ପାତ୍ରପୁର ବିଡିଓଙ୍କୁ ଆକ୍ରମଣ: କାର୍ଯ୍ୟାନୁଷ୍ଠାନ ଦାବି କଲେ ଓଏଏସ ସଂଘ

ଛତ୍ରପୁର,୨୫।୨(ଡି.ଏନ୍‌ଏ.): ଗଞ୍ଜାମ ଜିଲା ପାତ୍ରପୁର ବିଡିଓ ପ୍ରକାଶ କୁମାର ଦାସଙ୍କୁ ଆକ୍ରମଣ ମାମଲା ନେଇ ଓଏଏସ୍‌ ସଂଘ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଏହି ଘଟଣାକୁ ନିନ୍ଦା କରାଯାଇଛି । ଏଥିରେ ସମ୍ପୃକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସଂଘ ପକ୍ଷରୁ ଦାବି ହୋଇଛି । ଏନେଇ ଓଏଏସ୍‌ ସଂଘର ଏକ ପ୍ରତିନିଧିଦଳ ଶୁକ୍ରବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ, ୨୩ ତାରିଖରେ ଜରଡା ଥାନା ଅଧୀନ ତୁମ୍ବା ପଞ୍ଚାୟତରୁ ଫେରୁଥିବାବେଳେ ଭୋଟର ଲିଷ୍ଟରେ ନାଁ ନ ଥିବାରୁ ପ୍ରତିବାଦ କରି କେତେକ ଲୋକ ଅଟକାଇବା ସହ ତାଙ୍କ ଗାଡିର କାଚକୁ ପଥର ଫିଙ୍ଗି ଭାଙ୍ଗିଦେଇଥିଲେ। ପରେ ବିଡିଓ ଏବଂ ତାଙ୍କ ଗାଡିକୁ ଆକ୍ରମଣ କରିବା ସହ ଛୁରି ଦେଖାଇ ୪ କି.ମି. ରାସ୍ତା ଜବରଦସ୍ତ କରି ଚଲାଇନେଇଥିଲେ । ପରେ ପ୍ରଶାସନ ଓ ପୋଲିସ ଅଧିକାରୀ ତାଙ୍କୁ ଉଦ୍ଧାର କରିଥିଲେ। ସ୍ମାରକପତ୍ର ପ୍ରଦାନ ବେଳେ ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ ଓ ପ୍ରିୟ ରଞ୍ଜନ ପୃଷ୍ଟି , ଛତ୍ରପୁର ଉପଜିଲାପାଳ ନୀଳମାଧବ ଭୋଇ, ପ୍ରକାଶ କୁମାର ମିଶ୍ର, ରାଜକିଶୋର ପଟ୍ଟନାୟକ, ସସ୍ମିତା ଶତପଥୀ, ମନୋରଞ୍ଜନ ସାହୁ, ନିତୀଶ ତ୍ରିପାଠୀ, ରାଜକିଶୋର ଜେନା ଓ ଦିଲୀପ କୁମାର ନାୟକ ପ୍ରମୁଖ ଓଏଏସ୍‌ ଅଫିସର ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri