦୈନିକ ୧୨୦ କିଲୋଲିଟର କ୍ଷମତା ବିଶିଷ୍ଟ ଡିଷ୍ଟିଲେରି ୟୁନିଟ୍‌ ସ୍ଥାପନ କରିବ। ଏ ସମସ୍ତ ପ୍ରକଳ୍ପକୁ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ଅନୁମୋଦନ କରାଯାଇଛି। ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ପରିବେଶ ପ୍ରଦୂଷଣ ଉପରେ ଧ୍ୟାନଦେବାକୁ ମୁଖ୍ୟ ଶାସନ ସଚିବ ବିଭିନ୍ନ ବିଭାଗ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ପରାମର୍ଶ ଦେଇଛନ୍ତି। ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ସଚିବ ହେମନ୍ତ ଶର୍ମା, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ସଞ୍ଜୟ ସିଂ, ଶକ୍ତି ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri